ଲୂକଲିଖିତ ସୁସମାଚାର 24 : 1 (IRVOR)
{ଯୀଶୁଙ୍କ ପୁନରୁତ୍ଥାନ} (ମାଥିଉ 28:1-10; ମାର୍କ 16:1-8; ଯୋହନ 20:1-10) [PS] ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
ଲୂକଲିଖିତ ସୁସମାଚାର 24 : 2 (IRVOR)
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
ଲୂକଲିଖିତ ସୁସମାଚାର 24 : 3 (IRVOR)
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 24 : 4 (IRVOR)
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
ଲୂକଲିଖିତ ସୁସମାଚାର 24 : 5 (IRVOR)
ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ? [PE][PS]
ଲୂକଲିଖିତ ସୁସମାଚାର 24 : 6 (IRVOR)
ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
ଲୂକଲିଖିତ ସୁସମାଚାର 24 : 7 (IRVOR)
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର । [PE][PS]
ଲୂକଲିଖିତ ସୁସମାଚାର 24 : 8 (IRVOR)
ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
ଲୂକଲିଖିତ ସୁସମାଚାର 24 : 9 (IRVOR)
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ ।
ଲୂକଲିଖିତ ସୁସମାଚାର 24 : 10 (IRVOR)
ଏମାନେ ମଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ । [PE][PS]
ଲୂକଲିଖିତ ସୁସମାଚାର 24 : 11 (IRVOR)
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।
ଲୂକଲିଖିତ ସୁସମାଚାର 24 : 12 (IRVOR)
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।] (ମାର୍କ 16:12,13) [PE][PS]
ଲୂକଲିଖିତ ସୁସମାଚାର 24 : 13 (IRVOR)
{ଇମ୍ମାୟୁ ପଥରେ} [PS] ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
ଲୂକଲିଖିତ ସୁସମାଚାର 24 : 14 (IRVOR)
ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 24 : 15 (IRVOR)
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
ଲୂକଲିଖିତ ସୁସମାଚାର 24 : 16 (IRVOR)
କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 24 : 17 (IRVOR)
ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ ।
ଲୂକଲିଖିତ ସୁସମାଚାର 24 : 18 (IRVOR)
ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ? [PE][PS]
ଲୂକଲିଖିତ ସୁସମାଚାର 24 : 19 (IRVOR)
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
ଲୂକଲିଖିତ ସୁସମାଚାର 24 : 20 (IRVOR)
ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ । [PE][PS]
ଲୂକଲିଖିତ ସୁସମାଚାର 24 : 21 (IRVOR)
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା । [PE][PS]
ଲୂକଲିଖିତ ସୁସମାଚାର 24 : 22 (IRVOR)
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
ଲୂକଲିଖିତ ସୁସମାଚାର 24 : 23 (IRVOR)
ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।
ଲୂକଲିଖିତ ସୁସମାଚାର 24 : 24 (IRVOR)
ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ [PE][PS]
ଲୂକଲିଖିତ ସୁସମାଚାର 24 : 25 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
ଲୂକଲିଖିତ ସୁସମାଚାର 24 : 26 (IRVOR)
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
ଲୂକଲିଖିତ ସୁସମାଚାର 24 : 27 (IRVOR)
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ । [PE][PS]
ଲୂକଲିଖିତ ସୁସମାଚାର 24 : 28 (IRVOR)
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
ଲୂକଲିଖିତ ସୁସମାଚାର 24 : 29 (IRVOR)
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ । [PE][PS]
ଲୂକଲିଖିତ ସୁସମାଚାର 24 : 30 (IRVOR)
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 24 : 31 (IRVOR)
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
ଲୂକଲିଖିତ ସୁସମାଚାର 24 : 32 (IRVOR)
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ? [PE][PS]
ଲୂକଲିଖିତ ସୁସମାଚାର 24 : 33 (IRVOR)
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
ଲୂକଲିଖିତ ସୁସମାଚାର 24 : 34 (IRVOR)
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
ଲୂକଲିଖିତ ସୁସମାଚାର 24 : 35 (IRVOR)
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ । [PE][PS]
ଲୂକଲିଖିତ ସୁସମାଚାର 24 : 36 (IRVOR)
{ଶିଷ୍ୟମାନଙ୍କୁ ଯୀଶୁଙ୍କ ଦର୍ଶନ} (ମାଥିଉ 28:16-20; ମାର୍କ 16:14-18; ଯୋହନ 20:19-23; ପ୍ରେରିତ 1:6-8) [PS] କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
ଲୂକଲିଖିତ ସୁସମାଚାର 24 : 37 (IRVOR)
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ । [PE][PS]
ଲୂକଲିଖିତ ସୁସମାଚାର 24 : 38 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ?
ଲୂକଲିଖିତ ସୁସମାଚାର 24 : 39 (IRVOR)
ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ ।
ଲୂକଲିଖିତ ସୁସମାଚାର 24 : 40 (IRVOR)
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।] [PE][PS]
ଲୂକଲିଖିତ ସୁସମାଚାର 24 : 41 (IRVOR)
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ?
ଲୂକଲିଖିତ ସୁସମାଚାର 24 : 42 (IRVOR)
ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ ।
ଲୂକଲିଖିତ ସୁସମାଚାର 24 : 43 (IRVOR)
ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ । [PE][PS]
ଲୂକଲିଖିତ ସୁସମାଚାର 24 : 44 (IRVOR)
ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି । [PE][PS]
ଲୂକଲିଖିତ ସୁସମାଚାର 24 : 45 (IRVOR)
ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
ଲୂକଲିଖିତ ସୁସମାଚାର 24 : 46 (IRVOR)
ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
ଲୂକଲିଖିତ ସୁସମାଚାର 24 : 47 (IRVOR)
ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ । [PE][PS]
ଲୂକଲିଖିତ ସୁସମାଚାର 24 : 48 (IRVOR)
ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
ଲୂକଲିଖିତ ସୁସମାଚାର 24 : 49 (IRVOR)
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ । (ମାର୍କ 16:19,20; ପ୍ରେରିତ 1:9-11) [PE][PS]
ଲୂକଲିଖିତ ସୁସମାଚାର 24 : 50 (IRVOR)
{ଯୀଶୁଙ୍କ ସ୍ୱର୍ଗାରୋହଣ} [PS] ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
ଲୂକଲିଖିତ ସୁସମାଚାର 24 : 51 (IRVOR)
ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ । [PE][PS]
ଲୂକଲିଖିତ ସୁସମାଚାର 24 : 52 (IRVOR)
ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,
ଲୂକଲିଖିତ ସୁସମାଚାର 24 : 53 (IRVOR)
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53

BG:

Opacity:

Color:


Size:


Font: