ମାର୍କଲିଖିତ ସୁସମାଚାର 1 : 1 (IRVOR)
ପଥ ପ୍ରସ୍ତୁତକାରୀ ବାପ୍ତିଜକ ଯୋହନ
(ମାଥିଉ 3:1-12; ଲୂକ 3:1-18; ଯୋହନ 1:19-28)
ଈଶ୍ୱରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ ।
ମାର୍କଲିଖିତ ସୁସମାଚାର 1 : 2 (IRVOR)
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
ମାର୍କଲିଖିତ ସୁସମାଚାର 1 : 3 (IRVOR)
ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,
ମାର୍କଲିଖିତ ସୁସମାଚାର 1 : 4 (IRVOR)
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 1 : 5 (IRVOR)
ସେଥିରେ ସମଗ୍ର ଯିହୂଦା ପ୍ରଦେଶ ଓ ସମସ୍ତ ଯିରୂଶାଲମ ନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ ।
ମାର୍କଲିଖିତ ସୁସମାଚାର 1 : 6 (IRVOR)
ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ ।
ମାର୍କଲିଖିତ ସୁସମାଚାର 1 : 7 (IRVOR)
ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ ।
ମାର୍କଲିଖିତ ସୁସମାଚାର 1 : 8 (IRVOR)
ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।
ମାର୍କଲିଖିତ ସୁସମାଚାର 1 : 9 (IRVOR)
ଯୀଶୁଙ୍କ ଜଳଦୀକ୍ଷା ଓ ପରୀକ୍ଷା
(ମାଥିଉ 3:13—4:11; ଲୂକ 3:21,22; 4:1-13)
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ।
ମାର୍କଲିଖିତ ସୁସମାଚାର 1 : 10 (IRVOR)
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
ମାର୍କଲିଖିତ ସୁସମାଚାର 1 : 11 (IRVOR)
ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
ମାର୍କଲିଖିତ ସୁସମାଚାର 1 : 12 (IRVOR)
ସେହିକ୍ଷଣି ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ ।
ମାର୍କଲିଖିତ ସୁସମାଚାର 1 : 13 (IRVOR)
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।
ମାର୍କଲିଖିତ ସୁସମାଚାର 1 : 14 (IRVOR)
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
(ମାଥିଉ 4:12-17; ଲୂକ 4:14,15; ମାଥିଉ 4:18-22; ଲୂକ 5:1-11)
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
ମାର୍କଲିଖିତ ସୁସମାଚାର 1 : 15 (IRVOR)
କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର ।
ମାର୍କଲିଖିତ ସୁସମାଚାର 1 : 16 (IRVOR)
ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
ମାର୍କଲିଖିତ ସୁସମାଚାର 1 : 17 (IRVOR)
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।
ମାର୍କଲିଖିତ ସୁସମାଚାର 1 : 18 (IRVOR)
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
ମାର୍କଲିଖିତ ସୁସମାଚାର 1 : 19 (IRVOR)
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ ।
ମାର୍କଲିଖିତ ସୁସମାଚାର 1 : 20 (IRVOR)
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ ।
ମାର୍କଲିଖିତ ସୁସମାଚାର 1 : 21 (IRVOR)
ଭୂତଗ୍ରସ୍ତର ଆରୋଗ୍ୟତା
(ଲୂକ 4:31-37)
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 1 : 22 (IRVOR)
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
ମାର୍କଲିଖିତ ସୁସମାଚାର 1 : 23 (IRVOR)
ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,
ମାର୍କଲିଖିତ ସୁସମାଚାର 1 : 24 (IRVOR)
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।
ମାର୍କଲିଖିତ ସୁସମାଚାର 1 : 25 (IRVOR)
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।
ମାର୍କଲିଖିତ ସୁସମାଚାର 1 : 26 (IRVOR)
ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା ।
ମାର୍କଲିଖିତ ସୁସମାଚାର 1 : 27 (IRVOR)
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
ମାର୍କଲିଖିତ ସୁସମାଚାର 1 : 28 (IRVOR)
ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।
ମାର୍କଲିଖିତ ସୁସମାଚାର 1 : 29 (IRVOR)
ଅନେକଙ୍କୁ ସୁସ୍ଥତା ପ୍ରଦାନ
(ମାଥିଉ 8:14-17; ଲୂକ 4:38-41)
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ ।
ମାର୍କଲିଖିତ ସୁସମାଚାର 1 : 30 (IRVOR)
ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।
ମାର୍କଲିଖିତ ସୁସମାଚାର 1 : 31 (IRVOR)
ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 1 : 32 (IRVOR)
ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
ମାର୍କଲିଖିତ ସୁସମାଚାର 1 : 33 (IRVOR)
ପୁଣି, ନଗରବାସୀସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ ।
ମାର୍କଲିଖିତ ସୁସମାଚାର 1 : 34 (IRVOR)
ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ ।
ମାର୍କଲିଖିତ ସୁସମାଚାର 1 : 35 (IRVOR)
ଗାଲିଲୀରେ ଯୀଶୁଙ୍କ ପ୍ରଚାର
(ଲୂକ 4:42-44)
ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 1 : 36 (IRVOR)
ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି,
ମାର୍କଲିଖିତ ସୁସମାଚାର 1 : 37 (IRVOR)
ସାକ୍ଷାତ୍ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି ।
ମାର୍କଲିଖିତ ସୁସମାଚାର 1 : 38 (IRVOR)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
ମାର୍କଲିଖିତ ସୁସମାଚାର 1 : 39 (IRVOR)
ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
ମାର୍କଲିଖିତ ସୁସମାଚାର 1 : 40 (IRVOR)
କୁଷ୍ଠରୋଗୀର ସୁସ୍ଥତା
(ମାଥିଉ 8:1-4; ଲୂକ 5:12-16)
ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, "ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।"
ମାର୍କଲିଖିତ ସୁସମାଚାର 1 : 41 (IRVOR)
ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ ।
ମାର୍କଲିଖିତ ସୁସମାଚାର 1 : 42 (IRVOR)
ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା ।
ମାର୍କଲିଖିତ ସୁସମାଚାର 1 : 43 (IRVOR)
ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
ମାର୍କଲିଖିତ ସୁସମାଚାର 1 : 44 (IRVOR)
ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହି ସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
ମାର୍କଲିଖିତ ସୁସମାଚାର 1 : 45 (IRVOR)
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45