ମାର୍କଲିଖିତ ସୁସମାଚାର 8 : 1 (IRVOR)
{ଚାରି ହଜାର ଲୋକଙ୍କୁ ଭୋଜନ କରିବା} (ମାଥିଉ 15:32-39) [PS] ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
ମାର୍କଲିଖିତ ସୁସମାଚାର 8 : 2 (IRVOR)
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
ମାର୍କଲିଖିତ ସୁସମାଚାର 8 : 3 (IRVOR)
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
ମାର୍କଲିଖିତ ସୁସମାଚାର 8 : 4 (IRVOR)
ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ?
ମାର୍କଲିଖିତ ସୁସମାଚାର 8 : 5 (IRVOR)
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି ।
ମାର୍କଲିଖିତ ସୁସମାଚାର 8 : 6 (IRVOR)
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
ମାର୍କଲିଖିତ ସୁସମାଚାର 8 : 7 (IRVOR)
ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
ମାର୍କଲିଖିତ ସୁସମାଚାର 8 : 8 (IRVOR)
ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।
ମାର୍କଲିଖିତ ସୁସମାଚାର 8 : 9 (IRVOR)
ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।
ମାର୍କଲିଖିତ ସୁସମାଚାର 8 : 10 (IRVOR)
ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ । [PE][PS]
ମାର୍କଲିଖିତ ସୁସମାଚାର 8 : 11 (IRVOR)
{ଫାରୂଶୀମାନଙ୍କ ଚିହ୍ନର ଦାବି} (ମାଥିଉ 16:1-4) [PS] ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
ମାର୍କଲିଖିତ ସୁସମାଚାର 8 : 12 (IRVOR)
ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ ।
ମାର୍କଲିଖିତ ସୁସମାଚାର 8 : 13 (IRVOR)
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ । [PE][PS]
ମାର୍କଲିଖିତ ସୁସମାଚାର 8 : 14 (IRVOR)
{ହେରୋଦ ଓ ଫାରୂଶୀଙ୍କର ଖମୀର} (ମାଥିଉ 16:5-12) [PS] ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା ।
ମାର୍କଲିଖିତ ସୁସମାଚାର 8 : 15 (IRVOR)
ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
ମାର୍କଲିଖିତ ସୁସମାଚାର 8 : 16 (IRVOR)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।
ମାର୍କଲିଖିତ ସୁସମାଚାର 8 : 17 (IRVOR)
ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?
ମାର୍କଲିଖିତ ସୁସମାଚାର 8 : 18 (IRVOR)
ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ?
ମାର୍କଲିଖିତ ସୁସମାଚାର 8 : 19 (IRVOR)
ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।
ମାର୍କଲିଖିତ ସୁସମାଚାର 8 : 20 (IRVOR)
ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତାଗୁଡିକ ଭଙ୍ଗା ଖଣ୍ଡ ଉଠାଇନେଇଥିଲ ? ସେମାନେ କହିଲେ, ସାତ ଟୋକେଇ ।
ମାର୍କଲିଖିତ ସୁସମାଚାର 8 : 21 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ବେଥ୍‌ସାଇଦାରେ ଜଣେ ଅନ୍ଧକୁ ଦୃଷ୍ଟି ଦାନ [PE][PS]
ମାର୍କଲିଖିତ ସୁସମାଚାର 8 : 22 (IRVOR)
ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ । ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।
ମାର୍କଲିଖିତ ସୁସମାଚାର 8 : 23 (IRVOR)
ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?
ମାର୍କଲିଖିତ ସୁସମାଚାର 8 : 24 (IRVOR)
ସେ ଚାହିଁଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କ'ଣ ଚାଲୁଥିବା ଦେଖୁଅଛି ।
ମାର୍କଲିଖିତ ସୁସମାଚାର 8 : 25 (IRVOR)
ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁଁବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 8 : 26 (IRVOR)
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ । [PE][PS]
ମାର୍କଲିଖିତ ସୁସମାଚାର 8 : 27 (IRVOR)
{ଯୀଶୁଙ୍କୁ ଖ୍ରୀଷ୍ଟ ରୂପେ ପିତରଙ୍କ ସ୍ୱୀକାର} (ମାଥିଉ 16:13-20; ଲୂକ 9:18-21) [PS] ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି ?
ମାର୍କଲିଖିତ ସୁସମାଚାର 8 : 28 (IRVOR)
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
ମାର୍କଲିଖିତ ସୁସମାଚାର 8 : 29 (IRVOR)
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।
ମାର୍କଲିଖିତ ସୁସମାଚାର 8 : 30 (IRVOR)
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ । [PE][PS]
ମାର୍କଲିଖିତ ସୁସମାଚାର 8 : 31 (IRVOR)
{ନିଜ ମୃତ୍ୟୁ ଏବଂ ଉତ୍ଥାନ ବିଷୟରେ ଯୀଶୁଙ୍କ ସୂଚନା} (ମାଥିଉ 16:21-23; ଲୂକ 9:22) [PS] ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
ମାର୍କଲିଖିତ ସୁସମାଚାର 8 : 32 (IRVOR)
ଏହି କଥା ସେ ସ୍ପଷ୍ଟରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 8 : 33 (IRVOR)
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ । [PE][PS]
ମାର୍କଲିଖିତ ସୁସମାଚାର 8 : 34 (IRVOR)
{ଯୀଶୁ ପଛେ ଅନୁଗମନ କରିବା} (ମାଥିଉ 16:24-28; ଲୂକ 9:23-27) [PS] ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
ମାର୍କଲିଖିତ ସୁସମାଚାର 8 : 35 (IRVOR)
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
ମାର୍କଲିଖିତ ସୁସମାଚାର 8 : 36 (IRVOR)
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ?
ମାର୍କଲିଖିତ ସୁସମାଚାର 8 : 37 (IRVOR)
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ ?
ମାର୍କଲିଖିତ ସୁସମାଚାର 8 : 38 (IRVOR)
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: