ମାଥିଉଲିଖିତ ସୁସମାଚାର 19 : 1 (IRVOR)
{ଛାଡ଼ପତ୍ର ସମ୍ପର୍କରେ ଯୀଶୁଙ୍କ ଶିକ୍ଷା} (ମାର୍କ 10:1-12) [PS] ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦନର ଆରପାରରେ ଥିବା ଯିହୂଦା ସୀମାରେ ଉପସ୍ଥିତ ହେଲେ ।
ମାଥିଉଲିଖିତ ସୁସମାଚାର 19 : 2 (IRVOR)
ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ । [PE][PS]
ମାଥିଉଲିଖିତ ସୁସମାଚାର 19 : 3 (IRVOR)
ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ?
ମାଥିଉଲିଖିତ ସୁସମାଚାର 19 : 4 (IRVOR)
ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ, [PE][PS]
ମାଥିଉଲିଖିତ ସୁସମାଚାର 19 : 5 (IRVOR)
ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ?
ମାଥିଉଲିଖିତ ସୁସମାଚାର 19 : 6 (IRVOR)
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ । [PE][PS]
ମାଥିଉଲିଖିତ ସୁସମାଚାର 19 : 7 (IRVOR)
ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ ?
ମାଥିଉଲିଖିତ ସୁସମାଚାର 19 : 8 (IRVOR)
ଯୀଶୁ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା ।
ମାଥିଉଲିଖିତ ସୁସମାଚାର 19 : 9 (IRVOR)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ । [PE][PS]
ମାଥିଉଲିଖିତ ସୁସମାଚାର 19 : 10 (IRVOR)
ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ ।
ମାଥିଉଲିଖିତ ସୁସମାଚାର 19 : 11 (IRVOR)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।
ମାଥିଉଲିଖିତ ସୁସମାଚାର 19 : 12 (IRVOR)
କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି । ଯେଉଁ ଲୋକ ଗ୍ରହଣ କରି ପାରେ, ସେ ଗ୍ରହଣ କରୁ । [PE][PS]
ମାଥିଉଲିଖିତ ସୁସମାଚାର 19 : 13 (IRVOR)
{ଶିଶୁ ପ୍ରିୟ ଯୀଶୁ} (ମାର୍କ 10:13-16; ଲୂକ 18:15-17) [PS] ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ । ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ ।
ମାଥିଉଲିଖିତ ସୁସମାଚାର 19 : 14 (IRVOR)
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
ମାଥିଉଲିଖିତ ସୁସମାଚାର 19 : 15 (IRVOR)
ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ । [PE][PS]
ମାଥିଉଲିଖିତ ସୁସମାଚାର 19 : 16 (IRVOR)
{ଜଣେ ଧନୀ ଯୁବା} (ମାର୍କ 10:17-31; ଲୂକ 18:18-30) [PS] ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?
ମାଥିଉଲିଖିତ ସୁସମାଚାର 19 : 17 (IRVOR)
ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର । [PE][PS]
ମାଥିଉଲିଖିତ ସୁସମାଚାର 19 : 18 (IRVOR)
ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା ? ଯୀଶୁ କହିଲେ, ଏହି ସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
ମାଥିଉଲିଖିତ ସୁସମାଚାର 19 : 19 (IRVOR)
ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର । [PE][PS]
ମାଥିଉଲିଖିତ ସୁସମାଚାର 19 : 20 (IRVOR)
ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କ'ଣ ଉଣା ଅଛି ?
ମାଥିଉଲିଖିତ ସୁସମାଚାର 19 : 21 (IRVOR)
ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
ମାଥିଉଲିଖିତ ସୁସମାଚାର 19 : 22 (IRVOR)
କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା । [PE][PS]
ମାଥିଉଲିଖିତ ସୁସମାଚାର 19 : 23 (IRVOR)
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ।
ମାଥିଉଲିଖିତ ସୁସମାଚାର 19 : 24 (IRVOR)
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ । [PE][PS]
ମାଥିଉଲିଖିତ ସୁସମାଚାର 19 : 25 (IRVOR)
ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ ?
ମାଥିଉଲିଖିତ ସୁସମାଚାର 19 : 26 (IRVOR)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।
ମାଥିଉଲିଖିତ ସୁସମାଚାର 19 : 27 (IRVOR)
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ? [PE][PS]
ମାଥିଉଲିଖିତ ସୁସମାଚାର 19 : 28 (IRVOR)
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ । [PE][PS]
ମାଥିଉଲିଖିତ ସୁସମାଚାର 19 : 29 (IRVOR)
ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।
ମାଥିଉଲିଖିତ ସୁସମାଚାର 19 : 30 (IRVOR)
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: