ମାଥିଉଲିଖିତ ସୁସମାଚାର 21 : 1 (IRVOR)
{ଯୀଶୁଙ୍କ ବିଜୟ ଯାତ୍ରା} (ମାର୍କ 11:1-11; ଲୂକ 19:28-40; ଯୋହନ 12:12-19) [PS] ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ ।
ମାଥିଉଲିଖିତ ସୁସମାଚାର 21 : 2 (IRVOR)
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ ।
ମାଥିଉଲିଖିତ ସୁସମାଚାର 21 : 3 (IRVOR)
ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ ।
ମାଥିଉଲିଖିତ ସୁସମାଚାର 21 : 4 (IRVOR)
ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
ମାଥିଉଲିଖିତ ସୁସମାଚାର 21 : 5 (IRVOR)
ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।
ମାଥିଉଲିଖିତ ସୁସମାଚାର 21 : 6 (IRVOR)
ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
ମାଥିଉଲିଖିତ ସୁସମାଚାର 21 : 7 (IRVOR)
ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ ।
ମାଥିଉଲିଖିତ ସୁସମାଚାର 21 : 8 (IRVOR)
ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 21 : 9 (IRVOR)
ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।
ମାଥିଉଲିଖିତ ସୁସମାଚାର 21 : 10 (IRVOR)
ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।
ମାଥିଉଲିଖିତ ସୁସମାଚାର 21 : 11 (IRVOR)
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ । [PE][PS]
ମାଥିଉଲିଖିତ ସୁସମାଚାର 21 : 12 (IRVOR)
{ଯୀଶୁଙ୍କ ମନ୍ଦିର ପରିଷ୍କାର} (ମାର୍କ 11:15-19; ଲୂକ 19:45-48; ଯୋହନ 2:13-22) [PS] ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
ମାଥିଉଲିଖିତ ସୁସମାଚାର 21 : 13 (IRVOR)
ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ ।
ମାଥିଉଲିଖିତ ସୁସମାଚାର 21 : 14 (IRVOR)
ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ ।
ମାଥିଉଲିଖିତ ସୁସମାଚାର 21 : 15 (IRVOR)
କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
ମାଥିଉଲିଖିତ ସୁସମାଚାର 21 : 16 (IRVOR)
ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
ମାଥିଉଲିଖିତ ସୁସମାଚାର 21 : 17 (IRVOR)
ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ । (ମାର୍କ 11:12-14,20-24) [PE][PS]
ମାଥିଉଲିଖିତ ସୁସମାଚାର 21 : 18 (IRVOR)
{ଡିମ୍ବିରି ଗଛକୁ ଅଭିଶାପ} [PS] ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ,
ମାଥିଉଲିଖିତ ସୁସମାଚାର 21 : 19 (IRVOR)
ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା ।
ମାଥିଉଲିଖିତ ସୁସମାଚାର 21 : 20 (IRVOR)
ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା ?
ମାଥିଉଲିଖିତ ସୁସମାଚାର 21 : 21 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ ।
ମାଥିଉଲିଖିତ ସୁସମାଚାର 21 : 22 (IRVOR)
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ । [PE][PS]
ମାଥିଉଲିଖିତ ସୁସମାଚାର 21 : 23 (IRVOR)
{ଯୀଶୁଙ୍କର ଅଧିକାରକୁ ଆହ୍ୱାନ} (ମାର୍କ 11:27-33; ଲୂକ 20:1-8) [PS] ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?
ମାଥିଉଲିଖିତ ସୁସମାଚାର 21 : 24 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ।
ମାଥିଉଲିଖିତ ସୁସମାଚାର 21 : 25 (IRVOR)
ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ? ସ୍ୱର୍ଗରୁ ବା ମନୁଷ୍ୟଠାରୁ ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?
ମାଥିଉଲିଖିତ ସୁସମାଚାର 21 : 26 (IRVOR)
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।
ମାଥିଉଲିଖିତ ସୁସମାଚାର 21 : 27 (IRVOR)
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । [PS]
ମାଥିଉଲିଖିତ ସୁସମାଚାର 21 : 28 (IRVOR)
{ଦୁଇ ପୁଅଙ୍କ ଦୃଷ୍ଟାନ୍ତ} [PS] ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର ।
ମାଥିଉଲିଖିତ ସୁସମାଚାର 21 : 29 (IRVOR)
ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା ।
ମାଥିଉଲିଖିତ ସୁସମାଚାର 21 : 30 (IRVOR)
ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ ।
ମାଥିଉଲିଖିତ ସୁସମାଚାର 21 : 31 (IRVOR)
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।
ମାଥିଉଲିଖିତ ସୁସମାଚାର 21 : 32 (IRVOR)
କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ । [PE][PS]
ମାଥିଉଲିଖିତ ସୁସମାଚାର 21 : 33 (IRVOR)
{ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ} (ମାର୍କ 12:1-12; ଲୂକ 20:9-19) [PS] ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ ।
ମାଥିଉଲିଖିତ ସୁସମାଚାର 21 : 34 (IRVOR)
ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ ।
ମାଥିଉଲିଖିତ ସୁସମାଚାର 21 : 35 (IRVOR)
କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ ।
ମାଥିଉଲିଖିତ ସୁସମାଚାର 21 : 36 (IRVOR)
ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ ।
ମାଥିଉଲିଖିତ ସୁସମାଚାର 21 : 37 (IRVOR)
କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ ।
ମାଥିଉଲିଖିତ ସୁସମାଚାର 21 : 38 (IRVOR)
ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।
ମାଥିଉଲିଖିତ ସୁସମାଚାର 21 : 39 (IRVOR)
ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ ।
ମାଥିଉଲିଖିତ ସୁସମାଚାର 21 : 40 (IRVOR)
ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କ'ଣ କରିବେ ?
ମାଥିଉଲିଖିତ ସୁସମାଚାର 21 : 41 (IRVOR)
ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ ।
ମାଥିଉଲିଖିତ ସୁସମାଚାର 21 : 42 (IRVOR)
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
ମାଥିଉଲିଖିତ ସୁସମାଚାର 21 : 43 (IRVOR)
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
ମାଥିଉଲିଖିତ ସୁସମାଚାର 21 : 44 (IRVOR)
ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
ମାଥିଉଲିଖିତ ସୁସମାଚାର 21 : 45 (IRVOR)
ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ ।
ମାଥିଉଲିଖିତ ସୁସମାଚାର 21 : 46 (IRVOR)
ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46

BG:

Opacity:

Color:


Size:


Font: