ଲେବୀୟ ପୁସ୍ତକ 24 : 1 (IRVOR)
{ପ୍ରଦୀପ ପ୍ରଜ୍ଜ୍ୱଳନ} [PS] ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 24 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
ଲେବୀୟ ପୁସ୍ତକ 24 : 3 (IRVOR)
ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
ଲେବୀୟ ପୁସ୍ତକ 24 : 4 (IRVOR)
ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ। [PS]
ଲେବୀୟ ପୁସ୍ତକ 24 : 5 (IRVOR)
{ଦର୍ଶନୀୟ ରୁଟି} [PS] ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
ଲେବୀୟ ପୁସ୍ତକ 24 : 6 (IRVOR)
ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ।
ଲେବୀୟ ପୁସ୍ତକ 24 : 7 (IRVOR)
ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
ଲେବୀୟ ପୁସ୍ତକ 24 : 8 (IRVOR)
ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
ଲେବୀୟ ପୁସ୍ତକ 24 : 9 (IRVOR)
ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।” [PS]
ଲେବୀୟ ପୁସ୍ତକ 24 : 10 (IRVOR)
{ଈଶ୍ୱର ନିନ୍ଦାର ଦଣ୍ଡ} [PS] ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
ଲେବୀୟ ପୁସ୍ତକ 24 : 11 (IRVOR)
ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
ଲେବୀୟ ପୁସ୍ତକ 24 : 12 (IRVOR)
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
ଲେବୀୟ ପୁସ୍ତକ 24 : 13 (IRVOR)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 24 : 14 (IRVOR)
“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
ଲେବୀୟ ପୁସ୍ତକ 24 : 15 (IRVOR)
ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
ଲେବୀୟ ପୁସ୍ତକ 24 : 16 (IRVOR)
ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ। [PS]
ଲେବୀୟ ପୁସ୍ତକ 24 : 17 (IRVOR)
{ଚକ୍ଷୁ ବଦଳେ ଚକ୍ଷୁ} [PS] ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
ଲେବୀୟ ପୁସ୍ତକ 24 : 18 (IRVOR)
ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
ଲେବୀୟ ପୁସ୍ତକ 24 : 19 (IRVOR)
ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
ଲେବୀୟ ପୁସ୍ତକ 24 : 20 (IRVOR)
କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
ଲେବୀୟ ପୁସ୍ତକ 24 : 21 (IRVOR)
ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
ଲେବୀୟ ପୁସ୍ତକ 24 : 22 (IRVOR)
ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
ଲେବୀୟ ପୁସ୍ତକ 24 : 23 (IRVOR)
ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କଲେ। [PE]
❮
❯