ମାର୍କଲିଖିତ ସୁସମାଚାର 6 : 1 (IRVOR)
ନାଜରିତରେ ଯୀଶୁ ଉପେକ୍ଷିତ
(ମାଥିଉ 13:53-58; ଲୂକ 4:16-30)
ସେ ସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ ।
ମାର୍କଲିଖିତ ସୁସମାଚାର 6 : 2 (IRVOR)
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହି ସବୁ କେଉଁଠାରୁ ହେଲା ? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ ?
ମାର୍କଲିଖିତ ସୁସମାଚାର 6 : 3 (IRVOR)
ଏ କି ସେହି ବଢ଼େଇ ନୁହେଁ ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।
ମାର୍କଲିଖିତ ସୁସମାଚାର 6 : 4 (IRVOR)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
ମାର୍କଲିଖିତ ସୁସମାଚାର 6 : 5 (IRVOR)
ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 6 : 6 (IRVOR)
ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ ।
ମାର୍କଲିଖିତ ସୁସମାଚାର 6 : 7 (IRVOR)
ବାର ଶିଷ୍ୟଙ୍କୁ ପ୍ରେରଣ
(ମାଥିଉ 10:5-15; ଲୂକ 9:1-6)
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
ମାର୍କଲିଖିତ ସୁସମାଚାର 6 : 8 (IRVOR)
ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି କଟିବନ୍ଧନୀରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
ମାର୍କଲିଖିତ ସୁସମାଚାର 6 : 9 (IRVOR)
କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ ।
ମାର୍କଲିଖିତ ସୁସମାଚାର 6 : 10 (IRVOR)
ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
ମାର୍କଲିଖିତ ସୁସମାଚାର 6 : 11 (IRVOR)
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।
ମାର୍କଲିଖିତ ସୁସମାଚାର 6 : 12 (IRVOR)
ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
ମାର୍କଲିଖିତ ସୁସମାଚାର 6 : 13 (IRVOR)
ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।
ମାର୍କଲିଖିତ ସୁସମାଚାର 6 : 14 (IRVOR)
ବାପ୍ତିଜକ ଯୋହନଙ୍କ ମୃତ୍ୟୁ
(ମାଥିଉ 14:1-12; ଲୂକ 9:7-9)
ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।
ମାର୍କଲିଖିତ ସୁସମାଚାର 6 : 15 (IRVOR)
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲିୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ ।
ମାର୍କଲିଖିତ ସୁସମାଚାର 6 : 16 (IRVOR)
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି ।
ମାର୍କଲିଖିତ ସୁସମାଚାର 6 : 17 (IRVOR)
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
ମାର୍କଲିଖିତ ସୁସମାଚାର 6 : 18 (IRVOR)
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ ।
ମାର୍କଲିଖିତ ସୁସମାଚାର 6 : 19 (IRVOR)
ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
ମାର୍କଲିଖିତ ସୁସମାଚାର 6 : 20 (IRVOR)
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।
ମାର୍କଲିଖିତ ସୁସମାଚାର 6 : 21 (IRVOR)
ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
ମାର୍କଲିଖିତ ସୁସମାଚାର 6 : 22 (IRVOR)
ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।
ମାର୍କଲିଖିତ ସୁସମାଚାର 6 : 23 (IRVOR)
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।
ମାର୍କଲିଖିତ ସୁସମାଚାର 6 : 24 (IRVOR)
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ ।
ମାର୍କଲିଖିତ ସୁସମାଚାର 6 : 25 (IRVOR)
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।
ମାର୍କଲିଖିତ ସୁସମାଚାର 6 : 26 (IRVOR)
ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ ।
ମାର୍କଲିଖିତ ସୁସମାଚାର 6 : 27 (IRVOR)
ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ । ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,
ମାର୍କଲିଖିତ ସୁସମାଚାର 6 : 28 (IRVOR)
ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା ।
ମାର୍କଲିଖିତ ସୁସମାଚାର 6 : 29 (IRVOR)
ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ ।
ମାର୍କଲିଖିତ ସୁସମାଚାର 6 : 30 (IRVOR)
ପ୍ରେରିତମାନଙ୍କର ଏକତ୍ରୀକରଣ
(ମାଥିଉ 14:13,14; ଲୂକ 9:10)
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହି ସବୁ ତାହାଙ୍କୁ ଜଣାଇଲେ ।
ମାର୍କଲିଖିତ ସୁସମାଚାର 6 : 31 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
ମାର୍କଲିଖିତ ସୁସମାଚାର 6 : 32 (IRVOR)
ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।
ମାର୍କଲିଖିତ ସୁସମାଚାର 6 : 33 (IRVOR)
ପାଞ୍ଚ ରୁଟି ଦୁଇ ମାଛ
(ମାଥିଉ 14:15-21; ଲୂକ 9:11-17; ଯୋହନ 6:1-14)
କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ ।
ମାର୍କଲିଖିତ ସୁସମାଚାର 6 : 34 (IRVOR)
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 6 : 35 (IRVOR)
ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;
ମାର୍କଲିଖିତ ସୁସମାଚାର 6 : 36 (IRVOR)
ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥି ନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।
ମାର୍କଲିଖିତ ସୁସମାଚାର 6 : 37 (IRVOR)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ?
ମାର୍କଲିଖିତ ସୁସମାଚାର 6 : 38 (IRVOR)
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ଯାଇ ଦେଖ । ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚଟି, ପୁଣି, ଦୁଇଟି ମାଛ ।
ମାର୍କଲିଖିତ ସୁସମାଚାର 6 : 39 (IRVOR)
ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
ମାର୍କଲିଖିତ ସୁସମାଚାର 6 : 40 (IRVOR)
ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ ।
ମାର୍କଲିଖିତ ସୁସମାଚାର 6 : 41 (IRVOR)
ପରେ ଯୀଶୁ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
ମାର୍କଲିଖିତ ସୁସମାଚାର 6 : 42 (IRVOR)
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
ମାର୍କଲିଖିତ ସୁସମାଚାର 6 : 43 (IRVOR)
ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ ।
ମାର୍କଲିଖିତ ସୁସମାଚାର 6 : 44 (IRVOR)
ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ ।
ମାର୍କଲିଖିତ ସୁସମାଚାର 6 : 45 (IRVOR)
ଯୀଶୁଙ୍କ ଜଳ ଉପରେ ଚାଲିବା
(ମାଥିଉ 14:22-33; ଯୋହନ 6:15-21)
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
ମାର୍କଲିଖିତ ସୁସମାଚାର 6 : 46 (IRVOR)
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
ମାର୍କଲିଖିତ ସୁସମାଚାର 6 : 47 (IRVOR)
ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ ।
ମାର୍କଲିଖିତ ସୁସମାଚାର 6 : 48 (IRVOR)
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।
ମାର୍କଲିଖିତ ସୁସମାଚାର 6 : 49 (IRVOR)
କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
ମାର୍କଲିଖିତ ସୁସମାଚାର 6 : 50 (IRVOR)
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ , ଭୟ କର ନାହିଁ ।
ମାର୍କଲିଖିତ ସୁସମାଚାର 6 : 51 (IRVOR)
ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ବିତ ହେଲେ,
ମାର୍କଲିଖିତ ସୁସମାଚାର 6 : 52 (IRVOR)
କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା ।
ମାର୍କଲିଖିତ ସୁସମାଚାର 6 : 53 (IRVOR)
{ଗିନ୍ନେସରତ୍‌‌ରେ ରୋଗୀଙ୍କ ସୁସ୍ଥତା
(ମାଥିଉ 14:34-36) } ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ ।
ମାର୍କଲିଖିତ ସୁସମାଚାର 6 : 54 (IRVOR)
ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
ମାର୍କଲିଖିତ ସୁସମାଚାର 6 : 55 (IRVOR)
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 6 : 56 (IRVOR)
ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାର ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56