ଲେବୀୟ ପୁସ୍ତକ 26 : 1 (IRVOR)
ବାଧ୍ୟତାର ଆଶୀର୍ବାଦ “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 26 : 2 (IRVOR)
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 26 : 3 (IRVOR)
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
ଲେବୀୟ ପୁସ୍ତକ 26 : 4 (IRVOR)
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
ଲେବୀୟ ପୁସ୍ତକ 26 : 5 (IRVOR)
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
ଲେବୀୟ ପୁସ୍ତକ 26 : 6 (IRVOR)
ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
ଲେବୀୟ ପୁସ୍ତକ 26 : 7 (IRVOR)
ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
ଲେବୀୟ ପୁସ୍ତକ 26 : 8 (IRVOR)
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
ଲେବୀୟ ପୁସ୍ତକ 26 : 9 (IRVOR)
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
ଲେବୀୟ ପୁସ୍ତକ 26 : 10 (IRVOR)
ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
ଲେବୀୟ ପୁସ୍ତକ 26 : 11 (IRVOR)
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
ଲେବୀୟ ପୁସ୍ତକ 26 : 12 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
ଲେବୀୟ ପୁସ୍ତକ 26 : 13 (IRVOR)
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
ଲେବୀୟ ପୁସ୍ତକ 26 : 14 (IRVOR)
ଅବାଧ୍ୟତାର ଶାସ୍ତି ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
ଲେବୀୟ ପୁସ୍ତକ 26 : 15 (IRVOR)
ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
ଲେବୀୟ ପୁସ୍ତକ 26 : 16 (IRVOR)
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
ଲେବୀୟ ପୁସ୍ତକ 26 : 17 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
ଲେବୀୟ ପୁସ୍ତକ 26 : 18 (IRVOR)
ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
ଲେବୀୟ ପୁସ୍ତକ 26 : 19 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
ଲେବୀୟ ପୁସ୍ତକ 26 : 20 (IRVOR)
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
ଲେବୀୟ ପୁସ୍ତକ 26 : 21 (IRVOR)
ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
ଲେବୀୟ ପୁସ୍ତକ 26 : 22 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
ଲେବୀୟ ପୁସ୍ତକ 26 : 23 (IRVOR)
ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
ଲେବୀୟ ପୁସ୍ତକ 26 : 24 (IRVOR)
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
ଲେବୀୟ ପୁସ୍ତକ 26 : 25 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
ଲେବୀୟ ପୁସ୍ତକ 26 : 26 (IRVOR)
ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
ଲେବୀୟ ପୁସ୍ତକ 26 : 27 (IRVOR)
ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
ଲେବୀୟ ପୁସ୍ତକ 26 : 28 (IRVOR)
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
ଲେବୀୟ ପୁସ୍ତକ 26 : 29 (IRVOR)
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
ଲେବୀୟ ପୁସ୍ତକ 26 : 30 (IRVOR)
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
ଲେବୀୟ ପୁସ୍ତକ 26 : 31 (IRVOR)
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
ଲେବୀୟ ପୁସ୍ତକ 26 : 32 (IRVOR)
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
ଲେବୀୟ ପୁସ୍ତକ 26 : 33 (IRVOR)
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
ଲେବୀୟ ପୁସ୍ତକ 26 : 34 (IRVOR)
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।
ଲେବୀୟ ପୁସ୍ତକ 26 : 35 (IRVOR)
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।
ଲେବୀୟ ପୁସ୍ତକ 26 : 36 (IRVOR)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
ଲେବୀୟ ପୁସ୍ତକ 26 : 37 (IRVOR)
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
ଲେବୀୟ ପୁସ୍ତକ 26 : 38 (IRVOR)
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
ଲେବୀୟ ପୁସ୍ତକ 26 : 39 (IRVOR)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
ଲେବୀୟ ପୁସ୍ତକ 26 : 40 (IRVOR)
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
ଲେବୀୟ ପୁସ୍ତକ 26 : 41 (IRVOR)
ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
ଲେବୀୟ ପୁସ୍ତକ 26 : 42 (IRVOR)
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
ଲେବୀୟ ପୁସ୍ତକ 26 : 43 (IRVOR)
ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
ଲେବୀୟ ପୁସ୍ତକ 26 : 44 (IRVOR)
ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 26 : 45 (IRVOR)
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
ଲେବୀୟ ପୁସ୍ତକ 26 : 46 (IRVOR)
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46