ନାହୂମ 1 : 2 (IRVOR)
ନୀନିବୀ[* ନୀନିବୀ ନୀନିବୀ ସହର ଅଶୂରୀୟ ସାମ୍ରାଜ୍ୟର ରାଜଧାନୀ ଥିଲା। ] ବିଷୟକ ବାର୍ତ୍ତା। ଇଲକୋଶୀୟ † ଇଲକୋଶୀୟ ଇଲକୋଶ ଏକ ଗ୍ରାମ ନାହୂମଙ୍କର ଦର୍ଶନ ପୁସ୍ତକ। ନୀନିବୀ ପ୍ରତି ପରମେଶ୍ୱରଙ୍କ କ୍ରୋଧ ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
ନାହୂମ 1 : 3 (IRVOR)
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
ନାହୂମ 1 : 4 (IRVOR)
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।
ନାହୂମ 1 : 5 (IRVOR)
ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
ନାହୂମ 1 : 6 (IRVOR)
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
ନାହୂମ 1 : 7 (IRVOR)
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
ନାହୂମ 1 : 8 (IRVOR)
ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
ନାହୂମ 1 : 9 (IRVOR)
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
ନାହୂମ 1 : 10 (IRVOR)
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
ନାହୂମ 1 : 11 (IRVOR)
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
ନାହୂମ 1 : 12 (IRVOR)
ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
ନାହୂମ 1 : 13 (IRVOR)
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।
ନାହୂମ 1 : 14 (IRVOR)
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।
ନାହୂମ 1 : 15 (IRVOR)
ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ‡ ଦୁଷ୍ଟ ଏବ୍ରୀ ଭାଷାରେ ବେଲିଆଲ୍ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
❮
❯
1
2
3
4
5
6
7
8
9
10
11
12
13
14
15