ମଲାଖୀ 2 : 1 (IRVOR)
ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।
ମଲାଖୀ 2 : 2 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।
ମଲାଖୀ 2 : 3 (IRVOR)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।
ମଲାଖୀ 2 : 4 (IRVOR)
ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ମଲାଖୀ 2 : 5 (IRVOR)
“ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
ମଲାଖୀ 2 : 6 (IRVOR)
ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
ମଲାଖୀ 2 : 7 (IRVOR)
କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
ମଲାଖୀ 2 : 8 (IRVOR)
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
ମଲାଖୀ 2 : 9 (IRVOR)
ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।
ମଲାଖୀ 2 : 10 (IRVOR)
ଯିହୁଦା ଦ୍ୱାରା ନିୟମର ଅପବିତ୍ରତା ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ?
ମଲାଖୀ 2 : 11 (IRVOR)
ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
ମଲାଖୀ 2 : 12 (IRVOR)
ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।
ମଲାଖୀ 2 : 13 (IRVOR)
ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।
ମଲାଖୀ 2 : 14 (IRVOR)
ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
ମଲାଖୀ 2 : 15 (IRVOR)
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
ମଲାଖୀ 2 : 16 (IRVOR)
“କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ,” ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ “ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।
ମଲାଖୀ 2 : 17 (IRVOR)
ସଦାପ୍ରଭୁଙ୍କ ଦୂତ ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।
❮
❯
1
2
3
4
5
6
7
8
9
10
11
12
13
14
15
16
17