ମାଥିଉଲିଖିତ ସୁସମାଚାର 24 : 1 (IRVOR)
ମନ୍ଦିର ଧ୍ୱଂସ ବିଷୟର ସୂଚନା
(ମାର୍କ 13:1,2; ଲୂକ 21:5,6)
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
ମାଥିଉଲିଖିତ ସୁସମାଚାର 24 : 2 (IRVOR)
ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
ମାଥିଉଲିଖିତ ସୁସମାଚାର 24 : 3 (IRVOR)
ଯୁଗ ଶେଷର ଲକ୍ଷଣ
(ମାର୍କ 13:3-13; ଲୂକ 21:7-19)
ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
ମାଥିଉଲିଖିତ ସୁସମାଚାର 24 : 4 (IRVOR)
ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
ମାଥିଉଲିଖିତ ସୁସମାଚାର 24 : 5 (IRVOR)
କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।
ମାଥିଉଲିଖିତ ସୁସମାଚାର 24 : 6 (IRVOR)
ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ ।
ମାଥିଉଲିଖିତ ସୁସମାଚାର 24 : 7 (IRVOR)
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।
ମାଥିଉଲିଖିତ ସୁସମାଚାର 24 : 8 (IRVOR)
କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
ମାଥିଉଲିଖିତ ସୁସମାଚାର 24 : 9 (IRVOR)
ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
ମାଥିଉଲିଖିତ ସୁସମାଚାର 24 : 10 (IRVOR)
ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,
ମାଥିଉଲିଖିତ ସୁସମାଚାର 24 : 11 (IRVOR)
ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
ମାଥିଉଲିଖିତ ସୁସମାଚାର 24 : 12 (IRVOR)
ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।
ମାଥିଉଲିଖିତ ସୁସମାଚାର 24 : 13 (IRVOR)
ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।
ମାଥିଉଲିଖିତ ସୁସମାଚାର 24 : 14 (IRVOR)
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।
ମାଥିଉଲିଖିତ ସୁସମାଚାର 24 : 15 (IRVOR)
ମହାସଙ୍କଟର ଦିନ ଆରମ୍ଭ
(ମାର୍କ 13:14-23; ଲୂକ 21:20-24)
ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
ମାଥିଉଲିଖିତ ସୁସମାଚାର 24 : 16 (IRVOR)
ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;
ମାଥିଉଲିଖିତ ସୁସମାଚାର 24 : 17 (IRVOR)
ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;
ମାଥିଉଲିଖିତ ସୁସମାଚାର 24 : 18 (IRVOR)
ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ନେଇଯିବା ପାଇଁ ଲେଉଟି ନ ଯାଉ ।
ମାଥିଉଲିଖିତ ସୁସମାଚାର 24 : 19 (IRVOR)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,
ମାଥିଉଲିଖିତ ସୁସମାଚାର 24 : 20 (IRVOR)
କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାରରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
ମାଥିଉଲିଖିତ ସୁସମାଚାର 24 : 21 (IRVOR)
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।
ମାଥିଉଲିଖିତ ସୁସମାଚାର 24 : 22 (IRVOR)
ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।
ମାଥିଉଲିଖିତ ସୁସମାଚାର 24 : 23 (IRVOR)
ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
ମାଥିଉଲିଖିତ ସୁସମାଚାର 24 : 24 (IRVOR)
କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।
ମାଥିଉଲିଖିତ ସୁସମାଚାର 24 : 25 (IRVOR)
ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି ।
ମାଥିଉଲିଖିତ ସୁସମାଚାର 24 : 26 (IRVOR)
ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ ।
ମାଥିଉଲିଖିତ ସୁସମାଚାର 24 : 27 (IRVOR)
କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ ।
ମାଥିଉଲିଖିତ ସୁସମାଚାର 24 : 28 (IRVOR)
ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ ।
ମାଥିଉଲିଖିତ ସୁସମାଚାର 24 : 29 (IRVOR)
ମନୁଷ୍ୟପୁତ୍ରଙ୍କ ପୁନରାଗମନ
(ମାର୍କ 13:24-27; ଲୂକ 21:25-28)
ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।
ମାଥିଉଲିଖିତ ସୁସମାଚାର 24 : 30 (IRVOR)
ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
ମାଥିଉଲିଖିତ ସୁସମାଚାର 24 : 31 (IRVOR)
ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
ମାଥିଉଲିଖିତ ସୁସମାଚାର 24 : 32 (IRVOR)
ଡିମ୍ବିରି ବୃକ୍ଷରୁ ଶିକ୍ଷା
(ମାର୍କ 13:28-31; ଲୂକ 21:29-33)
ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
ମାଥିଉଲିଖିତ ସୁସମାଚାର 24 : 33 (IRVOR)
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ ।
ମାଥିଉଲିଖିତ ସୁସମାଚାର 24 : 34 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
ମାଥିଉଲିଖିତ ସୁସମାଚାର 24 : 35 (IRVOR)
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।
ମାଥିଉଲିଖିତ ସୁସମାଚାର 24 : 36 (IRVOR)
ଆଗମନର ଦିନ ଓ ଦଣ୍ଡ ଅଜ୍ଞାତ
(ମାର୍କ 13:32-37; ଲୂକ 17:26-30,34-36)
କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।
ମାଥିଉଲିଖିତ ସୁସମାଚାର 24 : 37 (IRVOR)
ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ ।
ମାଥିଉଲିଖିତ ସୁସମାଚାର 24 : 38 (IRVOR)
କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,
ମାଥିଉଲିଖିତ ସୁସମାଚାର 24 : 39 (IRVOR)
ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ ।
ମାଥିଉଲିଖିତ ସୁସମାଚାର 24 : 40 (IRVOR)
ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;
ମାଥିଉଲିଖିତ ସୁସମାଚାର 24 : 41 (IRVOR)
ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
ମାଥିଉଲିଖିତ ସୁସମାଚାର 24 : 42 (IRVOR)
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।
ମାଥିଉଲିଖିତ ସୁସମାଚାର 24 : 43 (IRVOR)
କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ ।
ମାଥିଉଲିଖିତ ସୁସମାଚାର 24 : 44 (IRVOR)
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।
ମାଥିଉଲିଖିତ ସୁସମାଚାର 24 : 45 (IRVOR)
ବିଶ୍ୱସ୍ତ ଏବଂ ଦୁଷ୍ଟ ଦାସ
(ଲୂକ 12:41-48)
ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
ମାଥିଉଲିଖିତ ସୁସମାଚାର 24 : 46 (IRVOR)
ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।
ମାଥିଉଲିଖିତ ସୁସମାଚାର 24 : 47 (IRVOR)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ ।
ମାଥିଉଲିଖିତ ସୁସମାଚାର 24 : 48 (IRVOR)
କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
ମାଥିଉଲିଖିତ ସୁସମାଚାର 24 : 49 (IRVOR)
ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
ମାଥିଉଲିଖିତ ସୁସମାଚାର 24 : 50 (IRVOR)
ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,
ମାଥିଉଲିଖିତ ସୁସମାଚାର 24 : 51 (IRVOR)
ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51