ମାଥିଉଲିଖିତ ସୁସମାଚାର 18 : 1 (IRVOR)
{ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର} (ମାର୍କ 9:33-37; ଲୂକ 9:46-48) [PS] ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ?
ମାଥିଉଲିଖିତ ସୁସମାଚାର 18 : 2 (IRVOR)
ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,
ମାଥିଉଲିଖିତ ସୁସମାଚାର 18 : 3 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । [PE][PS]
ମାଥିଉଲିଖିତ ସୁସମାଚାର 18 : 4 (IRVOR)
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ ।
ମାଥିଉଲିଖିତ ସୁସମାଚାର 18 : 5 (IRVOR)
ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; (ମାର୍କ 9:42-48; ଲୂକ 17:1,2) [PE][PS]
ମାଥିଉଲିଖିତ ସୁସମାଚାର 18 : 6 (IRVOR)
{ବିଶ୍ୱାସରେ ବିଘ୍ନକାରୀର ଦଣ୍ଡ} [PS] କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । [PE][PS]
ମାଥିଉଲିଖିତ ସୁସମାଚାର 18 : 7 (IRVOR)
ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର ।
ମାଥିଉଲିଖିତ ସୁସମାଚାର 18 : 8 (IRVOR)
ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [PE][PS]
ମାଥିଉଲିଖିତ ସୁସମାଚାର 18 : 9 (IRVOR)
ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । [PE][PS]
ମାଥିଉଲିଖିତ ସୁସମାଚାର 18 : 10 (IRVOR)
{ହଜିଲା ମେଣ୍ଢାର ଦୃଷ୍ଟାନ୍ତ} (ଲୂକ 15:3-7) [PS] ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
ମାଥିଉଲିଖିତ ସୁସମାଚାର 18 : 11 (IRVOR)
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।] [PE][PS]
ମାଥିଉଲିଖିତ ସୁସମାଚାର 18 : 12 (IRVOR)
ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
ମାଥିଉଲିଖିତ ସୁସମାଚାର 18 : 13 (IRVOR)
ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
ମାଥିଉଲିଖିତ ସୁସମାଚାର 18 : 14 (IRVOR)
ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ । (ଲୂକ 17:3; ଗାଲାତୀୟ 6:1; ଯାକୁବ 5:19,20) [PE][PS]
ମାଥିଉଲିଖିତ ସୁସମାଚାର 18 : 15 (IRVOR)
{ପାପ କରିଥିବା ଭାଇ ସମ୍ବନ୍ଧରେ} [PS] ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ ।
ମାଥିଉଲିଖିତ ସୁସମାଚାର 18 : 16 (IRVOR)
କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । [PE][PS]
ମାଥିଉଲିଖିତ ସୁସମାଚାର 18 : 17 (IRVOR)
ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ । [PE][PS]
ମାଥିଉଲିଖିତ ସୁସମାଚାର 18 : 18 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।
ମାଥିଉଲିଖିତ ସୁସମାଚାର 18 : 19 (IRVOR)
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
ମାଥିଉଲିଖିତ ସୁସମାଚାର 18 : 20 (IRVOR)
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି । (ଲୂକ 17:3,4) [PE][PS]
ମାଥିଉଲିଖିତ ସୁସମାଚାର 18 : 21 (IRVOR)
{କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ} [PS] ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି ?
ମାଥିଉଲିଖିତ ସୁସମାଚାର 18 : 22 (IRVOR)
କି ସାତ ଥର ପର୍ଯ୍ୟନ୍ତ ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, [PE][PS]
ମାଥିଉଲିଖିତ ସୁସମାଚାର 18 : 23 (IRVOR)
ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ ।
ମାଥିଉଲିଖିତ ସୁସମାଚାର 18 : 24 (IRVOR)
ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା ।
ମାଥିଉଲିଖିତ ସୁସମାଚାର 18 : 25 (IRVOR)
କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ । [PE][PS]
ମାଥିଉଲିଖିତ ସୁସମାଚାର 18 : 26 (IRVOR)
ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି ।
ମାଥିଉଲିଖିତ ସୁସମାଚାର 18 : 27 (IRVOR)
ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ । [PE][PS]
ମାଥିଉଲିଖିତ ସୁସମାଚାର 18 : 28 (IRVOR)
କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
ମାଥିଉଲିଖିତ ସୁସମାଚାର 18 : 29 (IRVOR)
ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି । [PE][PS]
ମାଥିଉଲିଖିତ ସୁସମାଚାର 18 : 30 (IRVOR)
ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।
ମାଥିଉଲିଖିତ ସୁସମାଚାର 18 : 31 (IRVOR)
ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ । [PE][PS]
ମାଥିଉଲିଖିତ ସୁସମାଚାର 18 : 32 (IRVOR)
ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
ମାଥିଉଲିଖିତ ସୁସମାଚାର 18 : 33 (IRVOR)
ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ? [PE][PS]
ମାଥିଉଲିଖିତ ସୁସମାଚାର 18 : 34 (IRVOR)
ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ ।
ମାଥିଉଲିଖିତ ସୁସମାଚାର 18 : 35 (IRVOR)
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: