ମାଥିଉଲିଖିତ ସୁସମାଚାର 8 : 1 (IRVOR)
{କୁଷ୍ଠରୋଗୀର ସୁସ୍ଥତା} (ମାର୍କ 1:40-45; ଲୂକ 5:12-16) [PS] ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
ମାଥିଉଲିଖିତ ସୁସମାଚାର 8 : 2 (IRVOR)
ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
ମାଥିଉଲିଖିତ ସୁସମାଚାର 8 : 3 (IRVOR)
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।
ମାଥିଉଲିଖିତ ସୁସମାଚାର 8 : 4 (IRVOR)
ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର । [PE][PS]
ମାଥିଉଲିଖିତ ସୁସମାଚାର 8 : 5 (IRVOR)
{ରୋମୀୟ ସେନାପତିଙ୍କ ବିଶ୍ୱାସ} (ଲୂକ 7:1-10) [PS] ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
ମାଥିଉଲିଖିତ ସୁସମାଚାର 8 : 6 (IRVOR)
ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି ।
ମାଥିଉଲିଖିତ ସୁସମାଚାର 8 : 7 (IRVOR)
ସେ ତାହାକୁ କହିଲେ, ମୁଁ ଯାଇ ତାହାକୁ ସୁସ୍ଥ କରିବି ।
ମାଥିଉଲିଖିତ ସୁସମାଚାର 8 : 8 (IRVOR)
କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।
ମାଥିଉଲିଖିତ ସୁସମାଚାର 8 : 9 (IRVOR)
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ ।
ମାଥିଉଲିଖିତ ସୁସମାଚାର 8 : 10 (IRVOR)
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।
ମାଥିଉଲିଖିତ ସୁସମାଚାର 8 : 11 (IRVOR)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
ମାଥିଉଲିଖିତ ସୁସମାଚାର 8 : 12 (IRVOR)
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
ମାଥିଉଲିଖିତ ସୁସମାଚାର 8 : 13 (IRVOR)
ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା । [PE][PS]
ମାଥିଉଲିଖିତ ସୁସମାଚାର 8 : 14 (IRVOR)
{ଅନେକଙ୍କ ସୁସ୍ଥତା} (ମାର୍କ 1:29-34; ଲୂକ 4:38-41) [PS] ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
ମାଥିଉଲିଖିତ ସୁସମାଚାର 8 : 15 (IRVOR)
ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 8 : 16 (IRVOR)
ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
ମାଥିଉଲିଖିତ ସୁସମାଚାର 8 : 17 (IRVOR)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ । [PE][PS]
ମାଥିଉଲିଖିତ ସୁସମାଚାର 8 : 18 (IRVOR)
{ଯୀଶୁଙ୍କ ଶିଷ୍ୟ ହେବାର ଯୋଗ୍ୟତା} (ଲୂକ 9:57-62) [PS] ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ ।
ମାଥିଉଲିଖିତ ସୁସମାଚାର 8 : 19 (IRVOR)
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
ମାଥିଉଲିଖିତ ସୁସମାଚାର 8 : 20 (IRVOR)
ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।
ମାଥିଉଲିଖିତ ସୁସମାଚାର 8 : 21 (IRVOR)
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
ମାଥିଉଲିଖିତ ସୁସମାଚାର 8 : 22 (IRVOR)
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ । [PE][PS]
ମାଥିଉଲିଖିତ ସୁସମାଚାର 8 : 23 (IRVOR)
{ଝଡ଼ ଉପରେ ଅଧିକାର} (ମାର୍କ 4:35-41; ଲୂକ 8:22-25) [PS] ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ ।
ମାଥିଉଲିଖିତ ସୁସମାଚାର 8 : 24 (IRVOR)
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ ।
ମାଥିଉଲିଖିତ ସୁସମାଚାର 8 : 25 (IRVOR)
ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ ।
ମାଥିଉଲିଖିତ ସୁସମାଚାର 8 : 26 (IRVOR)
ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।
ମାଥିଉଲିଖିତ ସୁସମାଚାର 8 : 27 (IRVOR)
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି । [PE][PS]
ମାଥିଉଲିଖିତ ସୁସମାଚାର 8 : 28 (IRVOR)
{ଦୁଇ ଭୂତଗ୍ରସ୍ତଙ୍କୁ ଯୀଶୁଙ୍କ ସୁସ୍ଥତା} (ମାର୍କ 5:1-20; ଲୂକ 8:26-39) [PS] ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
ମାଥିଉଲିଖିତ ସୁସମାଚାର 8 : 29 (IRVOR)
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?
ମାଥିଉଲିଖିତ ସୁସମାଚାର 8 : 30 (IRVOR)
ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା ।
ମାଥିଉଲିଖିତ ସୁସମାଚାର 8 : 31 (IRVOR)
ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ ।
ମାଥିଉଲିଖିତ ସୁସମାଚାର 8 : 32 (IRVOR)
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
ମାଥିଉଲିଖିତ ସୁସମାଚାର 8 : 33 (IRVOR)
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହି ସବୁ ଜଣାଇଲେ ।
ମାଥିଉଲିଖିତ ସୁସମାଚାର 8 : 34 (IRVOR)
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: