ମାର୍କଲିଖିତ ସୁସମାଚାର 4 : 1 (IRVOR)
{ବୁଣାଳୀର ଦୃଷ୍ଟାନ୍ତ} (ମାଥିଉ 13:1-9; ଲୂକ 8:4-8) [PS] ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।
ମାର୍କଲିଖିତ ସୁସମାଚାର 4 : 2 (IRVOR)
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ !
ମାର୍କଲିଖିତ ସୁସମାଚାର 4 : 3 (IRVOR)
ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା ।
ମାର୍କଲିଖିତ ସୁସମାଚାର 4 : 4 (IRVOR)
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
ମାର୍କଲିଖିତ ସୁସମାଚାର 4 : 5 (IRVOR)
ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
ମାର୍କଲିଖିତ ସୁସମାଚାର 4 : 6 (IRVOR)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
ମାର୍କଲିଖିତ ସୁସମାଚାର 4 : 7 (IRVOR)
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ ।
ମାର୍କଲିଖିତ ସୁସମାଚାର 4 : 8 (IRVOR)
ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା ।
ମାର୍କଲିଖିତ ସୁସମାଚାର 4 : 9 (IRVOR)
ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ । (ମାଥିଉ 13:10-17; ଲୂକ 8:9,10) [PE][PS]
ମାର୍କଲିଖିତ ସୁସମାଚାର 4 : 10 (IRVOR)
{ଦୃଷ୍ଟାନ୍ତର ଉଦ୍ଦେଶ୍ୟ} [PS] ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 4 : 11 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
ମାର୍କଲିଖିତ ସୁସମାଚାର 4 : 12 (IRVOR)
ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି । [PE][PS]
ମାର୍କଲିଖିତ ସୁସମାଚାର 4 : 13 (IRVOR)
{ବୁଣାଳୀ ଦୃଷ୍ଟାନ୍ତର ତାତ୍ପର୍ଯ୍ୟ} (ମାଥିଉ 13:18-23; ଲୂକ 8:11-15) [PS] ଯୀଶୁ ପୁଣି, ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ ?
ମାର୍କଲିଖିତ ସୁସମାଚାର 4 : 14 (IRVOR)
ବୁଣାଳୀ ବାକ୍ୟ ବୁଣେ ।
ମାର୍କଲିଖିତ ସୁସମାଚାର 4 : 15 (IRVOR)
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 16 (IRVOR)
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
ମାର୍କଲିଖିତ ସୁସମାଚାର 4 : 17 (IRVOR)
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 18 (IRVOR)
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
ମାର୍କଲିଖିତ ସୁସମାଚାର 4 : 19 (IRVOR)
ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 20 (IRVOR)
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶି ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । [PE][PS]
ମାର୍କଲିଖିତ ସୁସମାଚାର 4 : 21 (IRVOR)
{ମାଣ ତଳେ ଦୀପ} (ଲୂକ 8:16-18) [PS] ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ ?
ମାର୍କଲିଖିତ ସୁସମାଚାର 4 : 22 (IRVOR)
କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।
ମାର୍କଲିଖିତ ସୁସମାଚାର 4 : 23 (IRVOR)
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
ମାର୍କଲିଖିତ ସୁସମାଚାର 4 : 24 (IRVOR)
ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
ମାର୍କଲିଖିତ ସୁସମାଚାର 4 : 25 (IRVOR)
କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ । [PE][PS]
ମାର୍କଲିଖିତ ସୁସମାଚାର 4 : 26 (IRVOR)
{ଅଙ୍କୁର ବୃଦ୍ଧି ଦୃଷ୍ଟାନ୍ତ} (ମାଥିଉ 13:24) [PS] ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
ମାର୍କଲିଖିତ ସୁସମାଚାର 4 : 27 (IRVOR)
ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
ମାର୍କଲିଖିତ ସୁସମାଚାର 4 : 28 (IRVOR)
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
ମାର୍କଲିଖିତ ସୁସମାଚାର 4 : 29 (IRVOR)
କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ । (ମାଥିଉ 13:31,32,34; ଲୂକ 13:18,19) [PE][PS]
ମାର୍କଲିଖିତ ସୁସମାଚାର 4 : 30 (IRVOR)
{ସୋରିଷ ଦାନାର ଦୃଷ୍ଟାନ୍ତ} [PS] ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା ? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା ?
ମାର୍କଲିଖିତ ସୁସମାଚାର 4 : 31 (IRVOR)
ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
ମାର୍କଲିଖିତ ସୁସମାଚାର 4 : 32 (IRVOR)
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
ମାର୍କଲିଖିତ ସୁସମାଚାର 4 : 33 (IRVOR)
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
ମାର୍କଲିଖିତ ସୁସମାଚାର 4 : 34 (IRVOR)
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ । [PE][PS]
ମାର୍କଲିଖିତ ସୁସମାଚାର 4 : 35 (IRVOR)
{ଝଡ଼ ଉପରେ ଅଧିକାର} (ମାଥିଉ 8:23-27; ଲୂକ 8:22-25) [PS] ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
ମାର୍କଲିଖିତ ସୁସମାଚାର 4 : 36 (IRVOR)
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
ମାର୍କଲିଖିତ ସୁସମାଚାର 4 : 37 (IRVOR)
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 4 : 38 (IRVOR)
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ ?
ମାର୍କଲିଖିତ ସୁସମାଚାର 4 : 39 (IRVOR)
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା ।
ମାର୍କଲିଖିତ ସୁସମାଚାର 4 : 40 (IRVOR)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?
ମାର୍କଲିଖିତ ସୁସମାଚାର 4 : 41 (IRVOR)
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ? [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41

BG:

Opacity:

Color:


Size:


Font: