ଗଣନା ପୁସ୍ତକ 1 : 1 (IRVOR)
ଇସ୍ରାଏଲ ଯୋଦ୍ଧାଙ୍କର ଗଣନା ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 1 : 2 (IRVOR)
“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”
ଗଣନା ପୁସ୍ତକ 1 : 3 (IRVOR)
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
ଗଣନା ପୁସ୍ତକ 1 : 4 (IRVOR)
ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
ଗଣନା ପୁସ୍ତକ 1 : 5 (IRVOR)
ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।
ଗଣନା ପୁସ୍ତକ 1 : 6 (IRVOR)
ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
ଗଣନା ପୁସ୍ତକ 1 : 7 (IRVOR)
ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍
ଗଣନା ପୁସ୍ତକ 1 : 8 (IRVOR)
ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
ଗଣନା ପୁସ୍ତକ 1 : 9 (IRVOR)
ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍
ଗଣନା ପୁସ୍ତକ 1 : 10 (IRVOR)
ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
ଗଣନା ପୁସ୍ତକ 1 : 11 (IRVOR)
ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।
ଗଣନା ପୁସ୍ତକ 1 : 12 (IRVOR)
ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
ଗଣନା ପୁସ୍ତକ 1 : 13 (IRVOR)
ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
ଗଣନା ପୁସ୍ତକ 1 : 14 (IRVOR)
ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।
ଗଣନା ପୁସ୍ତକ 1 : 15 (IRVOR)
ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
ଗଣନା ପୁସ୍ତକ 1 : 16 (IRVOR)
ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
ଗଣନା ପୁସ୍ତକ 1 : 17 (IRVOR)
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
ଗଣନା ପୁସ୍ତକ 1 : 18 (IRVOR)
ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
ଗଣନା ପୁସ୍ତକ 1 : 19 (IRVOR)
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
ଗଣନା ପୁସ୍ତକ 1 : 20 (IRVOR)
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 21 (IRVOR)
ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
ଗଣନା ପୁସ୍ତକ 1 : 22 (IRVOR)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 23 (IRVOR)
ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
ଗଣନା ପୁସ୍ତକ 1 : 24 (IRVOR)
ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 25 (IRVOR)
ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
ଗଣନା ପୁସ୍ତକ 1 : 26 (IRVOR)
ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 27 (IRVOR)
ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
ଗଣନା ପୁସ୍ତକ 1 : 28 (IRVOR)
ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 29 (IRVOR)
ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
ଗଣନା ପୁସ୍ତକ 1 : 30 (IRVOR)
ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 31 (IRVOR)
ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
ଗଣନା ପୁସ୍ତକ 1 : 32 (IRVOR)
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ଗଣନା ପୁସ୍ତକ 1 : 33 (IRVOR)
ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
ଗଣନା ପୁସ୍ତକ 1 : 34 (IRVOR)
ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 35 (IRVOR)
ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
ଗଣନା ପୁସ୍ତକ 1 : 36 (IRVOR)
ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ଗଣନା ପୁସ୍ତକ 1 : 37 (IRVOR)
ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।
ଗଣନା ପୁସ୍ତକ 1 : 38 (IRVOR)
ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 39 (IRVOR)
ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
ଗଣନା ପୁସ୍ତକ 1 : 40 (IRVOR)
ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗଣନା ପୁସ୍ତକ 1 : 41 (IRVOR)
ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
ଗଣନା ପୁସ୍ତକ 1 : 42 (IRVOR)
ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ଗଣନା ପୁସ୍ତକ 1 : 43 (IRVOR)
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
ଗଣନା ପୁସ୍ତକ 1 : 44 (IRVOR)
ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
ଗଣନା ପୁସ୍ତକ 1 : 45 (IRVOR)
ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
ଗଣନା ପୁସ୍ତକ 1 : 46 (IRVOR)
ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
ଗଣନା ପୁସ୍ତକ 1 : 47 (IRVOR)
ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।
ଗଣନା ପୁସ୍ତକ 1 : 48 (IRVOR)
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
ଗଣନା ପୁସ୍ତକ 1 : 49 (IRVOR)
ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
ଗଣନା ପୁସ୍ତକ 1 : 50 (IRVOR)
ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
ଗଣନା ପୁସ୍ତକ 1 : 51 (IRVOR)
ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
ଗଣନା ପୁସ୍ତକ 1 : 52 (IRVOR)
ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
ଗଣନା ପୁସ୍ତକ 1 : 53 (IRVOR)
ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।
ଗଣନା ପୁସ୍ତକ 1 : 54 (IRVOR)
ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
❮
❯