ନିହିମିୟା 4 : 1 (IRVOR)
ନିର୍ମାଣ କାର୍ଯ୍ୟରେ ପ୍ରତିବାଧା ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
ନିହିମିୟା 4 : 2 (IRVOR)
ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି ? ସେମାନେ କ’ଣ ଗଡ଼ବନ୍ଦି କରି ରହିବେ ? ସେମାନେ କ’ଣ ବଳିଦାନ କରିବେ ? ସେମାନେ କ’ଣ ଦିନକରେ ସମାପ୍ତ କରିବେ ? ସେମାନେ କ’ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ ?”
ନିହିମିୟା 4 : 3 (IRVOR)
ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”
ନିହିମିୟା 4 : 4 (IRVOR)
ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;
ନିହିମିୟା 4 : 5 (IRVOR)
ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
ନିହିମିୟା 4 : 6 (IRVOR)
ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
ନିହିମିୟା 4 : 7 (IRVOR)
ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
ନିହିମିୟା 4 : 8 (IRVOR)
ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
ନିହିମିୟା 4 : 9 (IRVOR)
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
ନିହିମିୟା 4 : 10 (IRVOR)
ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”
ନିହିମିୟା 4 : 11 (IRVOR)
ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”
ନିହିମିୟା 4 : 12 (IRVOR)
ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
ନିହିମିୟା 4 : 13 (IRVOR)
ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
ନିହିମିୟା 4 : 14 (IRVOR)
ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ୍ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
ନିହିମିୟା 4 : 15 (IRVOR)
କାର୍ଯ୍ୟର ପୁନଃରାରମ୍ଭ ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।
ନିହିମିୟା 4 : 16 (IRVOR)
ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।
ନିହିମିୟା 4 : 17 (IRVOR)
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
ନିହିମିୟା 4 : 18 (IRVOR)
ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
ନିହିମିୟା 4 : 19 (IRVOR)
ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ୍ ହୋଇ ଏକ ଆରେକଠାରୁ ଦୂରରେ ଅଛୁ;
ନିହିମିୟା 4 : 20 (IRVOR)
ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।
ନିହିମିୟା 4 : 21 (IRVOR)
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
ନିହିମିୟା 4 : 22 (IRVOR)
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।
ନିହିମିୟା 4 : 23 (IRVOR)
ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23