ମାର୍କଲିଖିତ ସୁସମାଚାର 5 : 1 (IRVOR)
{ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା} (ମାଥିଉ 8:28-34; ଲୂକ 8:26-39) [PS] ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।
ମାର୍କଲିଖିତ ସୁସମାଚାର 5 : 2 (IRVOR)
ଯୀଶୁ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
ମାର୍କଲିଖିତ ସୁସମାଚାର 5 : 3 (IRVOR)
ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
ମାର୍କଲିଖିତ ସୁସମାଚାର 5 : 4 (IRVOR)
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା ।
ମାର୍କଲିଖିତ ସୁସମାଚାର 5 : 5 (IRVOR)
ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।
ମାର୍କଲିଖିତ ସୁସମାଚାର 5 : 6 (IRVOR)
ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
ମାର୍କଲିଖିତ ସୁସମାଚାର 5 : 7 (IRVOR)
ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
ମାର୍କଲିଖିତ ସୁସମାଚାର 5 : 8 (IRVOR)
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା ।
ମାର୍କଲିଖିତ ସୁସମାଚାର 5 : 9 (IRVOR)
ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
ମାର୍କଲିଖିତ ସୁସମାଚାର 5 : 10 (IRVOR)
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
ମାର୍କଲିଖିତ ସୁସମାଚାର 5 : 11 (IRVOR)
ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।
ମାର୍କଲିଖିତ ସୁସମାଚାର 5 : 12 (IRVOR)
ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।
ମାର୍କଲିଖିତ ସୁସମାଚାର 5 : 13 (IRVOR)
ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା ।
ମାର୍କଲିଖିତ ସୁସମାଚାର 5 : 14 (IRVOR)
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
ମାର୍କଲିଖିତ ସୁସମାଚାର 5 : 15 (IRVOR)
ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
ମାର୍କଲିଖିତ ସୁସମାଚାର 5 : 16 (IRVOR)
ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
ମାର୍କଲିଖିତ ସୁସମାଚାର 5 : 17 (IRVOR)
ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 5 : 18 (IRVOR)
ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।
ମାର୍କଲିଖିତ ସୁସମାଚାର 5 : 19 (IRVOR)
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।
ମାର୍କଲିଖିତ ସୁସମାଚାର 5 : 20 (IRVOR)
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ । {ମୃତ ବାଳିକା ଜୀବିତ-ପ୍ରଦର ରୋଗଗ୍ରସ୍ତା ସୁସ୍ଥ} (ମାଥିଉ 9:18-26; ଲୂକ 8:40-56) [PE][PS]
ମାର୍କଲିଖିତ ସୁସମାଚାର 5 : 21 (IRVOR)
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।
ମାର୍କଲିଖିତ ସୁସମାଚାର 5 : 22 (IRVOR)
ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
ମାର୍କଲିଖିତ ସୁସମାଚାର 5 : 23 (IRVOR)
ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
ମାର୍କଲିଖିତ ସୁସମାଚାର 5 : 24 (IRVOR)
ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
ମାର୍କଲିଖିତ ସୁସମାଚାର 5 : 25 (IRVOR)
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
ମାର୍କଲିଖିତ ସୁସମାଚାର 5 : 26 (IRVOR)
ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
ମାର୍କଲିଖିତ ସୁସମାଚାର 5 : 27 (IRVOR)
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
ମାର୍କଲିଖିତ ସୁସମାଚାର 5 : 28 (IRVOR)
କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
ମାର୍କଲିଖିତ ସୁସମାଚାର 5 : 29 (IRVOR)
ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।
ମାର୍କଲିଖିତ ସୁସମାଚାର 5 : 30 (IRVOR)
ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା ?
ମାର୍କଲିଖିତ ସୁସମାଚାର 5 : 31 (IRVOR)
ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ?
ମାର୍କଲିଖିତ ସୁସମାଚାର 5 : 32 (IRVOR)
କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 5 : 33 (IRVOR)
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
ମାର୍କଲିଖିତ ସୁସମାଚାର 5 : 34 (IRVOR)
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।
ମାର୍କଲିଖିତ ସୁସମାଚାର 5 : 35 (IRVOR)
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ?
ମାର୍କଲିଖିତ ସୁସମାଚାର 5 : 36 (IRVOR)
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।
ମାର୍କଲିଖିତ ସୁସମାଚାର 5 : 37 (IRVOR)
ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।
ମାର୍କଲିଖିତ ସୁସମାଚାର 5 : 38 (IRVOR)
ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
ମାର୍କଲିଖିତ ସୁସମାଚାର 5 : 39 (IRVOR)
ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
ମାର୍କଲିଖିତ ସୁସମାଚାର 5 : 40 (IRVOR)
କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,
ମାର୍କଲିଖିତ ସୁସମାଚାର 5 : 41 (IRVOR)
ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।
ମାର୍କଲିଖିତ ସୁସମାଚାର 5 : 42 (IRVOR)
ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା । ଏଥିରେ ସେମାନେ ଅତିଶୟ ଆଚମ୍ବିତ ହୋଇଗଲେ ।
ମାର୍କଲିଖିତ ସୁସମାଚାର 5 : 43 (IRVOR)
ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: