ମାର୍କଲିଖିତ ସୁସମାଚାର 3 : 1 (IRVOR)
ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
(ମାଥିଉ 12:9-14; ଲୂକ 6:6,11)
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା ।
ମାର୍କଲିଖିତ ସୁସମାଚାର 3 : 2 (IRVOR)
ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।
ମାର୍କଲିଖିତ ସୁସମାଚାର 3 : 3 (IRVOR)
ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।
ମାର୍କଲିଖିତ ସୁସମାଚାର 3 : 4 (IRVOR)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ ? ଭଲ କରିବା ନା ମନ୍ଦ କରିବା ? ପ୍ରାଣ ରକ୍ଷା କରିବା ନା ବିନାଶ କରିବା ? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
ମାର୍କଲିଖିତ ସୁସମାଚାର 3 : 5 (IRVOR)
ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।
ମାର୍କଲିଖିତ ସୁସମାଚାର 3 : 6 (IRVOR)
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 3 : 7 (IRVOR)
ଯୀଶୁଙ୍କର ଅନୁଗାମୀ ମହାଜନତା
(ମାଥିଉ 4:25; ମାର୍କ 4:1; ଲୂକ 5:1-3)
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦା,
ମାର୍କଲିଖିତ ସୁସମାଚାର 3 : 8 (IRVOR)
ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ ।
ମାର୍କଲିଖିତ ସୁସମାଚାର 3 : 9 (IRVOR)
ସେତେବେଳେ ଭୀଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ଡଙ୍ଗା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
ମାର୍କଲିଖିତ ସୁସମାଚାର 3 : 10 (IRVOR)
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
ମାର୍କଲିଖିତ ସୁସମାଚାର 3 : 11 (IRVOR)
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର ।
ମାର୍କଲିଖିତ ସୁସମାଚାର 3 : 12 (IRVOR)
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ ।
ମାର୍କଲିଖିତ ସୁସମାଚାର 3 : 13 (IRVOR)
ଯୀଶୁଙ୍କ ବାର ଶିଷ୍ୟ ମନୋନୟନ
(ମାଥିଉ 10:1-4; ଲୂକ 6:12-16)
ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
ମାର୍କଲିଖିତ ସୁସମାଚାର 3 : 14 (IRVOR)
ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
ମାର୍କଲିଖିତ ସୁସମାଚାର 3 : 15 (IRVOR)
ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।
ମାର୍କଲିଖିତ ସୁସମାଚାର 3 : 16 (IRVOR)
ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ ।
ମାର୍କଲିଖିତ ସୁସମାଚାର 3 : 17 (IRVOR)
ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
ମାର୍କଲିଖିତ ସୁସମାଚାର 3 : 18 (IRVOR)
ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
ମାର୍କଲିଖିତ ସୁସମାଚାର 3 : 19 (IRVOR)
ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
ମାର୍କଲିଖିତ ସୁସମାଚାର 3 : 20 (IRVOR)
ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା
(ମାଥିଉ 12:22-32; ଲୂକ 11:14-23; 12:10)
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 3 : 21 (IRVOR)
ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।
ମାର୍କଲିଖିତ ସୁସମାଚାର 3 : 22 (IRVOR)
ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
ମାର୍କଲିଖିତ ସୁସମାଚାର 3 : 23 (IRVOR)
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ ?
ମାର୍କଲିଖିତ ସୁସମାଚାର 3 : 24 (IRVOR)
ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ ।
ମାର୍କଲିଖିତ ସୁସମାଚାର 3 : 25 (IRVOR)
ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ ।
ମାର୍କଲିଖିତ ସୁସମାଚାର 3 : 26 (IRVOR)
ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି ।
ମାର୍କଲିଖିତ ସୁସମାଚାର 3 : 27 (IRVOR)
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
ମାର୍କଲିଖିତ ସୁସମାଚାର 3 : 28 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
ମାର୍କଲିଖିତ ସୁସମାଚାର 3 : 29 (IRVOR)
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ ।
ମାର୍କଲିଖିତ ସୁସମାଚାର 3 : 30 (IRVOR)
ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ ।
ମାର୍କଲିଖିତ ସୁସମାଚାର 3 : 31 (IRVOR)
ଯୀଶୁଙ୍କ ମା ଓ ଭାଇମାନେ
(ମାଥିଉ 12:46-50; ଲୂକ 8:19-21)
ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ ।
ମାର୍କଲିଖିତ ସୁସମାଚାର 3 : 32 (IRVOR)
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
ମାର୍କଲିଖିତ ସୁସମାଚାର 3 : 33 (IRVOR)
ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ମା ଓ ଭାଇମାନେ କିଏ ?
ମାର୍କଲିଖିତ ସୁସମାଚାର 3 : 34 (IRVOR)
ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ ।
ମାର୍କଲିଖିତ ସୁସମାଚାର 3 : 35 (IRVOR)
ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35