ଗଣନା ପୁସ୍ତକ 11 : 1 (IRVOR)
ଲୋକମାନଙ୍କ ବଚସା ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।
ଗଣନା ପୁସ୍ତକ 11 : 2 (IRVOR)
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
ଗଣନା ପୁସ୍ତକ 11 : 3 (IRVOR)
ତେଣୁ ସେହି ସ୍ଥାନର ନାମ ତବୀୟେରା* ଅର୍ଥାତ୍ ଦହନ ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
ଗଣନା ପୁସ୍ତକ 11 : 4 (IRVOR)
ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
ଗଣନା ପୁସ୍ତକ 11 : 5 (IRVOR)
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
ଗଣନା ପୁସ୍ତକ 11 : 6 (IRVOR)
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
ଗଣନା ପୁସ୍ତକ 11 : 7 (IRVOR)
ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
ଗଣନା ପୁସ୍ତକ 11 : 8 (IRVOR)
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
ଗଣନା ପୁସ୍ତକ 11 : 9 (IRVOR)
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
ଗଣନା ପୁସ୍ତକ 11 : 10 (IRVOR)
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
ଗଣନା ପୁସ୍ତକ 11 : 11 (IRVOR)
ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?
ଗଣନା ପୁସ୍ତକ 11 : 12 (IRVOR)
ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?
ଗଣନା ପୁସ୍ତକ 11 : 13 (IRVOR)
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।
ଗଣନା ପୁସ୍ତକ 11 : 14 (IRVOR)
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
ଗଣନା ପୁସ୍ତକ 11 : 15 (IRVOR)
ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
ଗଣନା ପୁସ୍ତକ 11 : 16 (IRVOR)
ମୋଶାଙ୍କ ସାହାଯ୍ୟାର୍ଥେ ପ୍ରାଚୀନ ନିଯୁକ୍ତି ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
ଗଣନା ପୁସ୍ତକ 11 : 17 (IRVOR)
ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
ଗଣନା ପୁସ୍ତକ 11 : 18 (IRVOR)
ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
ଗଣନା ପୁସ୍ତକ 11 : 19 (IRVOR)
ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
ଗଣନା ପୁସ୍ତକ 11 : 20 (IRVOR)
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।
ଗଣନା ପୁସ୍ତକ 11 : 21 (IRVOR)
ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।
ଗଣନା ପୁସ୍ତକ 11 : 22 (IRVOR)
ସେମାନଙ୍କୁ ଅଣ୍ଟିବା ଭଳି କ’ଣ ପଲ ପଲ ଗୋମେଷ ବଧ କରାଯିବ ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କ’ଣ ଏକତ୍ର କରାଯିବ ?
ଗଣନା ପୁସ୍ତକ 11 : 23 (IRVOR)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
ଗଣନା ପୁସ୍ତକ 11 : 24 (IRVOR)
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
ଗଣନା ପୁସ୍ତକ 11 : 25 (IRVOR)
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
ଗଣନା ପୁସ୍ତକ 11 : 26 (IRVOR)
ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
ଗଣନା ପୁସ୍ତକ 11 : 27 (IRVOR)
ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।
ଗଣନା ପୁସ୍ତକ 11 : 28 (IRVOR)
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
ଗଣନା ପୁସ୍ତକ 11 : 29 (IRVOR)
ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
ଗଣନା ପୁସ୍ତକ 11 : 30 (IRVOR)
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
ଗଣନା ପୁସ୍ତକ 11 : 31 (IRVOR)
ଭାଟୋଇ ପକ୍ଷୀ ଓ ମହାମାରୀ ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା।
ଗଣନା ପୁସ୍ତକ 11 : 32 (IRVOR)
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
ଗଣନା ପୁସ୍ତକ 11 : 33 (IRVOR)
ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
ଗଣନା ପୁସ୍ତକ 11 : 34 (IRVOR)
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା† ଅର୍ଥାତ୍ ଲୋଭ ହେତୁ କବର ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
ଗଣନା ପୁସ୍ତକ 11 : 35 (IRVOR)
ଲୋକମାନେ କିବ୍ରୋତ୍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।
❮
❯