ଲୂକଲିଖିତ ସୁସମାଚାର 1 : 1 (IRVOR)
{ଥୀୟଫିଲଙ୍କ ନିମନ୍ତେ} [PS] ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ,
ଲୂକଲିଖିତ ସୁସମାଚାର 1 : 2 (IRVOR)
ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।
ଲୂକଲିଖିତ ସୁସମାଚାର 1 : 3 (IRVOR)
ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,
ଲୂକଲିଖିତ ସୁସମାଚାର 1 : 4 (IRVOR)
ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେ ସବୁର ନିଶ୍ଚୟତା ଜାଣି ପାରନ୍ତି । [PS]
ଲୂକଲିଖିତ ସୁସମାଚାର 1 : 5 (IRVOR)
{ବାପ୍ତିଜକ ଯୋହନଙ୍କ ଜନ୍ମର ପୂର୍ବ ସୂଚନା} [PS] ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।
ଲୂକଲିଖିତ ସୁସମାଚାର 1 : 6 (IRVOR)
ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।
ଲୂକଲିଖିତ ସୁସମାଚାର 1 : 7 (IRVOR)
କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା । [PE][PS]
ଲୂକଲିଖିତ ସୁସମାଚାର 1 : 8 (IRVOR)
ସେ ଆପଣା ଦଳର ପାଳି ଅନୁସାରେ ଈଶ୍ୱରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,
ଲୂକଲିଖିତ ସୁସମାଚାର 1 : 9 (IRVOR)
ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
ଲୂକଲିଖିତ ସୁସମାଚାର 1 : 10 (IRVOR)
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 1 : 11 (IRVOR)
ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ ।
ଲୂକଲିଖିତ ସୁସମାଚାର 1 : 12 (IRVOR)
ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ ।
ଲୂକଲିଖିତ ସୁସମାଚାର 1 : 13 (IRVOR)
କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ । [PE][PS]
ଲୂକଲିଖିତ ସୁସମାଚାର 1 : 14 (IRVOR)
ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ ।
ଲୂକଲିଖିତ ସୁସମାଚାର 1 : 15 (IRVOR)
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, [PE][PS]
ଲୂକଲିଖିତ ସୁସମାଚାର 1 : 16 (IRVOR)
ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ ।
ଲୂକଲିଖିତ ସୁସମାଚାର 1 : 17 (IRVOR)
ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ । [PE][PS]
ଲୂକଲିଖିତ ସୁସମାଚାର 1 : 18 (IRVOR)
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
ଲୂକଲିଖିତ ସୁସମାଚାର 1 : 19 (IRVOR)
ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।
ଲୂକଲିଖିତ ସୁସମାଚାର 1 : 20 (IRVOR)
ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 1 : 21 (IRVOR)
ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ ।
ଲୂକଲିଖିତ ସୁସମାଚାର 1 : 22 (IRVOR)
କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।
ଲୂକଲିଖିତ ସୁସମାଚାର 1 : 23 (IRVOR)
ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ । [PE][PS]
ଲୂକଲିଖିତ ସୁସମାଚାର 1 : 24 (IRVOR)
ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
ଲୂକଲିଖିତ ସୁସମାଚାର 1 : 25 (IRVOR)
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି । [PS]
ଲୂକଲିଖିତ ସୁସମାଚାର 1 : 26 (IRVOR)
{ଯୀଶୁଙ୍କ ଜନ୍ମର ପୂର୍ବ ସୂଚନା} [PS] ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
ଲୂକଲିଖିତ ସୁସମାଚାର 1 : 27 (IRVOR)
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
ଲୂକଲିଖିତ ସୁସମାଚାର 1 : 28 (IRVOR)
ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
ଲୂକଲିଖିତ ସୁସମାଚାର 1 : 29 (IRVOR)
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ । [PE][PS]
ଲୂକଲିଖିତ ସୁସମାଚାର 1 : 30 (IRVOR)
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।
ଲୂକଲିଖିତ ସୁସମାଚାର 1 : 31 (IRVOR)
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
ଲୂକଲିଖିତ ସୁସମାଚାର 1 : 32 (IRVOR)
ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
ଲୂକଲିଖିତ ସୁସମାଚାର 1 : 33 (IRVOR)
ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 1 : 34 (IRVOR)
କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ ? ମୁଁ ତ ପୁରୁଷକୁ ଜାଣେ ନାହିଁ ।
ଲୂକଲିଖିତ ସୁସମାଚାର 1 : 35 (IRVOR)
ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ । [PE][PS]
ଲୂକଲିଖିତ ସୁସମାଚାର 1 : 36 (IRVOR)
ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
ଲୂକଲିଖିତ ସୁସମାଚାର 1 : 37 (IRVOR)
କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
ଲୂକଲିଖିତ ସୁସମାଚାର 1 : 38 (IRVOR)
ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ । [PS]
ଲୂକଲିଖିତ ସୁସମାଚାର 1 : 39 (IRVOR)
{ଏଲିଶାବେଥଙ୍କ ସହ ମରିୟମଙ୍କ ସାକ୍ଷାତ} [PS] ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,
ଲୂକଲିଖିତ ସୁସମାଚାର 1 : 40 (IRVOR)
ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ ।
ଲୂକଲିଖିତ ସୁସମାଚାର 1 : 41 (IRVOR)
ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ [PE][PS]
ଲୂକଲିଖିତ ସୁସମାଚାର 1 : 42 (IRVOR)
ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ ।
ଲୂକଲିଖିତ ସୁସମାଚାର 1 : 43 (IRVOR)
ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?
ଲୂକଲିଖିତ ସୁସମାଚାର 1 : 44 (IRVOR)
କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।
ଲୂକଲିଖିତ ସୁସମାଚାର 1 : 45 (IRVOR)
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ । [PS]
ଲୂକଲିଖିତ ସୁସମାଚାର 1 : 46 (IRVOR)
{ମରିୟମଙ୍କ ସ୍ତୁତିଗାନ} [PS] ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, [QBR]
ଲୂକଲିଖିତ ସୁସମାଚାର 1 : 47 (IRVOR)
ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି; [QBR]
ଲୂକଲିଖିତ ସୁସମାଚାର 1 : 48 (IRVOR)
କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, [QBR]
ଲୂକଲିଖିତ ସୁସମାଚାର 1 : 49 (IRVOR)
କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, [QBR]
ଲୂକଲିଖିତ ସୁସମାଚାର 1 : 50 (IRVOR)
ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ । [QBR]
ଲୂକଲିଖିତ ସୁସମାଚାର 1 : 51 (IRVOR)
ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; [QBR]
ଲୂକଲିଖିତ ସୁସମାଚାର 1 : 52 (IRVOR)
ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, [QBR]
ଲୂକଲିଖିତ ସୁସମାଚାର 1 : 53 (IRVOR)
ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି । [QBR]
ଲୂକଲିଖିତ ସୁସମାଚାର 1 : 54 (IRVOR)
ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି, [QBR]
ଲୂକଲିଖିତ ସୁସମାଚାର 1 : 55 (IRVOR)
ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି । [PE][PS]
ଲୂକଲିଖିତ ସୁସମାଚାର 1 : 56 (IRVOR)
ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ । [PE][PS]
ଲୂକଲିଖିତ ସୁସମାଚାର 1 : 57 (IRVOR)
ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,
ଲୂକଲିଖିତ ସୁସମାଚାର 1 : 58 (IRVOR)
ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ । [PS]
ଲୂକଲିଖିତ ସୁସମାଚାର 1 : 59 (IRVOR)
{ବାପ୍ତିଜକ ଯୋହନଙ୍କ ଜନ୍ମ} [PS] ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ ।
ଲୂକଲିଖିତ ସୁସମାଚାର 1 : 60 (IRVOR)
କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ ।
ଲୂକଲିଖିତ ସୁସମାଚାର 1 : 61 (IRVOR)
ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 1 : 62 (IRVOR)
ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 1 : 63 (IRVOR)
ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ । ଏଥିରେ ସମସ୍ତେ ଚକିତ ହେଲେ । [PE][PS]
ଲୂକଲିଖିତ ସୁସମାଚାର 1 : 64 (IRVOR)
ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ୱରଙ୍କ ପ୍ରଶଂସା କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 1 : 65 (IRVOR)
ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,
ଲୂକଲିଖିତ ସୁସମାଚାର 1 : 66 (IRVOR)
ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ । [PS]
ଲୂକଲିଖିତ ସୁସମାଚାର 1 : 67 (IRVOR)
{ଜିଖରୀୟଙ୍କ ଭାବବାଣୀ} [PS] ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ, [QBR]
ଲୂକଲିଖିତ ସୁସମାଚାର 1 : 68 (IRVOR)
ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି; [QBR]
ଲୂକଲିଖିତ ସୁସମାଚାର 1 : 69 (IRVOR)
ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, [QBR]
ଲୂକଲିଖିତ ସୁସମାଚାର 1 : 70 (IRVOR)
ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, [QBR]
ଲୂକଲିଖିତ ସୁସମାଚାର 1 : 71 (IRVOR)
ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, [QBR]
ଲୂକଲିଖିତ ସୁସମାଚାର 1 : 72 (IRVOR)
ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି, [QBR]
ଲୂକଲିଖିତ ସୁସମାଚାର 1 : 73 (IRVOR)
ଆମ୍ଭମାନଙ୍କ ପିତା ଅବ୍ରାହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି, [QBR]
ଲୂକଲିଖିତ ସୁସମାଚାର 1 : 74 (IRVOR)
ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, [QBR]
ଲୂକଲିଖିତ ସୁସମାଚାର 1 : 75 (IRVOR)
ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି । [QBR]
ଲୂକଲିଖିତ ସୁସମାଚାର 1 : 76 (IRVOR)
ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; [QBR]
ଲୂକଲିଖିତ ସୁସମାଚାର 1 : 77 (IRVOR)
କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ, [QBR]
ଲୂକଲିଖିତ ସୁସମାଚାର 1 : 78 (IRVOR)
ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ, [QBR]
ଲୂକଲିଖିତ ସୁସମାଚାର 1 : 79 (IRVOR)
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ । [PE][PS]
ଲୂକଲିଖିତ ସୁସମାଚାର 1 : 80 (IRVOR)
ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72 73 74 75 76 77 78 79 80

BG:

Opacity:

Color:


Size:


Font: