ମାର୍କଲିଖିତ ସୁସମାଚାର 16 : 1 (IRVOR)
{ଯୀଶୁଙ୍କ ପୁନରୁତ୍ଥାନ} (ମାଥିଉ 28:1-8; ଲୂକ 24:1-12; ଯୋହନ 20:1-10) [PS] ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରିୟମ, ଯାକୁବଙ୍କ ମାତା ମରିୟମ ଓ ଶଲୋମୀ ସୁଗନ୍ଧିତ ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
ମାର୍କଲିଖିତ ସୁସମାଚାର 16 : 2 (IRVOR)
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା ।
ମାର୍କଲିଖିତ ସୁସମାଚାର 16 : 3 (IRVOR)
ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ ? କାରଣ ତାହା ଅତି ବୃହତ ଥିଲା ।
ମାର୍କଲିଖିତ ସୁସମାଚାର 16 : 4 (IRVOR)
ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି ।
ମାର୍କଲିଖିତ ସୁସମାଚାର 16 : 5 (IRVOR)
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।
ମାର୍କଲିଖିତ ସୁସମାଚାର 16 : 6 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।
ମାର୍କଲିଖିତ ସୁସମାଚାର 16 : 7 (IRVOR)
`କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
ମାର୍କଲିଖିତ ସୁସମାଚାର 16 : 8 (IRVOR)
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ । (ମାଥିଉ 28:9,10; ଯୋହନ 20:11-18) [PE][PS]
ମାର୍କଲିଖିତ ସୁସମାଚାର 16 : 9 (IRVOR)
{ମରିୟମଙ୍କୁ ଯୀଶୁଙ୍କ ପ୍ରଥମ ଦର୍ଶନ} [PS] [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]।
ମାର୍କଲିଖିତ ସୁସମାଚାର 16 : 10 (IRVOR)
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ ।
ମାର୍କଲିଖିତ ସୁସମାଚାର 16 : 11 (IRVOR)
ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ । [PE][PS]
ମାର୍କଲିଖିତ ସୁସମାଚାର 16 : 12 (IRVOR)
{ଦୁଇ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ} (ଲୂକ 24:13-35) [PS] ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
ମାର୍କଲିଖିତ ସୁସମାଚାର 16 : 13 (IRVOR)
ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ । [PE][PS]
ମାର୍କଲିଖିତ ସୁସମାଚାର 16 : 14 (IRVOR)
{ମହାନ ଆଦେଶ} (ମାଥିଉ 28:16-20; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8) [PS] ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।
ମାର୍କଲିଖିତ ସୁସମାଚାର 16 : 15 (IRVOR)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
ମାର୍କଲିଖିତ ସୁସମାଚାର 16 : 16 (IRVOR)
ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ ।
ମାର୍କଲିଖିତ ସୁସମାଚାର 16 : 17 (IRVOR)
ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
ମାର୍କଲିଖିତ ସୁସମାଚାର 16 : 18 (IRVOR)
ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ । [PE][PS]
ମାର୍କଲିଖିତ ସୁସମାଚାର 16 : 19 (IRVOR)
{ଯୀଶୁଙ୍କ ସ୍ୱର୍ଗାରୋହଣ} (ଲୂକ 24:50-53; ପ୍ରେରିତ 1:9-11) [PS] ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।
ମାର୍କଲିଖିତ ସୁସମାଚାର 16 : 20 (IRVOR)
କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: