ଲୂକଲିଖିତ ସୁସମାଚାର 10 : 1 (IRVOR)
ଯୀଶୁଙ୍କ ସତୁରି ଜଣଙ୍କୁ ପ୍ରେରଣ ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।
ଲୂକଲିଖିତ ସୁସମାଚାର 10 : 2 (IRVOR)
ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର ।
ଲୂକଲିଖିତ ସୁସମାଚାର 10 : 3 (IRVOR)
ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି ।
ଲୂକଲିଖିତ ସୁସମାଚାର 10 : 4 (IRVOR)
ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ ।
ଲୂକଲିଖିତ ସୁସମାଚାର 10 : 5 (IRVOR)
ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ ।
ଲୂକଲିଖିତ ସୁସମାଚାର 10 : 6 (IRVOR)
ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ ।
ଲୂକଲିଖିତ ସୁସମାଚାର 10 : 7 (IRVOR)
ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।
ଲୂକଲିଖିତ ସୁସମାଚାର 10 : 8 (IRVOR)
ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
ଲୂକଲିଖିତ ସୁସମାଚାର 10 : 9 (IRVOR)
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।
ଲୂକଲିଖିତ ସୁସମାଚାର 10 : 10 (IRVOR)
କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,
ଲୂକଲିଖିତ ସୁସମାଚାର 10 : 11 (IRVOR)
ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ ।
ଲୂକଲିଖିତ ସୁସମାଚାର 10 : 12 (IRVOR)
ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ ।
ଲୂକଲିଖିତ ସୁସମାଚାର 10 : 13 (IRVOR)
ଅବିଶ୍ୱାସୀ ସହରର ବିଚାର
(ମାଥିଉ 11:20-24) ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
ଲୂକଲିଖିତ ସୁସମାଚାର 10 : 14 (IRVOR)
ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ ।
ଲୂକଲିଖିତ ସୁସମାଚାର 10 : 15 (IRVOR)
ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ ।
ଲୂକଲିଖିତ ସୁସମାଚାର 10 : 16 (IRVOR)
ଲୂକଲିଖିତ ସୁସମାଚାର 10 : 17 (IRVOR)
ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ । ସତୁରି ଜଣଙ୍କ ପ୍ରତ୍ୟାବର୍ତ୍ତନ ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି ।
ଲୂକଲିଖିତ ସୁସମାଚାର 10 : 18 (IRVOR)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି ।
ଲୂକଲିଖିତ ସୁସମାଚାର 10 : 19 (IRVOR)
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।
ଲୂକଲିଖିତ ସୁସମାଚାର 10 : 20 (IRVOR)
ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।
ଲୂକଲିଖିତ ସୁସମାଚାର 10 : 21 (IRVOR)
ଯୀଶୁଙ୍କ ଆନନ୍ଦ
(ମାଥିଉ 11:25-27; 13:16,17 )
ଲୂକଲିଖିତ ସୁସମାଚାର 10 : 22 (IRVOR)
ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।
ଲୂକଲିଖିତ ସୁସମାଚାର 10 : 23 (IRVOR)
ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ । ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ ।
ଲୂକଲିଖିତ ସୁସମାଚାର 10 : 24 (IRVOR)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
ଲୂକଲିଖିତ ସୁସମାଚାର 10 : 25 (IRVOR)
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
ଲୂକଲିଖିତ ସୁସମାଚାର 10 : 26 (IRVOR)
ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି ? ତୁମ୍ଭେ କିପରି ପାଠ କରୁଅଛ ?
ଲୂକଲିଖିତ ସୁସମାଚାର 10 : 27 (IRVOR)
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
ଲୂକଲିଖିତ ସୁସମାଚାର 10 : 28 (IRVOR)
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ ।
ଲୂକଲିଖିତ ସୁସମାଚାର 10 : 29 (IRVOR)
କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
ଲୂକଲିଖିତ ସୁସମାଚାର 10 : 30 (IRVOR)
ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
ଲୂକଲିଖିତ ସୁସମାଚାର 10 : 31 (IRVOR)
ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ ।
ଲୂକଲିଖିତ ସୁସମାଚାର 10 : 32 (IRVOR)
ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ ।
ଲୂକଲିଖିତ ସୁସମାଚାର 10 : 33 (IRVOR)
କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
ଲୂକଲିଖିତ ସୁସମାଚାର 10 : 34 (IRVOR)
ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।
ଲୂକଲିଖିତ ସୁସମାଚାର 10 : 35 (IRVOR)
ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି ।
ଲୂକଲିଖିତ ସୁସମାଚାର 10 : 36 (IRVOR)
ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ ?
ଲୂକଲିଖିତ ସୁସମାଚାର 10 : 37 (IRVOR)
ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର ।
ଲୂକଲିଖିତ ସୁସମାଚାର 10 : 38 (IRVOR)
ମାର୍ଥା ଓ ମରିୟମଙ୍କ ଗୃହରେ ଯୀଶୁ ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
ଲୂକଲିଖିତ ସୁସମାଚାର 10 : 39 (IRVOR)
ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ ।
ଲୂକଲିଖିତ ସୁସମାଚାର 10 : 40 (IRVOR)
କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ ।
ଲୂକଲିଖିତ ସୁସମାଚାର 10 : 41 (IRVOR)
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
ଲୂକଲିଖିତ ସୁସମାଚାର 10 : 42 (IRVOR)
କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ ।
❮
❯