ଗଣନା ପୁସ୍ତକ 10 : 1 (IRVOR)
ରୌପ୍ୟ ତୂରୀ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 10 : 2 (IRVOR)
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
ଗଣନା ପୁସ୍ତକ 10 : 3 (IRVOR)
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
ଗଣନା ପୁସ୍ତକ 10 : 4 (IRVOR)
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
ଗଣନା ପୁସ୍ତକ 10 : 5 (IRVOR)
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
ଗଣନା ପୁସ୍ତକ 10 : 6 (IRVOR)
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
ଗଣନା ପୁସ୍ତକ 10 : 7 (IRVOR)
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
ଗଣନା ପୁସ୍ତକ 10 : 8 (IRVOR)
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
ଗଣନା ପୁସ୍ତକ 10 : 9 (IRVOR)
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
ଗଣନା ପୁସ୍ତକ 10 : 10 (IRVOR)
ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
ଗଣନା ପୁସ୍ତକ 10 : 11 (IRVOR)
ସୀନୟ ଛାଉଣି ପରିତ୍ୟାଗ ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
ଗଣନା ପୁସ୍ତକ 10 : 12 (IRVOR)
ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
ଗଣନା ପୁସ୍ତକ 10 : 13 (IRVOR)
ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
ଗଣନା ପୁସ୍ତକ 10 : 14 (IRVOR)
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 15 (IRVOR)
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 16 (IRVOR)
ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 17 (IRVOR)
ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
ଗଣନା ପୁସ୍ତକ 10 : 18 (IRVOR)
ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 19 (IRVOR)
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 20 (IRVOR)
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 21 (IRVOR)
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
ଗଣନା ପୁସ୍ତକ 10 : 22 (IRVOR)
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 23 (IRVOR)
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 24 (IRVOR)
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 25 (IRVOR)
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 26 (IRVOR)
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 27 (IRVOR)
ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
ଗଣନା ପୁସ୍ତକ 10 : 28 (IRVOR)
ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
ଗଣନା ପୁସ୍ତକ 10 : 29 (IRVOR)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
ଗଣନା ପୁସ୍ତକ 10 : 30 (IRVOR)
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
ଗଣନା ପୁସ୍ତକ 10 : 31 (IRVOR)
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
ଗଣନା ପୁସ୍ତକ 10 : 32 (IRVOR)
ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।
ଗଣନା ପୁସ୍ତକ 10 : 33 (IRVOR)
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
ଗଣନା ପୁସ୍ତକ 10 : 34 (IRVOR)
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
ଗଣନା ପୁସ୍ତକ 10 : 35 (IRVOR)
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।
ଗଣନା ପୁସ୍ତକ 10 : 36 (IRVOR)
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”
❮
❯