ଗଣନା ପୁସ୍ତକ 13 : 1 (IRVOR)
କିଣାନକୁ ଦୂତ ପ୍ରେରଣ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 13 : 2 (IRVOR)
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
ଗଣନା ପୁସ୍ତକ 13 : 3 (IRVOR)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।
ଗଣନା ପୁସ୍ତକ 13 : 4 (IRVOR)
ସେମାନଙ୍କର ନାମ ଏହି-ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
ଗଣନା ପୁସ୍ତକ 13 : 5 (IRVOR)
ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
ଗଣନା ପୁସ୍ତକ 13 : 6 (IRVOR)
ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
ଗଣନା ପୁସ୍ତକ 13 : 7 (IRVOR)
ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
ଗଣନା ପୁସ୍ତକ 13 : 8 (IRVOR)
ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
ଗଣନା ପୁସ୍ତକ 13 : 9 (IRVOR)
ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;
ଗଣନା ପୁସ୍ତକ 13 : 10 (IRVOR)
ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
ଗଣନା ପୁସ୍ତକ 13 : 11 (IRVOR)
ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
ଗଣନା ପୁସ୍ତକ 13 : 12 (IRVOR)
ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
ଗଣନା ପୁସ୍ତକ 13 : 13 (IRVOR)
ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
ଗଣନା ପୁସ୍ତକ 13 : 14 (IRVOR)
ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି;
ଗଣନା ପୁସ୍ତକ 13 : 15 (IRVOR)
ଗାଦ୍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
ଗଣନା ପୁସ୍ତକ 13 : 16 (IRVOR)
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
ଗଣନା ପୁସ୍ତକ 13 : 17 (IRVOR)
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
ଗଣନା ପୁସ୍ତକ 13 : 18 (IRVOR)
ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
ଗଣନା ପୁସ୍ତକ 13 : 19 (IRVOR)
ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
ଗଣନା ପୁସ୍ତକ 13 : 20 (IRVOR)
ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
ଗଣନା ପୁସ୍ତକ 13 : 21 (IRVOR)
ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
ଗଣନା ପୁସ୍ତକ 13 : 22 (IRVOR)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
ଗଣନା ପୁସ୍ତକ 13 : 23 (IRVOR)
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
ଗଣନା ପୁସ୍ତକ 13 : 24 (IRVOR)
ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
ଗଣନା ପୁସ୍ତକ 13 : 25 (IRVOR)
ଦୂତମାନଙ୍କ ବିବରଣ ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
ଗଣନା ପୁସ୍ତକ 13 : 26 (IRVOR)
ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
ଗଣନା ପୁସ୍ତକ 13 : 27 (IRVOR)
ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
ଗଣନା ପୁସ୍ତକ 13 : 28 (IRVOR)
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
ଗଣନା ପୁସ୍ତକ 13 : 29 (IRVOR)
ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
ଗଣନା ପୁସ୍ତକ 13 : 30 (IRVOR)
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
ଗଣନା ପୁସ୍ତକ 13 : 31 (IRVOR)
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
ଗଣନା ପୁସ୍ତକ 13 : 32 (IRVOR)
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
ଗଣନା ପୁସ୍ତକ 13 : 33 (IRVOR)
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
❮
❯