ମାଥିଉଲିଖିତ ସୁସମାଚାର 12 : 1 (IRVOR)
ବିଶ୍ରାମବାରର ପ୍ରଭୁ
(ମାର୍କ 2:23-28; ଲୂକ 6:1-5)
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 12 : 2 (IRVOR)
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
ମାଥିଉଲିଖିତ ସୁସମାଚାର 12 : 3 (IRVOR)
ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କ'ଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ ?
ମାଥିଉଲିଖିତ ସୁସମାଚାର 12 : 4 (IRVOR)
ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ?
ମାଥିଉଲିଖିତ ସୁସମାଚାର 12 : 5 (IRVOR)
କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କ'ଣ ଏହା ପାଠ କରି ନାହଁ ?
ମାଥିଉଲିଖିତ ସୁସମାଚାର 12 : 6 (IRVOR)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 7 (IRVOR)
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ ।
ମାଥିଉଲିଖିତ ସୁସମାଚାର 12 : 8 (IRVOR)
କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।
ମାଥିଉଲିଖିତ ସୁସମାଚାର 12 : 9 (IRVOR)
ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
(ମାର୍କ 3:1-6; ଲୂକ 6:6-11)
ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ ।
ମାଥିଉଲିଖିତ ସୁସମାଚାର 12 : 10 (IRVOR)
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କ'ଣ ବିଧିସଙ୍ଗତ ?
ମାଥିଉଲିଖିତ ସୁସମାଚାର 12 : 11 (IRVOR)
କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି ?
ମାଥିଉଲିଖିତ ସୁସମାଚାର 12 : 12 (IRVOR)
ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ ।
ମାଥିଉଲିଖିତ ସୁସମାଚାର 12 : 13 (IRVOR)
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା ।
ମାଥିଉଲିଖିତ ସୁସମାଚାର 12 : 14 (IRVOR)
କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ ।
ମାଥିଉଲିଖିତ ସୁସମାଚାର 12 : 15 (IRVOR)
ଈଶ୍ୱରଙ୍କ ମନୋନୀତ ଦାସ
(ଯିଶାଇୟ 42:1-4)
ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
ମାଥିଉଲିଖିତ ସୁସମାଚାର 12 : 16 (IRVOR)
ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,
ମାଥିଉଲିଖିତ ସୁସମାଚାର 12 : 17 (IRVOR)
ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
ମାଥିଉଲିଖିତ ସୁସମାଚାର 12 : 18 (IRVOR)
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ ।
ମାଥିଉଲିଖିତ ସୁସମାଚାର 12 : 19 (IRVOR)
ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚ ସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 20 (IRVOR)
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 21 (IRVOR)
ଆଉ, ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ ।
ମାଥିଉଲିଖିତ ସୁସମାଚାର 12 : 22 (IRVOR)
ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା
(ମାର୍କ 3:20-30; ଲୂକ 11:14-23)
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
ମାଥିଉଲିଖିତ ସୁସମାଚାର 12 : 23 (IRVOR)
ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି ?
ମାଥିଉଲିଖିତ ସୁସମାଚାର 12 : 24 (IRVOR)
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 25 (IRVOR)
କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । ‌
ମାଥିଉଲିଖିତ ସୁସମାଚାର 12 : 26 (IRVOR)
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ?
ମାଥିଉଲିଖିତ ସୁସମାଚାର 12 : 27 (IRVOR)
ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
ମାଥିଉଲିଖିତ ସୁସମାଚାର 12 : 28 (IRVOR)
କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
ମାଥିଉଲିଖିତ ସୁସମାଚାର 12 : 29 (IRVOR)
ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରି ପାରେ ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
ମାଥିଉଲିଖିତ ସୁସମାଚାର 12 : 30 (IRVOR)
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋ'ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।
ମାଥିଉଲିଖିତ ସୁସମାଚାର 12 : 31 (IRVOR)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 32 (IRVOR)
ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 33 (IRVOR)
ଫଳ ଦ୍ୱାରା ଗଛର ପରିଚୟ
(ଲୂକ 6:43-45)
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ ।
ମାଥିଉଲିଖିତ ସୁସମାଚାର 12 : 34 (IRVOR)
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ ।
ମାଥିଉଲିଖିତ ସୁସମାଚାର 12 : 35 (IRVOR)
ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ ।
ମାଥିଉଲିଖିତ ସୁସମାଚାର 12 : 36 (IRVOR)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
ମାଥିଉଲିଖିତ ସୁସମାଚାର 12 : 37 (IRVOR)
ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
ମାଥିଉଲିଖିତ ସୁସମାଚାର 12 : 38 (IRVOR)
ଯୂନସଙ୍କ ଚିହ୍ନ
(ଲୂକ 6:43-45)
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
ମାଥିଉଲିଖିତ ସୁସମାଚାର 12 : 39 (IRVOR)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 40 (IRVOR)
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।
ମାଥିଉଲିଖିତ ସୁସମାଚାର 12 : 41 (IRVOR)
ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 42 (IRVOR)
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 43 (IRVOR)
ଅଶୁଚି ଆତ୍ମାର ପ୍ରତ୍ୟାବର୍ତ୍ତନ
(ଲୂକ 11:24-26)
ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 44 (IRVOR)
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
ମାଥିଉଲିଖିତ ସୁସମାଚାର 12 : 45 (IRVOR)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
ମାଥିଉଲିଖିତ ସୁସମାଚାର 12 : 46 (IRVOR)
ଯୀଶୁଙ୍କ ମାଆ ଓ ଭାଇମାନେ
(ମାର୍କ 3:31-35; ଲୂକ 8:19-21)
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
ମାଥିଉଲିଖିତ ସୁସମାଚାର 12 : 47 (IRVOR)
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
ମାଥିଉଲିଖିତ ସୁସମାଚାର 12 : 48 (IRVOR)
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, ମୋହର ମାଁ କିଏ ? ଆଉ, ମୋହର ଭାଇମାନେ କିଏ ?
ମାଥିଉଲିଖିତ ସୁସମାଚାର 12 : 49 (IRVOR)
ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମାଁ ଓ ମୋହର ଭାଇମାନେ,
ମାଥିଉଲିଖିତ ସୁସମାଚାର 12 : 50 (IRVOR)
କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50