ଲୂକଲିଖିତ ସୁସମାଚାର 23 : 1 (IRVOR)
{ପୀଲାତଙ୍କ ସମ୍ମୁଖରେ ଯୀଶୁ} [PS] ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ ।
ଲୂକଲିଖିତ ସୁସମାଚାର 23 : 2 (IRVOR)
ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି । [PE][PS]
ଲୂକଲିଖିତ ସୁସମାଚାର 23 : 3 (IRVOR)
ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
ଲୂକଲିଖିତ ସୁସମାଚାର 23 : 4 (IRVOR)
ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ ।
ଲୂକଲିଖିତ ସୁସମାଚାର 23 : 5 (IRVOR)
କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି । [PS]
ଲୂକଲିଖିତ ସୁସମାଚାର 23 : 6 (IRVOR)
{ହେରୋଦଙ୍କ ସମ୍ମୁଖରେ ଯୀଶୁ} [PS] କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ?
ଲୂକଲିଖିତ ସୁସମାଚାର 23 : 7 (IRVOR)
ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 8 (IRVOR)
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
ଲୂକଲିଖିତ ସୁସମାଚାର 23 : 9 (IRVOR)
ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।
ଲୂକଲିଖିତ ସୁସମାଚାର 23 : 10 (IRVOR)
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 11 (IRVOR)
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
ଲୂକଲିଖିତ ସୁସମାଚାର 23 : 12 (IRVOR)
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା । (ମାଥିଉ 27:15-26; ମାର୍କ 15:6-15; ଯୋହନ 18:39—19:16) [PE][PS]
ଲୂକଲିଖିତ ସୁସମାଚାର 23 : 13 (IRVOR)
{ଯୀଶୁଙ୍କ ପ୍ରାଣଦଣ୍ଡ} [PS] ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
ଲୂକଲିଖିତ ସୁସମାଚାର 23 : 14 (IRVOR)
ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ । ହେରୋଦ ମଧ୍ୟ ପାଇ ନାହାଁନ୍ତି, [PE][PS]
ଲୂକଲିଖିତ ସୁସମାଚାର 23 : 15 (IRVOR)
କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
ଲୂକଲିଖିତ ସୁସମାଚାର 23 : 16 (IRVOR)
ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ
ଲୂକଲିଖିତ ସୁସମାଚାର 23 : 17 (IRVOR)
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।] [PE][PS]
ଲୂକଲିଖିତ ସୁସମାଚାର 23 : 18 (IRVOR)
ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର ।
ଲୂକଲିଖିତ ସୁସମାଚାର 23 : 19 (IRVOR)
ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା । [PE][PS]
ଲୂକଲିଖିତ ସୁସମାଚାର 23 : 20 (IRVOR)
ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।
ଲୂକଲିଖିତ ସୁସମାଚାର 23 : 21 (IRVOR)
କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ ।
ଲୂକଲିଖିତ ସୁସମାଚାର 23 : 22 (IRVOR)
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା । [PE][PS]
ଲୂକଲିଖିତ ସୁସମାଚାର 23 : 23 (IRVOR)
ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା ।
ଲୂକଲିଖିତ ସୁସମାଚାର 23 : 24 (IRVOR)
ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
ଲୂକଲିଖିତ ସୁସମାଚାର 23 : 25 (IRVOR)
କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ । [PE][PS]
ଲୂକଲିଖିତ ସୁସମାଚାର 23 : 26 (IRVOR)
{ଯୀଶୁଙ୍କ କ୍ରୁଶବିଦ୍ଧ} (ମାଥିଉ 27:32-44; ମାର୍କ 15:21-32; ଯୋହନ 19:17-27) [PS] ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ । [PE][PS]
ଲୂକଲିଖିତ ସୁସମାଚାର 23 : 27 (IRVOR)
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ ।
ଲୂକଲିଖିତ ସୁସମାଚାର 23 : 28 (IRVOR)
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର; [PE][PS]
ଲୂକଲିଖିତ ସୁସମାଚାର 23 : 29 (IRVOR)
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।
ଲୂକଲିଖିତ ସୁସମାଚାର 23 : 30 (IRVOR)
ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ ।
ଲୂକଲିଖିତ ସୁସମାଚାର 23 : 31 (IRVOR)
କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ? [PE][PS]
ଲୂକଲିଖିତ ସୁସମାଚାର 23 : 32 (IRVOR)
ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 33 (IRVOR)
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
ଲୂକଲିଖିତ ସୁସମାଚାର 23 : 34 (IRVOR)
ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ । [PE][PS]
ଲୂକଲିଖିତ ସୁସମାଚାର 23 : 35 (IRVOR)
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ । [PE][PS]
ଲୂକଲିଖିତ ସୁସମାଚାର 23 : 36 (IRVOR)
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
ଲୂକଲିଖିତ ସୁସମାଚାର 23 : 37 (IRVOR)
ତୁ ଯଦି ଯିହୂଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର ।
ଲୂକଲିଖିତ ସୁସମାଚାର 23 : 38 (IRVOR)
ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।" [PE][PS]
ଲୂକଲିଖିତ ସୁସମାଚାର 23 : 39 (IRVOR)
ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
ଲୂକଲିଖିତ ସୁସମାଚାର 23 : 40 (IRVOR)
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
ଲୂକଲିଖିତ ସୁସମାଚାର 23 : 41 (IRVOR)
ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି । [PE][PS]
ଲୂକଲିଖିତ ସୁସମାଚାର 23 : 42 (IRVOR)
ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
ଲୂକଲିଖିତ ସୁସମାଚାର 23 : 43 (IRVOR)
ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ । [PE][PS]
ଲୂକଲିଖିତ ସୁସମାଚାର 23 : 44 (IRVOR)
{ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ମାର୍କ 15:33-41; ଯୋହନ 19:28-30) [PS] ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
ଲୂକଲିଖିତ ସୁସମାଚାର 23 : 45 (IRVOR)
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା । [PE][PS]
ଲୂକଲିଖିତ ସୁସମାଚାର 23 : 46 (IRVOR)
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।
ଲୂକଲିଖିତ ସୁସମାଚାର 23 : 47 (IRVOR)
ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 48 (IRVOR)
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 23 : 49 (IRVOR)
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 50 (IRVOR)
{ଯୀଶୁଙ୍କ ସମାଧି} (ମାଥିଉ 27:57-61; ମାର୍କ 15:42-47; ଯୋହନ 19:38-42) [PS] ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
ଲୂକଲିଖିତ ସୁସମାଚାର 23 : 51 (IRVOR)
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ । [PE][PS]
ଲୂକଲିଖିତ ସୁସମାଚାର 23 : 52 (IRVOR)
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
ଲୂକଲିଖିତ ସୁସମାଚାର 23 : 53 (IRVOR)
ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ । [PE][PS]
ଲୂକଲିଖିତ ସୁସମାଚାର 23 : 54 (IRVOR)
ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା
ଲୂକଲିଖିତ ସୁସମାଚାର 23 : 55 (IRVOR)
ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
ଲୂକଲିଖିତ ସୁସମାଚାର 23 : 56 (IRVOR)
ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56

BG:

Opacity:

Color:


Size:


Font: