ଲୂକଲିଖିତ ସୁସମାଚାର 5 : 1 (IRVOR)
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
(ମାଥିଉ 4:18-22; ମାର୍କ 1:16-20)
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
ଲୂକଲିଖିତ ସୁସମାଚାର 5 : 2 (IRVOR)
ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
ଲୂକଲିଖିତ ସୁସମାଚାର 5 : 3 (IRVOR)
ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 5 : 4 (IRVOR)
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
ଲୂକଲିଖିତ ସୁସମାଚାର 5 : 5 (IRVOR)
ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
ଲୂକଲିଖିତ ସୁସମାଚାର 5 : 6 (IRVOR)
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।
ଲୂକଲିଖିତ ସୁସମାଚାର 5 : 7 (IRVOR)
ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
ଲୂକଲିଖିତ ସୁସମାଚାର 5 : 8 (IRVOR)
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
ଲୂକଲିଖିତ ସୁସମାଚାର 5 : 9 (IRVOR)
କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
ଲୂକଲିଖିତ ସୁସମାଚାର 5 : 10 (IRVOR)
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
ଲୂକଲିଖିତ ସୁସମାଚାର 5 : 11 (IRVOR)
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।
ଲୂକଲିଖିତ ସୁସମାଚାର 5 : 12 (IRVOR)
କୁଷ୍ଠୀ ଲୋକଙ୍କ ସୁସ୍ଥତା
(ମାଥିଉ 8:1-4; ମାର୍କ 1:40-45)
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
ଲୂକଲିଖିତ ସୁସମାଚାର 5 : 13 (IRVOR)
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।
ଲୂକଲିଖିତ ସୁସମାଚାର 5 : 14 (IRVOR)
ଲୂକଲିଖିତ ସୁସମାଚାର 5 : 15 (IRVOR)
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର । କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
ଲୂକଲିଖିତ ସୁସମାଚାର 5 : 16 (IRVOR)
ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
ଲୂକଲିଖିତ ସୁସମାଚାର 5 : 17 (IRVOR)
ପକ୍ଷାଘାତ ରୋଗୀର ସୁସ୍ଥତା
(ମାଥିଉ 9:1-8; ମାର୍କ 2:1-12)
ଲୂକଲିଖିତ ସୁସମାଚାର 5 : 18 (IRVOR)
ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା । ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
ଲୂକଲିଖିତ ସୁସମାଚାର 5 : 19 (IRVOR)
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
ଲୂକଲିଖିତ ସୁସମାଚାର 5 : 20 (IRVOR)
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
ଲୂକଲିଖିତ ସୁସମାଚାର 5 : 21 (IRVOR)
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?
ଲୂକଲିଖିତ ସୁସମାଚାର 5 : 22 (IRVOR)
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
ଲୂକଲିଖିତ ସୁସମାଚାର 5 : 23 (IRVOR)
କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?
ଲୂକଲିଖିତ ସୁସମାଚାର 5 : 24 (IRVOR)
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ ।
ଲୂକଲିଖିତ ସୁସମାଚାର 5 : 25 (IRVOR)
ଲୂକଲିଖିତ ସୁସମାଚାର 5 : 26 (IRVOR)
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ ।
ଲୂକଲିଖିତ ସୁସମାଚାର 5 : 27 (IRVOR)
ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ । ଲେବୀଙ୍କ ଆହ୍ୱାନ
(ମାଥିଉ 9:9-13; ମାର୍କ 2:13-17)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
ଲୂକଲିଖିତ ସୁସମାଚାର 5 : 28 (IRVOR)
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 5 : 29 (IRVOR)
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
ଲୂକଲିଖିତ ସୁସମାଚାର 5 : 30 (IRVOR)
ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ?
ଲୂକଲିଖିତ ସୁସମାଚାର 5 : 31 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି ।
ଲୂକଲିଖିତ ସୁସମାଚାର 5 : 32 (IRVOR)
ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି ।
ଲୂକଲିଖିତ ସୁସମାଚାର 5 : 33 (IRVOR)
ଉପବାସ ପ୍ରସଙ୍ଗ
(ମାଥିଉ 9:14-17; ମାର୍କ 2:18-22)
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି ।
ଲୂକଲିଖିତ ସୁସମାଚାର 5 : 34 (IRVOR)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ?
ଲୂକଲିଖିତ ସୁସମାଚାର 5 : 35 (IRVOR)
କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
ଲୂକଲିଖିତ ସୁସମାଚାର 5 : 36 (IRVOR)
ଲୂକଲିଖିତ ସୁସମାଚାର 5 : 37 (IRVOR)
ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ । ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ ।
ଲୂକଲିଖିତ ସୁସମାଚାର 5 : 38 (IRVOR)
କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।
ଲୂକଲିଖିତ ସୁସମାଚାର 5 : 39 (IRVOR)
ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39