ମାଥିଉଲିଖିତ ସୁସମାଚାର 15 : 1 (IRVOR)
{ପରମ୍ପରା ଏବଂ ଈଶ୍ୱରଙ୍କ ବାକ୍ୟ} (ମାର୍କ 7:1-13) [PS] ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
ମାଥିଉଲିଖିତ ସୁସମାଚାର 15 : 2 (IRVOR)
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ ।
ମାଥିଉଲିଖିତ ସୁସମାଚାର 15 : 3 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ୱରଙ୍କ ଆଜ୍ଞା ଅମାନ୍ୟ କର ? [PE][PS]
ମାଥିଉଲିଖିତ ସୁସମାଚାର 15 : 4 (IRVOR)
ଈଶ୍ୱର ତ କହିଅଛନ୍ତି ପିତାମାତାକୁ ସମାଦର କର, ଆଉ ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ ।
ମାଥିଉଲିଖିତ ସୁସମାଚାର 15 : 5 (IRVOR)
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,
ମାଥିଉଲିଖିତ ସୁସମାଚାର 15 : 6 (IRVOR)
ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ । ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ । [PE][PS]
ମାଥିଉଲିଖିତ ସୁସମାଚାର 15 : 7 (IRVOR)
ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି, [QBR]
ମାଥିଉଲିଖିତ ସୁସମାଚାର 15 : 8 (IRVOR)
ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ । [QBR]
ମାଥିଉଲିଖିତ ସୁସମାଚାର 15 : 9 (IRVOR)
ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି । [PE][PS]
ମାଥିଉଲିଖିତ ସୁସମାଚାର 15 : 10 (IRVOR)
{ଯାହା ମନୁଷ୍ୟକୁ ଅଶୁଚି କରିଥାଏ} (ମାର୍କ 7:14-23) [PS] ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, ଶୁଣ ଓ ବୁଝ;
ମାଥିଉଲିଖିତ ସୁସମାଚାର 15 : 11 (IRVOR)
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ । [PE][PS]
ମାଥିଉଲିଖିତ ସୁସମାଚାର 15 : 12 (IRVOR)
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ?
ମାଥିଉଲିଖିତ ସୁସମାଚାର 15 : 13 (IRVOR)
କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ ।
ମାଥିଉଲିଖିତ ସୁସମାଚାର 15 : 14 (IRVOR)
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ । [PE][PS]
ମାଥିଉଲିଖିତ ସୁସମାଚାର 15 : 15 (IRVOR)
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇଦିଅନ୍ତୁ ।
ମାଥିଉଲିଖିତ ସୁସମାଚାର 15 : 16 (IRVOR)
ଯୀଶୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଅବୋଧ ?
ମାଥିଉଲିଖିତ ସୁସମାଚାର 15 : 17 (IRVOR)
ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ, ଏହା କ'ଣ ବୁଝୁ ନାହଁ ? [PE][PS]
ମାଥିଉଲିଖିତ ସୁସମାଚାର 15 : 18 (IRVOR)
କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
ମାଥିଉଲିଖିତ ସୁସମାଚାର 15 : 19 (IRVOR)
କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
ମାଥିଉଲିଖିତ ସୁସମାଚାର 15 : 20 (IRVOR)
ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ । [PE][PS]
ମାଥିଉଲିଖିତ ସୁସମାଚାର 15 : 21 (IRVOR)
{କିଣାନୀୟା ସ୍ତ୍ରୀର ବିଶ୍ୱାସ} (ମାର୍କ 7:24-30) [PS] ଯୀଶୁ ସେଇ ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ ।
ମାଥିଉଲିଖିତ ସୁସମାଚାର 15 : 22 (IRVOR)
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି ।
ମାଥିଉଲିଖିତ ସୁସମାଚାର 15 : 23 (IRVOR)
କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ । ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି । [PE][PS]
ମାଥିଉଲିଖିତ ସୁସମାଚାର 15 : 24 (IRVOR)
କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।
ମାଥିଉଲିଖିତ ସୁସମାଚାର 15 : 25 (IRVOR)
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ ।
ମାଥିଉଲିଖିତ ସୁସମାଚାର 15 : 26 (IRVOR)
ମାତ୍ର ସେ ଉତ୍ତର ଦେଲେ, ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ । [PE][PS]
ମାଥିଉଲିଖିତ ସୁସମାଚାର 15 : 27 (IRVOR)
କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି ।
ମାଥିଉଲିଖିତ ସୁସମାଚାର 15 : 28 (IRVOR)
ସେଥିରେ ଯୀଶୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ। ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା । (ଯିଶାଇୟ 35:5,6; ଲୂକ 7:22,23) [PE][PS]
ମାଥିଉଲିଖିତ ସୁସମାଚାର 15 : 29 (IRVOR)
{ଅନେକ ଲୋକଙ୍କୁ ଯୀଶୁଙ୍କ ସୁସ୍ଥତା ପ୍ରଦାନ} [PS] ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।
ମାଥିଉଲିଖିତ ସୁସମାଚାର 15 : 30 (IRVOR)
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ ।
ମାଥିଉଲିଖିତ ସୁସମାଚାର 15 : 31 (IRVOR)
ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ । [PE][PS]
ମାଥିଉଲିଖିତ ସୁସମାଚାର 15 : 32 (IRVOR)
{ଚାରି ହଜାର ଲୋକଙ୍କୁ ଭୋଜନ କରାଇବା} (ମାର୍କ 8:1-10) [PS] ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
ମାଥିଉଲିଖିତ ସୁସମାଚାର 15 : 33 (IRVOR)
ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା ?
ମାଥିଉଲିଖିତ ସୁସମାଚାର 15 : 34 (IRVOR)
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ ।
ମାଥିଉଲିଖିତ ସୁସମାଚାର 15 : 35 (IRVOR)
ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ, [PE][PS]
ମାଥିଉଲିଖିତ ସୁସମାଚାର 15 : 36 (IRVOR)
ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ ।
ମାଥିଉଲିଖିତ ସୁସମାଚାର 15 : 37 (IRVOR)
ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ ।
ମାଥିଉଲିଖିତ ସୁସମାଚାର 15 : 38 (IRVOR)
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ ।
ମାଥିଉଲିଖିତ ସୁସମାଚାର 15 : 39 (IRVOR)
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39

BG:

Opacity:

Color:


Size:


Font: