ନାହୂମ 3 : 1 (IRVOR)
ନୀନିବୀ ସନ୍ତାପର ପାତ୍ର ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
ନାହୂମ 3 : 2 (IRVOR)
କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
ନାହୂମ 3 : 3 (IRVOR)
ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
ନାହୂମ 3 : 4 (IRVOR)
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
ନାହୂମ 3 : 5 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
ନାହୂମ 3 : 6 (IRVOR)
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
ନାହୂମ 3 : 7 (IRVOR)
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା ?
ନାହୂମ 3 : 8 (IRVOR)
ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ* ନୋ-ଆମୋନଠାରୁ ଅର୍ଥାତ୍ ମିସର ଦେଶର ରାଜଧାନୀ ତୁମ୍ଭେ କି ଶ୍ରେଷ୍ଠ ?
ନାହୂମ 3 : 9 (IRVOR)
କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
ନାହୂମ 3 : 10 (IRVOR)
ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
ନାହୂମ 3 : 11 (IRVOR)
ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚା ଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
ନାହୂମ 3 : 12 (IRVOR)
ତୁମ୍ଭର ଦୁର୍ଗସବୁ ଆଦ୍ୟ ପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହିସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
ନାହୂମ 3 : 13 (IRVOR)
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗର-ଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖା ଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
ନାହୂମ 3 : 14 (IRVOR)
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
ନାହୂମ 3 : 15 (IRVOR)
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
ନାହୂମ 3 : 16 (IRVOR)
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
ନାହୂମ 3 : 17 (IRVOR)
ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥା’ନ୍ତି, ତାହା ଜଣାଯାଏ ନାହିଁ।
ନାହୂମ 3 : 18 (IRVOR)
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
ନାହୂମ 3 : 19 (IRVOR)
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19