ମାଥିଉଲିଖିତ ସୁସମାଚାର 4 : 1 (IRVOR)
{ଯୀଶୁ ପରୀକ୍ଷାର ସମ୍ମୁଖୀନ} (ମାର୍କ 1:12-13; ଲୂକ 4:1-13) [PS] ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
ମାଥିଉଲିଖିତ ସୁସମାଚାର 4 : 2 (IRVOR)
ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
ମାଥିଉଲିଖିତ ସୁସମାଚାର 4 : 3 (IRVOR)
ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।"
ମାଥିଉଲିଖିତ ସୁସମାଚାର 4 : 4 (IRVOR)
କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" [PE][PS]
ମାଥିଉଲିଖିତ ସୁସମାଚାର 4 : 5 (IRVOR)
ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
ମାଥିଉଲିଖିତ ସୁସମାଚାର 4 : 6 (IRVOR)
ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । [PE][PS]
ମାଥିଉଲିଖିତ ସୁସମାଚାର 4 : 7 (IRVOR)
ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।
ମାଥିଉଲିଖିତ ସୁସମାଚାର 4 : 8 (IRVOR)
ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,
ମାଥିଉଲିଖିତ ସୁସମାଚାର 4 : 9 (IRVOR)
ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା । [PE][PS]
ମାଥିଉଲିଖିତ ସୁସମାଚାର 4 : 10 (IRVOR)
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ । [PE][PS]
ମାଥିଉଲିଖିତ ସୁସମାଚାର 4 : 11 (IRVOR)
ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । (ମାର୍କ 1:14,15; ଲୂକ 4:14,15,31) [PE][PS]
ମାଥିଉଲିଖିତ ସୁସମାଚାର 4 : 12 (IRVOR)
{ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ} [PS] ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
ମାଥିଉଲିଖିତ ସୁସମାଚାର 4 : 13 (IRVOR)
ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, [PE][PS]
ମାଥିଉଲିଖିତ ସୁସମାଚାର 4 : 14 (IRVOR)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, [QBR]
ମାଥିଉଲିଖିତ ସୁସମାଚାର 4 : 15 (IRVOR)
ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦନର ଅପର ପାର୍ଶ୍ୱସ୍ଥ ଅଣଯିହୂଦୀମାନଙ୍କ ଗାଲିଲୀ, [QBR]
ମାଥିଉଲିଖିତ ସୁସମାଚାର 4 : 16 (IRVOR)
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା । [PE][PS]
ମାଥିଉଲିଖିତ ସୁସମାଚାର 4 : 17 (IRVOR)
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" [PE][PS]
ମାଥିଉଲିଖିତ ସୁସମାଚାର 4 : 18 (IRVOR)
{ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ} (ମାର୍କ 1:16-20; ଲୂକ 5:1-11; ଯୋହନ 1:35-42) [PS] ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
ମାଥିଉଲିଖିତ ସୁସମାଚାର 4 : 19 (IRVOR)
ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।"
ମାଥିଉଲିଖିତ ସୁସମାଚାର 4 : 20 (IRVOR)
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ । [PE][PS]
ମାଥିଉଲିଖିତ ସୁସମାଚାର 4 : 21 (IRVOR)
ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
ମାଥିଉଲିଖିତ ସୁସମାଚାର 4 : 22 (IRVOR)
ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ । [PE][PS]
ମାଥିଉଲିଖିତ ସୁସମାଚାର 4 : 23 (IRVOR)
{ଯୀଶୁଙ୍କ ସେବାକାର୍ଯ୍ୟ} (ଲୂକ 6:17-19) [PS] ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
ମାଥିଉଲିଖିତ ସୁସମାଚାର 4 : 24 (IRVOR)
ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ ।
ମାଥିଉଲିଖିତ ସୁସମାଚାର 4 : 25 (IRVOR)
ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: