ମାର୍କଲିଖିତ ସୁସମାଚାର 15 : 1 (IRVOR)
{ପୀଲାତଙ୍କ ସମ୍ମୁଖରେ ଯୀଶୁ} [PS] ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
ମାର୍କଲିଖିତ ସୁସମାଚାର 15 : 2 (IRVOR)
ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
ମାର୍କଲିଖିତ ସୁସମାଚାର 15 : 3 (IRVOR)
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 15 : 4 (IRVOR)
ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।
ମାର୍କଲିଖିତ ସୁସମାଚାର 15 : 5 (IRVOR)
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ । (ମାଥିଉ 27:15-26; ଲୂକ 23:13-25; ଯୋହନ 18:39—19:16) [PE][PS]
ମାର୍କଲିଖିତ ସୁସମାଚାର 15 : 6 (IRVOR)
{ଯୀଶୁଙ୍କ ପ୍ରାଣଦଣ୍ଡ} [PS] ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
ମାର୍କଲିଖିତ ସୁସମାଚାର 15 : 7 (IRVOR)
ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।
ମାର୍କଲିଖିତ ସୁସମାଚାର 15 : 8 (IRVOR)
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁୂ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 15 : 9 (IRVOR)
ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ?
ମାର୍କଲିଖିତ ସୁସମାଚାର 15 : 10 (IRVOR)
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ ।
ମାର୍କଲିଖିତ ସୁସମାଚାର 15 : 11 (IRVOR)
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
ମାର୍କଲିଖିତ ସୁସମାଚାର 15 : 12 (IRVOR)
କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୂଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କ'ଣ କରିବା ?
ମାର୍କଲିଖିତ ସୁସମାଚାର 15 : 13 (IRVOR)
ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
ମାର୍କଲିଖିତ ସୁସମାଚାର 15 : 14 (IRVOR)
ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
ମାର୍କଲିଖିତ ସୁସମାଚାର 15 : 15 (IRVOR)
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ | (ମାଥିଉ 27:27-31; ଯୋହନ 19:2,3) [PE][PS]
ମାର୍କଲିଖିତ ସୁସମାଚାର 15 : 16 (IRVOR)
{ଯୀଶୁଙ୍କ ପ୍ରତି ପରିହାସ} [PS] ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।
ମାର୍କଲିଖିତ ସୁସମାଚାର 15 : 17 (IRVOR)
ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
ମାର୍କଲିଖିତ ସୁସମାଚାର 15 : 18 (IRVOR)
ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 15 : 19 (IRVOR)
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 15 : 20 (IRVOR)
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ । [PE][PS]
ମାର୍କଲିଖିତ ସୁସମାଚାର 15 : 21 (IRVOR)
{ଯୀଶୁଙ୍କୁ କ୍ରୁଶବିଦ୍ଧ} (ମାଥିଉ 27:32-44; ଲୂକ 23:26-43; ଯୋହନ 19:17-27) [PS] ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।
ମାର୍କଲିଖିତ ସୁସମାଚାର 15 : 22 (IRVOR)
ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
ମାର୍କଲିଖିତ ସୁସମାଚାର 15 : 23 (IRVOR)
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ ।
ମାର୍କଲିଖିତ ସୁସମାଚାର 15 : 24 (IRVOR)
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
ମାର୍କଲିଖିତ ସୁସମାଚାର 15 : 25 (IRVOR)
ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ।
ମାର୍କଲିଖିତ ସୁସମାଚାର 15 : 26 (IRVOR)
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୂଦୀମାନଙ୍କର ରାଜା ।
ମାର୍କଲିଖିତ ସୁସମାଚାର 15 : 27 (IRVOR)
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
ମାର୍କଲିଖିତ ସୁସମାଚାର 15 : 28 (IRVOR)
[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ।]
ମାର୍କଲିଖିତ ସୁସମାଚାର 15 : 29 (IRVOR)
ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
ମାର୍କଲିଖିତ ସୁସମାଚାର 15 : 30 (IRVOR)
କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର ।
ମାର୍କଲିଖିତ ସୁସମାଚାର 15 : 31 (IRVOR)
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
ମାର୍କଲିଖିତ ସୁସମାଚାର 15 : 32 (IRVOR)
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ । [PE][PS]
ମାର୍କଲିଖିତ ସୁସମାଚାର 15 : 33 (IRVOR)
{ଯୀଶୁଙ୍କ ମୃତ୍ୟୁ} (ମାଥିଉ 27:45-56; ଲୂକ 23:44-49; ଯୋହନ 19:28-30) [PS] ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।
ମାର୍କଲିଖିତ ସୁସମାଚାର 15 : 34 (IRVOR)
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍‌ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
ମାର୍କଲିଖିତ ସୁସମାଚାର 15 : 35 (IRVOR)
ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି ।
ମାର୍କଲିଖିତ ସୁସମାଚାର 15 : 36 (IRVOR)
ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଆମ୍ବିଳା ରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା ।
ମାର୍କଲିଖିତ ସୁସମାଚାର 15 : 37 (IRVOR)
କିନ୍ତୁ ଯୀଶୁ ଉଚ୍ଚ ସ୍ୱର କରି ପ୍ରାଣତ୍ୟାଗ କଲେ ।
ମାର୍କଲିଖିତ ସୁସମାଚାର 15 : 38 (IRVOR)
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା ।
ମାର୍କଲିଖିତ ସୁସମାଚାର 15 : 39 (IRVOR)
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।
ମାର୍କଲିଖିତ ସୁସମାଚାର 15 : 40 (IRVOR)
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;
ମାର୍କଲିଖିତ ସୁସମାଚାର 15 : 41 (IRVOR)
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ । [PE][PS]
ମାର୍କଲିଖିତ ସୁସମାଚାର 15 : 42 (IRVOR)
{ଯୀଶୁଙ୍କ ସମାଧି} (ମାଥିଉ 27:57-61; ଲୂକ 23:50-56; ଯୋହନ 19:39-42) [PS] ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
ମାର୍କଲିଖିତ ସୁସମାଚାର 15 : 43 (IRVOR)
ହାରାମାଥିୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
ମାର୍କଲିଖିତ ସୁସମାଚାର 15 : 44 (IRVOR)
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କ'ଣ ବହୁତ ବେଳ ହେଲା ମଲେଣି ?
ମାର୍କଲିଖିତ ସୁସମାଚାର 15 : 45 (IRVOR)
ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ ।
ମାର୍କଲିଖିତ ସୁସମାଚାର 15 : 46 (IRVOR)
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ ।
ମାର୍କଲିଖିତ ସୁସମାଚାର 15 : 47 (IRVOR)
ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମାତା ମରିୟମ ଦେଖିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47

BG:

Opacity:

Color:


Size:


Font: