ଲୂକଲିଖିତ ସୁସମାଚାର 20 : 1 (IRVOR)
ଯୀଶୁଙ୍କ ଅଧିକାରକୁ ଆହ୍ୱାନ
(ମାଥିଉ 21:23-27; ମାର୍କ 11:27-33) ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
ଲୂକଲିଖିତ ସୁସମାଚାର 20 : 2 (IRVOR)
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ ।
ଲୂକଲିଖିତ ସୁସମାଚାର 20 : 3 (IRVOR)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,
ଲୂକଲିଖିତ ସୁସମାଚାର 20 : 4 (IRVOR)
ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା ?
ଲୂକଲିଖିତ ସୁସମାଚାର 20 : 5 (IRVOR)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?
ଲୂକଲିଖିତ ସୁସମାଚାର 20 : 6 (IRVOR)
କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ ।
ଲୂକଲିଖିତ ସୁସମାଚାର 20 : 7 (IRVOR)
ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ ।
ଲୂକଲିଖିତ ସୁସମାଚାର 20 : 8 (IRVOR)
ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
ଲୂକଲିଖିତ ସୁସମାଚାର 20 : 9 (IRVOR)
ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ
(ମାଥିଉ 21:33-46; ମାର୍କ 12:1-12) ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।
ଲୂକଲିଖିତ ସୁସମାଚାର 20 : 10 (IRVOR)
ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ ।
ଲୂକଲିଖିତ ସୁସମାଚାର 20 : 11 (IRVOR)
ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
ଲୂକଲିଖିତ ସୁସମାଚାର 20 : 12 (IRVOR)
ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ ।
ଲୂକଲିଖିତ ସୁସମାଚାର 20 : 13 (IRVOR)
ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ, ମୁଁ କ'ଣ କରିବି ? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ ।
ଲୂକଲିଖିତ ସୁସମାଚାର 20 : 14 (IRVOR)
ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ ।
ଲୂକଲିଖିତ ସୁସମାଚାର 20 : 15 (IRVOR)
ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ?
ଲୂକଲିଖିତ ସୁସମାଚାର 20 : 16 (IRVOR)
ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।
ଲୂକଲିଖିତ ସୁସମାଚାର 20 : 17 (IRVOR)
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?
ଲୂକଲିଖିତ ସୁସମାଚାର 20 : 18 (IRVOR)
ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ ।
ଲୂକଲିଖିତ ସୁସମାଚାର 20 : 19 (IRVOR)
କର ଦେବା ପ୍ରସଙ୍ଗ
(ମାଥିଉ 22:15-22; ମାର୍କ 12:13-17) ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
ଲୂକଲିଖିତ ସୁସମାଚାର 20 : 20 (IRVOR)
ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।
ଲୂକଲିଖିତ ସୁସମାଚାର 20 : 21 (IRVOR)
ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।
ଲୂକଲିଖିତ ସୁସମାଚାର 20 : 22 (IRVOR)
କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ ?
ଲୂକଲିଖିତ ସୁସମାଚାର 20 : 23 (IRVOR)
କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ ।
ଲୂକଲିଖିତ ସୁସମାଚାର 20 : 24 (IRVOR)
ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ? ସେମାନେ କହିଲେ, କାଇସରଙ୍କର ।
ଲୂକଲିଖିତ ସୁସମାଚାର 20 : 25 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
ଲୂକଲିଖିତ ସୁସମାଚାର 20 : 26 (IRVOR)
ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ ।
ଲୂକଲିଖିତ ସୁସମାଚାର 20 : 27 (IRVOR)
ସାଦ୍ଦୂକୀଙ୍କ ପୁନରୁତ୍ଥାନର
(ମାଥିଉ 22:23-33; ମାର୍କ 12:18-27) ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,
ଲୂକଲିଖିତ ସୁସମାଚାର 20 : 28 (IRVOR)
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
ଲୂକଲିଖିତ ସୁସମାଚାର 20 : 29 (IRVOR)
ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
ଲୂକଲିଖିତ ସୁସମାଚାର 20 : 30 (IRVOR)
ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ;
ଲୂକଲିଖିତ ସୁସମାଚାର 20 : 31 (IRVOR)
ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ ।
ଲୂକଲିଖିତ ସୁସମାଚାର 20 : 32 (IRVOR)
ଶେଷରେ ସ୍ତ୍ରୀଟି ମଧ୍ୟ ମଲା ।
ଲୂକଲିଖିତ ସୁସମାଚାର 20 : 33 (IRVOR)
ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
ଲୂକଲିଖିତ ସୁସମାଚାର 20 : 34 (IRVOR)
ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
ଲୂକଲିଖିତ ସୁସମାଚାର 20 : 35 (IRVOR)
କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
ଲୂକଲିଖିତ ସୁସମାଚାର 20 : 36 (IRVOR)
ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।
ଲୂକଲିଖିତ ସୁସମାଚାର 20 : 37 (IRVOR)
ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି ।
ଲୂକଲିଖିତ ସୁସମାଚାର 20 : 38 (IRVOR)
ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି ।
ଲୂକଲିଖିତ ସୁସମାଚାର 20 : 39 (IRVOR)
ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ ।
ଲୂକଲିଖିତ ସୁସମାଚାର 20 : 40 (IRVOR)
କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ ।
ଲୂକଲିଖିତ ସୁସମାଚାର 20 : 41 (IRVOR)
ଖ୍ରୀଷ୍ଟ କାହାର ସନ୍ତାନ ?
(ମାଥିଉ 22:41-46; ମାର୍କ 12:35-37) କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି ?
ଲୂକଲିଖିତ ସୁସମାଚାର 20 : 42 (IRVOR)
କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,
ଲୂକଲିଖିତ ସୁସମାଚାର 20 : 43 (IRVOR)
ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
ଲୂକଲିଖିତ ସୁସମାଚାର 20 : 44 (IRVOR)
ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ ?
ଲୂକଲିଖିତ ସୁସମାଚାର 20 : 45 (IRVOR)
ଶାସ୍ତ୍ରୀମାନଙ୍କଠାରୁ ସତର୍କତା
(ମାଥିଉ 23:1-36; ମାର୍କ 12:38-40) ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
ଲୂକଲିଖିତ ସୁସମାଚାର 20 : 46 (IRVOR)
ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
ଲୂକଲିଖିତ ସୁସମାଚାର 20 : 47 (IRVOR)
ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।
❮
❯