ଲେବୀୟ ପୁସ୍ତକ 25 : 1 (IRVOR)
ସପ୍ତମ ବର୍ଷ : ବିଶ୍ରାମ ବର୍ଷ ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 25 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
ଲେବୀୟ ପୁସ୍ତକ 25 : 3 (IRVOR)
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
ଲେବୀୟ ପୁସ୍ତକ 25 : 4 (IRVOR)
ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।
ଲେବୀୟ ପୁସ୍ତକ 25 : 5 (IRVOR)
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।
ଲେବୀୟ ପୁସ୍ତକ 25 : 6 (IRVOR)
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
ଲେବୀୟ ପୁସ୍ତକ 25 : 7 (IRVOR)
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
ଲେବୀୟ ପୁସ୍ତକ 25 : 8 (IRVOR)
{ଯୁବ୍ଲୀ ବର୍ଷ } ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
ଲେବୀୟ ପୁସ୍ତକ 25 : 9 (IRVOR)
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
ଲେବୀୟ ପୁସ୍ତକ 25 : 10 (IRVOR)
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
ଲେବୀୟ ପୁସ୍ତକ 25 : 11 (IRVOR)
ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
ଲେବୀୟ ପୁସ୍ତକ 25 : 12 (IRVOR)
କାରଣ ତାହା ଯୁବ୍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
ଲେବୀୟ ପୁସ୍ତକ 25 : 13 (IRVOR)
ସେହି ଯୁବ୍ଲୀ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
ଲେବୀୟ ପୁସ୍ତକ 25 : 14 (IRVOR)
ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
ଲେବୀୟ ପୁସ୍ତକ 25 : 15 (IRVOR)
ତୁମ୍ଭେ ଯୁବ୍ଲୀ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
ଲେବୀୟ ପୁସ୍ତକ 25 : 16 (IRVOR)
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
ଲେବୀୟ ପୁସ୍ତକ 25 : 17 (IRVOR)
ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 25 : 18 (IRVOR)
ସପ୍ତମ ବର୍ଷ ନିମନ୍ତେ ଆୟୋଜନ ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
ଲେବୀୟ ପୁସ୍ତକ 25 : 19 (IRVOR)
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
ଲେବୀୟ ପୁସ୍ତକ 25 : 20 (IRVOR)
ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ ?
ଲେବୀୟ ପୁସ୍ତକ 25 : 21 (IRVOR)
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
ଲେବୀୟ ପୁସ୍ତକ 25 : 22 (IRVOR)
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
ଲେବୀୟ ପୁସ୍ତକ 25 : 23 (IRVOR)
ସମ୍ପତ୍ତିର ପ୍ରତ୍ୟର୍ପଣ ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
ଲେବୀୟ ପୁସ୍ତକ 25 : 24 (IRVOR)
ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
ଲେବୀୟ ପୁସ୍ତକ 25 : 25 (IRVOR)
ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
ଲେବୀୟ ପୁସ୍ତକ 25 : 26 (IRVOR)
ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
ଲେବୀୟ ପୁସ୍ତକ 25 : 27 (IRVOR)
ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
ଲେବୀୟ ପୁସ୍ତକ 25 : 28 (IRVOR)
ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୁବ୍ଲୀ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୁବ୍ଲୀ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
ଲେବୀୟ ପୁସ୍ତକ 25 : 29 (IRVOR)
ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
ଲେବୀୟ ପୁସ୍ତକ 25 : 30 (IRVOR)
ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୁବ୍ଲୀ ସମୟରେ ତାହା ମୁକ୍ତ ହେବ ନାହିଁ।
ଲେବୀୟ ପୁସ୍ତକ 25 : 31 (IRVOR)
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୁବ୍ଲୀ ସମୟରେ ତାହା ମୁକ୍ତ ହେବ।
ଲେବୀୟ ପୁସ୍ତକ 25 : 32 (IRVOR)
ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
ଲେବୀୟ ପୁସ୍ତକ 25 : 33 (IRVOR)
ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
ଲେବୀୟ ପୁସ୍ତକ 25 : 34 (IRVOR)
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
ଲେବୀୟ ପୁସ୍ତକ 25 : 35 (IRVOR)
ଦରିଦ୍ର ପ୍ରତି କରୁଣା ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
ଲେବୀୟ ପୁସ୍ତକ 25 : 36 (IRVOR)
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।
ଲେବୀୟ ପୁସ୍ତକ 25 : 37 (IRVOR)
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
ଲେବୀୟ ପୁସ୍ତକ 25 : 38 (IRVOR)
ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
ଲେବୀୟ ପୁସ୍ତକ 25 : 39 (IRVOR)
ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।
ଲେବୀୟ ପୁସ୍ତକ 25 : 40 (IRVOR)
ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
ଲେବୀୟ ପୁସ୍ତକ 25 : 41 (IRVOR)
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
ଲେବୀୟ ପୁସ୍ତକ 25 : 42 (IRVOR)
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
ଲେବୀୟ ପୁସ୍ତକ 25 : 43 (IRVOR)
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
ଲେବୀୟ ପୁସ୍ତକ 25 : 44 (IRVOR)
ତୁମ୍ଭର ବନ୍ଧା ଦାସ ଓ ବନ୍ଧା ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା ଦାସ ଓ ବନ୍ଧା ଦାସୀ କ୍ରୟ କରିବ।
ଲେବୀୟ ପୁସ୍ତକ 25 : 45 (IRVOR)
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
ଲେବୀୟ ପୁସ୍ତକ 25 : 46 (IRVOR)
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
ଲେବୀୟ ପୁସ୍ତକ 25 : 47 (IRVOR)
ଦରିଦ୍ର ବ୍ୟକ୍ତିର ମୁକ୍ତି ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
ଲେବୀୟ ପୁସ୍ତକ 25 : 48 (IRVOR)
ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
ଲେବୀୟ ପୁସ୍ତକ 25 : 49 (IRVOR)
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
ଲେବୀୟ ପୁସ୍ତକ 25 : 50 (IRVOR)
ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
ଲେବୀୟ ପୁସ୍ତକ 25 : 51 (IRVOR)
ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
ଲେବୀୟ ପୁସ୍ତକ 25 : 52 (IRVOR)
ଆଉ ଯଦି ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
ଲେବୀୟ ପୁସ୍ତକ 25 : 53 (IRVOR)
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
ଲେବୀୟ ପୁସ୍ତକ 25 : 54 (IRVOR)
ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
ଲେବୀୟ ପୁସ୍ତକ 25 : 55 (IRVOR)
କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
❮
❯