ଲୂକଲିଖିତ ସୁସମାଚାର 2 : 1 (IRVOR)
ଯୀଶୁଖ୍ରୀଷ୍ଟଙ୍କ ଜନ୍ମ
(ମାଥିଉ 1:18-25) ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
ଲୂକଲିଖିତ ସୁସମାଚାର 2 : 2 (IRVOR)
ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା ।
ଲୂକଲିଖିତ ସୁସମାଚାର 2 : 3 (IRVOR)
ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
ଲୂକଲିଖିତ ସୁସମାଚାର 2 : 4 (IRVOR)
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
ଲୂକଲିଖିତ ସୁସମାଚାର 2 : 5 (IRVOR)
ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।
ଲୂକଲିଖିତ ସୁସମାଚାର 2 : 6 (IRVOR)
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
ଲୂକଲିଖିତ ସୁସମାଚାର 2 : 7 (IRVOR)
ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।
ଲୂକଲିଖିତ ସୁସମାଚାର 2 : 8 (IRVOR)
ମେଷପାଳକ ଓ ସ୍ୱର୍ଗଦୂତଗଣ ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।
ଲୂକଲିଖିତ ସୁସମାଚାର 2 : 9 (IRVOR)
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
ଲୂକଲିଖିତ ସୁସମାଚାର 2 : 10 (IRVOR)
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
ଲୂକଲିଖିତ ସୁସମାଚାର 2 : 11 (IRVOR)
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ ।
ଲୂକଲିଖିତ ସୁସମାଚାର 2 : 12 (IRVOR)
ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ ।
ଲୂକଲିଖିତ ସୁସମାଚାର 2 : 13 (IRVOR)
ଲୂକଲିଖିତ ସୁସମାଚାର 2 : 14 (IRVOR)
ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।
ଲୂକଲିଖିତ ସୁସମାଚାର 2 : 15 (IRVOR)
ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
ଲୂକଲିଖିତ ସୁସମାଚାର 2 : 16 (IRVOR)
ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।
ଲୂକଲିଖିତ ସୁସମାଚାର 2 : 17 (IRVOR)
ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
ଲୂକଲିଖିତ ସୁସମାଚାର 2 : 18 (IRVOR)
ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ ।
ଲୂକଲିଖିତ ସୁସମାଚାର 2 : 19 (IRVOR)
କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 2 : 20 (IRVOR)
ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ ।
ଲୂକଲିଖିତ ସୁସମାଚାର 2 : 21 (IRVOR)
ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା ।
ଲୂକଲିଖିତ ସୁସମାଚାର 2 : 22 (IRVOR)
ମନ୍ଦିରରେ ଶିଶୁ ଯୀଶୁ ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
ଲୂକଲିଖିତ ସୁସମାଚାର 2 : 23 (IRVOR)
ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
ଲୂକଲିଖିତ ସୁସମାଚାର 2 : 24 (IRVOR)
ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ ।
ଲୂକଲିଖିତ ସୁସମାଚାର 2 : 25 (IRVOR)
ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।
ଲୂକଲିଖିତ ସୁସମାଚାର 2 : 26 (IRVOR)
ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା ।
ଲୂକଲିଖିତ ସୁସମାଚାର 2 : 27 (IRVOR)
ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
ଲୂକଲିଖିତ ସୁସମାଚାର 2 : 28 (IRVOR)
ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ୱରଙ୍କ ପ୍ରଶଂସା କରି କହିଲେ,
ଲୂକଲିଖିତ ସୁସମାଚାର 2 : 29 (IRVOR)
ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;
ଲୂକଲିଖିତ ସୁସମାଚାର 2 : 30 (IRVOR)
କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
ଲୂକଲିଖିତ ସୁସମାଚାର 2 : 31 (IRVOR)
ଯାହା ତୁମ୍ଭେ ସମସ୍ତ ଲୋକଙ୍କ ସମ୍ମୁଖରେ ପ୍ରସ୍ତୁତ କରି,
ଲୂକଲିଖିତ ସୁସମାଚାର 2 : 32 (IRVOR)
ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।
ଲୂକଲିଖିତ ସୁସମାଚାର 2 : 33 (IRVOR)
ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।
ଲୂକଲିଖିତ ସୁସମାଚାର 2 : 34 (IRVOR)
ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
ଲୂକଲିଖିତ ସୁସମାଚାର 2 : 35 (IRVOR)
ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ ।
ଲୂକଲିଖିତ ସୁସମାଚାର 2 : 36 (IRVOR)
ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
ଲୂକଲିଖିତ ସୁସମାଚାର 2 : 37 (IRVOR)
ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।
ଲୂକଲିଖିତ ସୁସମାଚାର 2 : 38 (IRVOR)
ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 2 : 39 (IRVOR)
ନାଜରିତକୁ ପ୍ରତ୍ୟାବର୍ତ୍ତନ ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ ।
ଲୂକଲିଖିତ ସୁସମାଚାର 2 : 40 (IRVOR)
ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।
ଲୂକଲିଖିତ ସୁସମାଚାର 2 : 41 (IRVOR)
ମନ୍ଦିରରେ ବାଳକ ଯୀଶୁ ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।
ଲୂକଲିଖିତ ସୁସମାଚାର 2 : 42 (IRVOR)
ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ ।
ଲୂକଲିଖିତ ସୁସମାଚାର 2 : 43 (IRVOR)
ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
ଲୂକଲିଖିତ ସୁସମାଚାର 2 : 44 (IRVOR)
କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ,
ଲୂକଲିଖିତ ସୁସମାଚାର 2 : 45 (IRVOR)
ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ ।
ଲୂକଲିଖିତ ସୁସମାଚାର 2 : 46 (IRVOR)
ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
ଲୂକଲିଖିତ ସୁସମାଚାର 2 : 47 (IRVOR)
ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।
ଲୂକଲିଖିତ ସୁସମାଚାର 2 : 48 (IRVOR)
ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
ଲୂକଲିଖିତ ସୁସମାଚାର 2 : 49 (IRVOR)
ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?
ଲୂକଲିଖିତ ସୁସମାଚାର 2 : 50 (IRVOR)
କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ ।
ଲୂକଲିଖିତ ସୁସମାଚାର 2 : 51 (IRVOR)
ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।
ଲୂକଲିଖିତ ସୁସମାଚାର 2 : 52 (IRVOR)
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
❮
❯