ନିହିମିୟା 7 : 1 (IRVOR)
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
ନିହିମିୟା 7 : 2 (IRVOR)
ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
ନିହିମିୟା 7 : 3 (IRVOR)
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।” [PS]
ନିହିମିୟା 7 : 4 (IRVOR)
{ନିର୍ବାସନରୁ ଫେରିଥିବା ଲୋକଙ୍କ ତାଲିକା} [PS] ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା।
ନିହିମିୟା 7 : 5 (IRVOR)
ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
ନିହିମିୟା 7 : 6 (IRVOR)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
ନିହିମିୟା 7 : 7 (IRVOR)
ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
ନିହିମିୟା 7 : 8 (IRVOR)
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
ନିହିମିୟା 7 : 9 (IRVOR)
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
ନିହିମିୟା 7 : 10 (IRVOR)
ଆରହର ସନ୍ତାନ ଛଅ ଶହ ବାବନ ଜଣ।
ନିହିମିୟା 7 : 11 (IRVOR)
ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ।
ନିହିମିୟା 7 : 12 (IRVOR)
ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
ନିହିମିୟା 7 : 13 (IRVOR)
ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ।
ନିହିମିୟା 7 : 14 (IRVOR)
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
ନିହିମିୟା 7 : 15 (IRVOR)
ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ।
ନିହିମିୟା 7 : 16 (IRVOR)
ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ।
ନିହିମିୟା 7 : 17 (IRVOR)
ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ।
ନିହିମିୟା 7 : 18 (IRVOR)
ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ।
ନିହିମିୟା 7 : 19 (IRVOR)
ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ।
ନିହିମିୟା 7 : 20 (IRVOR)
ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ।
ନିହିମିୟା 7 : 21 (IRVOR)
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
ନିହିମିୟା 7 : 22 (IRVOR)
ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ।
ନିହିମିୟା 7 : 23 (IRVOR)
ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ।
ନିହିମିୟା 7 : 24 (IRVOR)
ହାରୀଫର ସନ୍ତାନ ଏକ ଶହ ବାର ଜଣ।
ନିହିମିୟା 7 : 25 (IRVOR)
ଗିବୀୟୋନ୍ର ସନ୍ତାନ ପଞ୍ଚାନବେ ଜଣ।
ନିହିମିୟା 7 : 26 (IRVOR)
ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ।
ନିହିମିୟା 7 : 27 (IRVOR)
ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ।
ନିହିମିୟା 7 : 28 (IRVOR)
ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ।
ନିହିମିୟା 7 : 29 (IRVOR)
କିରୀୟଥ୍-ଯିୟାରୀମ୍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ।
ନିହିମିୟା 7 : 30 (IRVOR)
ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ।
ନିହିମିୟା 7 : 31 (IRVOR)
ମିକ୍ମସର ଲୋକ ଏକ ଶହ ବାଇଶ ଜଣ।
ନିହିମିୟା 7 : 32 (IRVOR)
ବେଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।
ନିହିମିୟା 7 : 33 (IRVOR)
ଅନ୍ୟ ନବୋର ଲୋକ ବାବନ ଜଣ।
ନିହିମିୟା 7 : 34 (IRVOR)
ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
ନିହିମିୟା 7 : 35 (IRVOR)
ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ।
ନିହିମିୟା 7 : 36 (IRVOR)
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
ନିହିମିୟା 7 : 37 (IRVOR)
ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ।
ନିହିମିୟା 7 : 38 (IRVOR)
ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।
ନିହିମିୟା 7 : 39 (IRVOR)
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
ନିହିମିୟା 7 : 40 (IRVOR)
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
ନିହିମିୟା 7 : 41 (IRVOR)
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
ନିହିମିୟା 7 : 42 (IRVOR)
ହାରୀମର ସନ୍ତାନ ଏକ ହଜାର ସତର ଜଣ।
ନିହିମିୟା 7 : 43 (IRVOR)
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
ନିହିମିୟା 7 : 44 (IRVOR)
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।
ନିହିମିୟା 7 : 45 (IRVOR)
ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ।
ନିହିମିୟା 7 : 46 (IRVOR)
ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
ନିହିମିୟା 7 : 47 (IRVOR)
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
ନିହିମିୟା 7 : 48 (IRVOR)
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;
ନିହିମିୟା 7 : 49 (IRVOR)
ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
ନିହିମିୟା 7 : 50 (IRVOR)
ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
ନିହିମିୟା 7 : 51 (IRVOR)
ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
ନିହିମିୟା 7 : 52 (IRVOR)
ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
ନିହିମିୟା 7 : 53 (IRVOR)
ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
ନିହିମିୟା 7 : 54 (IRVOR)
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
ନିହିମିୟା 7 : 55 (IRVOR)
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
ନିହିମିୟା 7 : 56 (IRVOR)
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
ନିହିମିୟା 7 : 57 (IRVOR)
ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
ନିହିମିୟା 7 : 58 (IRVOR)
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
ନିହିମିୟା 7 : 59 (IRVOR)
ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ।
ନିହିମିୟା 7 : 60 (IRVOR)
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
ନିହିମିୟା 7 : 61 (IRVOR)
ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
ନିହିମିୟା 7 : 62 (IRVOR)
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ।
ନିହିମିୟା 7 : 63 (IRVOR)
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
ନିହିମିୟା 7 : 64 (IRVOR)
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
ନିହିମିୟା 7 : 65 (IRVOR)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
ନିହିମିୟା 7 : 66 (IRVOR)
ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।
ନିହିମିୟା 7 : 67 (IRVOR)
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
ନିହିମିୟା 7 : 68 (IRVOR)
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
ନିହିମିୟା 7 : 69 (IRVOR)
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।
ନିହିମିୟା 7 : 70 (IRVOR)
ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ [* ଡାରିକ୍ ପ୍ରାୟ 8.5 କିଲୋଗ୍ରାମ୍] ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
ନିହିମିୟା 7 : 71 (IRVOR)
ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା [† ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା ପ୍ରାୟ 1,200 କିଲୋଗ୍ରାମ୍] କାମ ପାଇଁ ଦେଲେ।
ନିହିମିୟା 7 : 72 (IRVOR)
ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
ନିହିମିୟା 7 : 73 (IRVOR)
ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ। [PE]
❮
❯