ଲୂକଲିଖିତ ସୁସମାଚାର 6 : 1 (IRVOR)
{ବିଶ୍ରାମବାରର ପ୍ରଭୁ} (ମାଥିଉ 12:1-8; ମାର୍କ 2:23-28) [PS] ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ ।
ଲୂକଲିଖିତ ସୁସମାଚାର 6 : 2 (IRVOR)
କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ ? [PE][PS]
ଲୂକଲିଖିତ ସୁସମାଚାର 6 : 3 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ?
ଲୂକଲିଖିତ ସୁସମାଚାର 6 : 4 (IRVOR)
ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।
ଲୂକଲିଖିତ ସୁସମାଚାର 6 : 5 (IRVOR)
ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି । [PE][PS]
ଲୂକଲିଖିତ ସୁସମାଚାର 6 : 6 (IRVOR)
{ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା} (ମାଥିଉ 12:9-14; ମାର୍କ 3:1-6) [PS] ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା ।
ଲୂକଲିଖିତ ସୁସମାଚାର 6 : 7 (IRVOR)
ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି ।
ଲୂକଲିଖିତ ସୁସମାଚାର 6 : 8 (IRVOR)
କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା । [PE][PS]
ଲୂକଲିଖିତ ସୁସମାଚାର 6 : 9 (IRVOR)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ?
ଲୂକଲିଖିତ ସୁସମାଚାର 6 : 10 (IRVOR)
ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା ।
ଲୂକଲିଖିତ ସୁସମାଚାର 6 : 11 (IRVOR)
କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ । [PE][PS]
ଲୂକଲିଖିତ ସୁସମାଚାର 6 : 12 (IRVOR)
{ଯୀଶୁଙ୍କ ବାର ଶିଷ୍ୟ ମନୋନୟନ} (ମାଥିଉ 10:1-4; ମାର୍କ 3:13-19) [PS] ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।
ଲୂକଲିଖିତ ସୁସମାଚାର 6 : 13 (IRVOR)
ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, [PE][PS]
ଲୂକଲିଖିତ ସୁସମାଚାର 6 : 14 (IRVOR)
ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
ଲୂକଲିଖିତ ସୁସମାଚାର 6 : 15 (IRVOR)
ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,
ଲୂକଲିଖିତ ସୁସମାଚାର 6 : 16 (IRVOR)
ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । [PE][PS]
ଲୂକଲିଖିତ ସୁସମାଚାର 6 : 17 (IRVOR)
{ଯୀଶୁଙ୍କ ଶିକ୍ଷା ଏବଂ ସୁସ୍ଥତା} (ମାଥିଉ 4:23-25) [PS] ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
ଲୂକଲିଖିତ ସୁସମାଚାର 6 : 18 (IRVOR)
ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
ଲୂକଲିଖିତ ସୁସମାଚାର 6 : 19 (IRVOR)
ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା । [PE][PS]
ଲୂକଲିଖିତ ସୁସମାଚାର 6 : 20 (IRVOR)
{କେଉଁମାନେ ଧନ୍ୟ} (ମାଥିଉ 5:1-12) [PS] ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ।
ଲୂକଲିଖିତ ସୁସମାଚାର 6 : 21 (IRVOR)
ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ । ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ । [PE][PS]
ଲୂକଲିଖିତ ସୁସମାଚାର 6 : 22 (IRVOR)
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
ଲୂକଲିଖିତ ସୁସମାଚାର 6 : 23 (IRVOR)
ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 6 : 24 (IRVOR)
{ସ୍ୱର୍ଗସ୍ଥ ପିତାଙ୍କ ସନ୍ତାନ ପରି ଆଚରଣ} (ମାଥିଉ 5:38-48; 7:12) [PS] କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ ।
ଲୂକଲିଖିତ ସୁସମାଚାର 6 : 25 (IRVOR)
ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ । [PE][PS]
ଲୂକଲିଖିତ ସୁସମାଚାର 6 : 26 (IRVOR)
ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ । [PE][PS]
ଲୂକଲିଖିତ ସୁସମାଚାର 6 : 27 (IRVOR)
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
ଲୂକଲିଖିତ ସୁସମାଚାର 6 : 28 (IRVOR)
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର । [PE][PS]
ଲୂକଲିଖିତ ସୁସମାଚାର 6 : 29 (IRVOR)
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ ।
ଲୂକଲିଖିତ ସୁସମାଚାର 6 : 30 (IRVOR)
ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ । [PE][PS]
ଲୂକଲିଖିତ ସୁସମାଚାର 6 : 31 (IRVOR)
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର ।
ଲୂକଲିଖିତ ସୁସମାଚାର 6 : 32 (IRVOR)
ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି ।
ଲୂକଲିଖିତ ସୁସମାଚାର 6 : 33 (IRVOR)
ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି ।
ଲୂକଲିଖିତ ସୁସମାଚାର 6 : 34 (IRVOR)
ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି । [PE][PS]
ଲୂକଲିଖିତ ସୁସମାଚାର 6 : 35 (IRVOR)
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି ।
ଲୂକଲିଖିତ ସୁସମାଚାର 6 : 36 (IRVOR)
ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ । [PE][PS]
ଲୂକଲିଖିତ ସୁସମାଚାର 6 : 37 (IRVOR)
{ଅନ୍ୟର ବିଚାର ନ କରିବା} (ମାଥିଉ 7:1-4) [PS] ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ । କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; [PE][PS]
ଲୂକଲିଖିତ ସୁସମାଚାର 6 : 38 (IRVOR)
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ । [PE][PS]
ଲୂକଲିଖିତ ସୁସମାଚାର 6 : 39 (IRVOR)
ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ?
ଲୂକଲିଖିତ ସୁସମାଚାର 6 : 40 (IRVOR)
ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ । [PE][PS]
ଲୂକଲିଖିତ ସୁସମାଚାର 6 : 41 (IRVOR)
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ?
ଲୂକଲିଖିତ ସୁସମାଚାର 6 : 42 (IRVOR)
ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ । ଗଛ ଓ ତା'ର ଫଳ (ମାଥିଉ 7:16-20; 12:33-35) [PE][PS]
ଲୂକଲିଖିତ ସୁସମାଚାର 6 : 43 (IRVOR)
କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ ।
ଲୂକଲିଖିତ ସୁସମାଚାର 6 : 44 (IRVOR)
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ । [PE][PS]
ଲୂକଲିଖିତ ସୁସମାଚାର 6 : 45 (IRVOR)
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ । [PE][PS]
ଲୂକଲିଖିତ ସୁସମାଚାର 6 : 46 (IRVOR)
{ଦୁଇ ଗୃହ ନିର୍ମାଣକାରୀ} (ମାଥିଉ 7:24-27) [PS] ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?
ଲୂକଲିଖିତ ସୁସମାଚାର 6 : 47 (IRVOR)
ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି ।
ଲୂକଲିଖିତ ସୁସମାଚାର 6 : 48 (IRVOR)
ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା । [PE][PS]
ଲୂକଲିଖିତ ସୁସମାଚାର 6 : 49 (IRVOR)
କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49

BG:

Opacity:

Color:


Size:


Font: