ଗଣନା ପୁସ୍ତକ 18 : 1 (IRVOR)
ଲେବୀ ଓ ଯାଜକଙ୍କ କାର୍ଯ୍ୟ ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
ଗଣନା ପୁସ୍ତକ 18 : 2 (IRVOR)
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
ଗଣନା ପୁସ୍ତକ 18 : 3 (IRVOR)
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
ଗଣନା ପୁସ୍ତକ 18 : 4 (IRVOR)
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
ଗଣନା ପୁସ୍ତକ 18 : 5 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
ଗଣନା ପୁସ୍ତକ 18 : 6 (IRVOR)
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
ଗଣନା ପୁସ୍ତକ 18 : 7 (IRVOR)
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
ଗଣନା ପୁସ୍ତକ 18 : 8 (IRVOR)
ଯାଜକର ଅଂଶ ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
ଗଣନା ପୁସ୍ତକ 18 : 9 (IRVOR)
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
ଗଣନା ପୁସ୍ତକ 18 : 10 (IRVOR)
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
ଗଣନା ପୁସ୍ତକ 18 : 11 (IRVOR)
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
ଗଣନା ପୁସ୍ତକ 18 : 12 (IRVOR)
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
ଗଣନା ପୁସ୍ତକ 18 : 13 (IRVOR)
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
ଗଣନା ପୁସ୍ତକ 18 : 14 (IRVOR)
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁ ସବୁ ତୁମ୍ଭର ହେବ।
ଗଣନା ପୁସ୍ତକ 18 : 15 (IRVOR)
ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
ଗଣନା ପୁସ୍ତକ 18 : 16 (IRVOR)
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ* ପ୍ରାୟ 50 ଗ୍ରାମ୍ ରୂପା ରୂପାରେ ମୁକ୍ତ କରିବ।
ଗଣନା ପୁସ୍ତକ 18 : 17 (IRVOR)
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
ଗଣନା ପୁସ୍ତକ 18 : 18 (IRVOR)
ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
ଗଣନା ପୁସ୍ତକ 18 : 19 (IRVOR)
ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
ଗଣନା ପୁସ୍ତକ 18 : 20 (IRVOR)
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
ଗଣନା ପୁସ୍ତକ 18 : 21 (IRVOR)
ଲେବୀୟମାନଙ୍କ ଅଂଶ ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
ଗଣନା ପୁସ୍ତକ 18 : 22 (IRVOR)
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
ଗଣନା ପୁସ୍ତକ 18 : 23 (IRVOR)
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
ଗଣନା ପୁସ୍ତକ 18 : 24 (IRVOR)
କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”
ଗଣନା ପୁସ୍ତକ 18 : 25 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 18 : 26 (IRVOR)
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 18 : 27 (IRVOR)
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
ଗଣନା ପୁସ୍ତକ 18 : 28 (IRVOR)
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
ଗଣନା ପୁସ୍ତକ 18 : 29 (IRVOR)
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 18 : 30 (IRVOR)
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
ଗଣନା ପୁସ୍ତକ 18 : 31 (IRVOR)
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
ଗଣନା ପୁସ୍ତକ 18 : 32 (IRVOR)
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”
❮
❯