ଲେବୀୟ ପୁସ୍ତକ 6 : 1 (IRVOR)
[PS]ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 2 (IRVOR)
“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
ଲେବୀୟ ପୁସ୍ତକ 6 : 3 (IRVOR)
କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
ଲେବୀୟ ପୁସ୍ତକ 6 : 4 (IRVOR)
ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
ଲେବୀୟ ପୁସ୍ତକ 6 : 5 (IRVOR)
ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
ଲେବୀୟ ପୁସ୍ତକ 6 : 6 (IRVOR)
ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
ଲେବୀୟ ପୁସ୍ତକ 6 : 7 (IRVOR)
ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।” [PE]
ଲେବୀୟ ପୁସ୍ତକ 6 : 8 (IRVOR)
{#1ଯାଜକ ଏବଂ ବିଭିନ୍ନ ପ୍ରକାର ବଳିଦାନର ବ୍ୟବସ୍ଥା } [PS]ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 9 (IRVOR)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
ଲେବୀୟ ପୁସ୍ତକ 6 : 10 (IRVOR)
ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି ଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।
ଲେବୀୟ ପୁସ୍ତକ 6 : 11 (IRVOR)
ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ।
ଲେବୀୟ ପୁସ୍ତକ 6 : 12 (IRVOR)
ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
ଲେବୀୟ ପୁସ୍ତକ 6 : 13 (IRVOR)
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। [PE]
ଲେବୀୟ ପୁସ୍ତକ 6 : 14 (IRVOR)
{#1ଭକ୍ଷ୍ୟ ନୈବେଦ୍ୟ } [PS]ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
ଲେବୀୟ ପୁସ୍ତକ 6 : 15 (IRVOR)
ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
ଲେବୀୟ ପୁସ୍ତକ 6 : 16 (IRVOR)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
ଲେବୀୟ ପୁସ୍ତକ 6 : 17 (IRVOR)
ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
ଲେବୀୟ ପୁସ୍ତକ 6 : 18 (IRVOR)
ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” [PE]
ଲେବୀୟ ପୁସ୍ତକ 6 : 19 (IRVOR)
[PS]ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 20 (IRVOR)
“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।
ଲେବୀୟ ପୁସ୍ତକ 6 : 21 (IRVOR)
ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
ଲେବୀୟ ପୁସ୍ତକ 6 : 22 (IRVOR)
ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
ଲେବୀୟ ପୁସ୍ତକ 6 : 23 (IRVOR)
ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।” [PE]
ଲେବୀୟ ପୁସ୍ତକ 6 : 24 (IRVOR)
{#1ପାପାର୍ଥକ ବଳିଦାନ } [PS]ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 25 (IRVOR)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
ଲେବୀୟ ପୁସ୍ତକ 6 : 26 (IRVOR)
ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
ଲେବୀୟ ପୁସ୍ତକ 6 : 27 (IRVOR)
ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
ଲେବୀୟ ପୁସ୍ତକ 6 : 28 (IRVOR)
ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
ଲେବୀୟ ପୁସ୍ତକ 6 : 29 (IRVOR)
ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।
ଲେବୀୟ ପୁସ୍ତକ 6 : 30 (IRVOR)
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: