ମାର୍କଲିଖିତ ସୁସମାଚାର 9 : 1 (IRVOR)
{ଯୀଶୁଙ୍କ ରୂପାନ୍ତରଣ} (ମାଥିଉ 17:1-13; ଲୂକ 9:28-36) [PS] ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 2 (IRVOR)
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
ମାର୍କଲିଖିତ ସୁସମାଚାର 9 : 3 (IRVOR)
ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 4 (IRVOR)
ପୁଣି, ମୋଶା ଏବଂ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ ।
ମାର୍କଲିଖିତ ସୁସମାଚାର 9 : 5 (IRVOR)
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ ।
ମାର୍କଲିଖିତ ସୁସମାଚାର 9 : 6 (IRVOR)
କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ ।
ମାର୍କଲିଖିତ ସୁସମାଚାର 9 : 7 (IRVOR)
ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର ।
ମାର୍କଲିଖିତ ସୁସମାଚାର 9 : 8 (IRVOR)
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 9 (IRVOR)
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହି ସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ ।
ମାର୍କଲିଖିତ ସୁସମାଚାର 9 : 10 (IRVOR)
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 9 : 11 (IRVOR)
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି ?
ମାର୍କଲିଖିତ ସୁସମାଚାର 9 : 12 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି ?
ମାର୍କଲିଖିତ ସୁସମାଚାର 9 : 13 (IRVOR)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି । [PE][PS]
ମାର୍କଲିଖିତ ସୁସମାଚାର 9 : 14 (IRVOR)
{ଭୂତଗ୍ରସ୍ତ ବାଳକର ସୁସ୍ଥତା} (ମାଥିଉ 17:14-21; ଲୂକ 9:37-43) [PS] ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।
ମାର୍କଲିଖିତ ସୁସମାଚାର 9 : 15 (IRVOR)
ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 9 : 16 (IRVOR)
ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ ?
ମାର୍କଲିଖିତ ସୁସମାଚାର 9 : 17 (IRVOR)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
ମାର୍କଲିଖିତ ସୁସମାଚାର 9 : 18 (IRVOR)
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 19 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ ।
ମାର୍କଲିଖିତ ସୁସମାଚାର 9 : 20 (IRVOR)
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 9 : 21 (IRVOR)
ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି ? ସେ କହିଲା, ପିଲାକାଳରୁ;
ମାର୍କଲିଖିତ ସୁସମାଚାର 9 : 22 (IRVOR)
ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।
ମାର୍କଲିଖିତ ସୁସମାଚାର 9 : 23 (IRVOR)
ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ ।
ମାର୍କଲିଖିତ ସୁସମାଚାର 9 : 24 (IRVOR)
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ ।
ମାର୍କଲିଖିତ ସୁସମାଚାର 9 : 25 (IRVOR)
ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।
ମାର୍କଲିଖିତ ସୁସମାଚାର 9 : 26 (IRVOR)
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା ।
ମାର୍କଲିଖିତ ସୁସମାଚାର 9 : 27 (IRVOR)
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।
ମାର୍କଲିଖିତ ସୁସମାଚାର 9 : 28 (IRVOR)
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ?
ମାର୍କଲିଖିତ ସୁସମାଚାର 9 : 29 (IRVOR)
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ । (ମାଥିଉ 17:22,23; ଲୂକ 9:43-45) [PE][PS]
ମାର୍କଲିଖିତ ସୁସମାଚାର 9 : 30 (IRVOR)
{ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା} [PS] ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
ମାର୍କଲିଖିତ ସୁସମାଚାର 9 : 31 (IRVOR)
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
ମାର୍କଲିଖିତ ସୁସମାଚାର 9 : 32 (IRVOR)
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । [PE][PS]
ମାର୍କଲିଖିତ ସୁସମାଚାର 9 : 33 (IRVOR)
{ସବୁଠାରୁ ଶ୍ରେଷ୍ଠ ସମସ୍ତଙ୍କର ସେବକ} (ମାଥିଉ 18:1-5; ଲୂକ 9:46-48) [PS] ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ?
ମାର୍କଲିଖିତ ସୁସମାଚାର 9 : 34 (IRVOR)
କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ ।
ମାର୍କଲିଖିତ ସୁସମାଚାର 9 : 35 (IRVOR)
ସେଥିରେ ଯୀଶୁ ଉପବେଶ ନ କରିବାର ଜଣଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
ମାର୍କଲିଖିତ ସୁସମାଚାର 9 : 36 (IRVOR)
ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
ମାର୍କଲିଖିତ ସୁସମାଚାର 9 : 37 (IRVOR)
ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । ଯେ ବିପକ୍ଷ ନୁହେଁ, ସେ ସପକ୍ଷ (ଲୂକ 9:49,50) [PE][PS]
ମାର୍କଲିଖିତ ସୁସମାଚାର 9 : 38 (IRVOR)
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
ମାର୍କଲିଖିତ ସୁସମାଚାର 9 : 39 (IRVOR)
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ;
ମାର୍କଲିଖିତ ସୁସମାଚାର 9 : 40 (IRVOR)
କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
ମାର୍କଲିଖିତ ସୁସମାଚାର 9 : 41 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ । [PE][PS]
ମାର୍କଲିଖିତ ସୁସମାଚାର 9 : 42 (IRVOR)
{ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ} (ମାଥିଉ 18:6-9; ଲୂକ 17:1-2) [PS] ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
ମାର୍କଲିଖିତ ସୁସମାଚାର 9 : 43 (IRVOR)
ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
ମାର୍କଲିଖିତ ସୁସମାଚାର 9 : 44 (IRVOR)
[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
ମାର୍କଲିଖିତ ସୁସମାଚାର 9 : 45 (IRVOR)
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
ମାର୍କଲିଖିତ ସୁସମାଚାର 9 : 46 (IRVOR)
[କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
ମାର୍କଲିଖିତ ସୁସମାଚାର 9 : 47 (IRVOR)
ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;
ମାର୍କଲିଖିତ ସୁସମାଚାର 9 : 48 (IRVOR)
କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
ମାର୍କଲିଖିତ ସୁସମାଚାର 9 : 49 (IRVOR)
ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ ।
ମାର୍କଲିଖିତ ସୁସମାଚାର 9 : 50 (IRVOR)
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ ? ତୁମ୍ଭେମାନେ ଆପଣମାନଙ୍କ ମଧ୍ୟରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: