ନିହିମିୟା 3 : 1 (IRVOR)
ଯିରୂଶାଲମ ପ୍ରାଚୀର ପୁନଃନିର୍ମାଣ ଏହା ପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
ନିହିମିୟା 3 : 2 (IRVOR)
ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
ନିହିମିୟା 3 : 3 (IRVOR)
ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
ନିହିମିୟା 3 : 4 (IRVOR)
ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
ନିହିମିୟା 3 : 5 (IRVOR)
ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
ନିହିମିୟା 3 : 6 (IRVOR)
ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
ନିହିମିୟା 3 : 7 (IRVOR)
ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।
ନିହିମିୟା 3 : 8 (IRVOR)
ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧ-ବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।
ନିହିମିୟା 3 : 9 (IRVOR)
ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।
ନିହିମିୟା 3 : 10 (IRVOR)
ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।
ନିହିମିୟା 3 : 11 (IRVOR)
ହାରୀମର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
ନିହିମିୟା 3 : 12 (IRVOR)
ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।
ନିହିମିୟା 3 : 13 (IRVOR)
ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।
ନିହିମିୟା 3 : 14 (IRVOR)
ପୁଣି, ବେଥ୍-ହକ୍‍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
ନିହିମିୟା 3 : 15 (IRVOR)
ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
ନିହିମିୟା 3 : 16 (IRVOR)
ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍‍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
ନିହିମିୟା 3 : 17 (IRVOR)
ପ୍ରାଚୀର ନିର୍ମାଣ କାର୍ଯ୍ୟ କରିଥିବା ଲେବୀୟମାନେ ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
ନିହିମିୟା 3 : 18 (IRVOR)
ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
ନିହିମିୟା 3 : 19 (IRVOR)
ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
ନିହିମିୟା 3 : 20 (IRVOR)
ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍‍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
ନିହିମିୟା 3 : 21 (IRVOR)
ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
ନିହିମିୟା 3 : 22 (IRVOR)
ପ୍ରାଚୀର ନିର୍ମାଣ କରିଥିବା ଯାଜକମାନେ ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
ନିହିମିୟା 3 : 23 (IRVOR)
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟାର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।
ନିହିମିୟା 3 : 24 (IRVOR)
ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
ନିହିମିୟା 3 : 25 (IRVOR)
ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।
ନିହିମିୟା 3 : 26 (IRVOR)
ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
ନିହିମିୟା 3 : 27 (IRVOR)
ଅନ୍ୟ ନିର୍ମାଣକାରୀମାନେ ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
ନିହିମିୟା 3 : 28 (IRVOR)
ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
ନିହିମିୟା 3 : 29 (IRVOR)
ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।
ନିହିମିୟା 3 : 30 (IRVOR)
ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
ନିହିମିୟା 3 : 31 (IRVOR)
ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍‍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
ନିହିମିୟା 3 : 32 (IRVOR)
ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32