ଲୂକଲିଖିତ ସୁସମାଚାର 4 : 1 (IRVOR)
{ଯୀଶୁଙ୍କ ପରୀକ୍ଷା} [PS] ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ ।
ଲୂକଲିଖିତ ସୁସମାଚାର 4 : 2 (IRVOR)
ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ । [PE][PS]
ଲୂକଲିଖିତ ସୁସମାଚାର 4 : 3 (IRVOR)
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।
ଲୂକଲିଖିତ ସୁସମାଚାର 4 : 4 (IRVOR)
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 4 : 5 (IRVOR)
ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।
ଲୂକଲିଖିତ ସୁସମାଚାର 4 : 6 (IRVOR)
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
ଲୂକଲିଖିତ ସୁସମାଚାର 4 : 7 (IRVOR)
ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ । [PE][PS]
ଲୂକଲିଖିତ ସୁସମାଚାର 4 : 8 (IRVOR)
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ । [PE][PS]
ଲୂକଲିଖିତ ସୁସମାଚାର 4 : 9 (IRVOR)
ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼;
ଲୂକଲିଖିତ ସୁସମାଚାର 4 : 10 (IRVOR)
କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; [QBR]
ଲୂକଲିଖିତ ସୁସମାଚାର 4 : 11 (IRVOR)
ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । [PE][PS]
ଲୂକଲିଖିତ ସୁସମାଚାର 4 : 12 (IRVOR)
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । [PE][PS]
ଲୂକଲିଖିତ ସୁସମାଚାର 4 : 13 (IRVOR)
ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା । (ମାଥିଉ 4:12-17; ମାର୍କ 1:14,15) [PE][PS]
ଲୂକଲିଖିତ ସୁସମାଚାର 4 : 14 (IRVOR)
{ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ} [PS] ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା ।
ଲୂକଲିଖିତ ସୁସମାଚାର 4 : 15 (IRVOR)
ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ । [PE][PS]
ଲୂକଲିଖିତ ସୁସମାଚାର 4 : 16 (IRVOR)
{ନାଜରିତରେ ଯୀଶୁ ଉପେକ୍ଷିତ} (ମାଥିଉ 13:53-58; ମାର୍କ 6:1-6) [PS] ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
ଲୂକଲିଖିତ ସୁସମାଚାର 4 : 17 (IRVOR)
ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, [QBR]
ଲୂକଲିଖିତ ସୁସମାଚାର 4 : 18 (IRVOR)
ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, [QBR]
ଲୂକଲିଖିତ ସୁସମାଚାର 4 : 19 (IRVOR)
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି । [PE][PS]
ଲୂକଲିଖିତ ସୁସମାଚାର 4 : 20 (IRVOR)
ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
ଲୂକଲିଖିତ ସୁସମାଚାର 4 : 21 (IRVOR)
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା ।
ଲୂକଲିଖିତ ସୁସମାଚାର 4 : 22 (IRVOR)
ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ? [PE][PS]
ଲୂକଲିଖିତ ସୁସମାଚାର 4 : 23 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।
ଲୂକଲିଖିତ ସୁସମାଚାର 4 : 24 (IRVOR)
ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ । [PE][PS]
ଲୂକଲିଖିତ ସୁସମାଚାର 4 : 25 (IRVOR)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
ଲୂକଲିଖିତ ସୁସମାଚାର 4 : 26 (IRVOR)
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।
ଲୂକଲିଖିତ ସୁସମାଚାର 4 : 27 (IRVOR)
ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ । [PE][PS]
ଲୂକଲିଖିତ ସୁସମାଚାର 4 : 28 (IRVOR)
ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
ଲୂକଲିଖିତ ସୁସମାଚାର 4 : 29 (IRVOR)
ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
ଲୂକଲିଖିତ ସୁସମାଚାର 4 : 30 (IRVOR)
କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ । [PE][PS]
ଲୂକଲିଖିତ ସୁସମାଚାର 4 : 31 (IRVOR)
{ଅଶୁଚି ଭୂତାତ୍ମାବିଷ୍ଟ ବ୍ୟକ୍ତିଙ୍କର ସୁସ୍ଥତା} (ମାର୍କ 1:21-28) [PS] ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
ଲୂକଲିଖିତ ସୁସମାଚାର 4 : 32 (IRVOR)
ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । [PE][PS]
ଲୂକଲିଖିତ ସୁସମାଚାର 4 : 33 (IRVOR)
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା; ସେ ଉଚ୍ଚ ସ୍ୱରରେ ଚିତ୍କାର କଲା,
ଲୂକଲିଖିତ ସୁସମାଚାର 4 : 34 (IRVOR)
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । [PE][PS]
ଲୂକଲିଖିତ ସୁସମାଚାର 4 : 35 (IRVOR)
ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
ଲୂକଲିଖିତ ସୁସମାଚାର 4 : 36 (IRVOR)
ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।
ଲୂକଲିଖିତ ସୁସମାଚାର 4 : 37 (IRVOR)
ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା । [PE][PS]
ଲୂକଲିଖିତ ସୁସମାଚାର 4 : 38 (IRVOR)
{ଅନେକ ଲୋକଙ୍କ ସୁସ୍ଥତା} (ମାଥିଉ 8:14-17; ମାର୍କ 1:29-34) [PS] ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
ଲୂକଲିଖିତ ସୁସମାଚାର 4 : 39 (IRVOR)
ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ । [PE][PS]
ଲୂକଲିଖିତ ସୁସମାଚାର 4 : 40 (IRVOR)
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
ଲୂକଲିଖିତ ସୁସମାଚାର 4 : 41 (IRVOR)
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ । [PE][PS]
ଲୂକଲିଖିତ ସୁସମାଚାର 4 : 42 (IRVOR)
{ଉପାସନା ଗୃହମାନଙ୍କରେ ଯୀଶୁଙ୍କ ପ୍ରଚାର} (ମାର୍କ 1:35-39) [PS] ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
ଲୂକଲିଖିତ ସୁସମାଚାର 4 : 43 (IRVOR)
କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି । [PE][PS]
ଲୂକଲିଖିତ ସୁସମାଚାର 4 : 44 (IRVOR)
ପୁଣି, ସେ ଯିହୂଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44

BG:

Opacity:

Color:


Size:


Font: