ଲେବୀୟ ପୁସ୍ତକ 21 : 1 (IRVOR)
ଯାଜକମାନଙ୍କର ପବିତ୍ରତା ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
ଲେବୀୟ ପୁସ୍ତକ 21 : 2 (IRVOR)
କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
ଲେବୀୟ ପୁସ୍ତକ 21 : 3 (IRVOR)
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
ଲେବୀୟ ପୁସ୍ତକ 21 : 4 (IRVOR)
ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
ଲେବୀୟ ପୁସ୍ତକ 21 : 5 (IRVOR)
ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
ଲେବୀୟ ପୁସ୍ତକ 21 : 6 (IRVOR)
ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
ଲେବୀୟ ପୁସ୍ତକ 21 : 7 (IRVOR)
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
ଲେବୀୟ ପୁସ୍ତକ 21 : 8 (IRVOR)
ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
ଲେବୀୟ ପୁସ୍ତକ 21 : 9 (IRVOR)
ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
ଲେବୀୟ ପୁସ୍ତକ 21 : 10 (IRVOR)
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
ଲେବୀୟ ପୁସ୍ତକ 21 : 11 (IRVOR)
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
ଲେବୀୟ ପୁସ୍ତକ 21 : 12 (IRVOR)
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 21 : 13 (IRVOR)
ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
ଲେବୀୟ ପୁସ୍ତକ 21 : 14 (IRVOR)
ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
ଲେବୀୟ ପୁସ୍ତକ 21 : 15 (IRVOR)
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
ଲେବୀୟ ପୁସ୍ତକ 21 : 16 (IRVOR)
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 21 : 17 (IRVOR)
“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
ଲେବୀୟ ପୁସ୍ତକ 21 : 18 (IRVOR)
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
ଲେବୀୟ ପୁସ୍ତକ 21 : 19 (IRVOR)
ଭଗ୍ନପାଦ, ଭଗ୍ନହସ୍ତ,
ଲେବୀୟ ପୁସ୍ତକ 21 : 20 (IRVOR)
କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
ଲେବୀୟ ପୁସ୍ତକ 21 : 21 (IRVOR)
ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
ଲେବୀୟ ପୁସ୍ତକ 21 : 22 (IRVOR)
ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।
ଲେବୀୟ ପୁସ୍ତକ 21 : 23 (IRVOR)
ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।
ଲେବୀୟ ପୁସ୍ତକ 21 : 24 (IRVOR)
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24