ଗଣନା ପୁସ୍ତକ 19 : 1 (IRVOR)
ଶୁଚିକରଣ ବିଧି ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
ଗଣନା ପୁସ୍ତକ 19 : 2 (IRVOR)
“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।
ଗଣନା ପୁସ୍ତକ 19 : 3 (IRVOR)
ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
ଗଣନା ପୁସ୍ତକ 19 : 4 (IRVOR)
ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
ଗଣନା ପୁସ୍ତକ 19 : 5 (IRVOR)
ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
ଗଣନା ପୁସ୍ତକ 19 : 6 (IRVOR)
ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
ଗଣନା ପୁସ୍ତକ 19 : 7 (IRVOR)
ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
ଗଣନା ପୁସ୍ତକ 19 : 8 (IRVOR)
ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
ଗଣନା ପୁସ୍ତକ 19 : 9 (IRVOR)
ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।
ଗଣନା ପୁସ୍ତକ 19 : 10 (IRVOR)
ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
ଗଣନା ପୁସ୍ତକ 19 : 11 (IRVOR)
ଶବ ସହିତ ସଂସ୍ପର୍ଶ ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
ଗଣନା ପୁସ୍ତକ 19 : 12 (IRVOR)
ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
ଗଣନା ପୁସ୍ତକ 19 : 13 (IRVOR)
ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
ଗଣନା ପୁସ୍ତକ 19 : 14 (IRVOR)
କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।
ଗଣନା ପୁସ୍ତକ 19 : 15 (IRVOR)
ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।
ଗଣନା ପୁସ୍ତକ 19 : 16 (IRVOR)
ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
ଗଣନା ପୁସ୍ତକ 19 : 17 (IRVOR)
ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
ଗଣନା ପୁସ୍ତକ 19 : 18 (IRVOR)
ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
ଗଣନା ପୁସ୍ତକ 19 : 19 (IRVOR)
ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
ଗଣନା ପୁସ୍ତକ 19 : 20 (IRVOR)
ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
ଗଣନା ପୁସ୍ତକ 19 : 21 (IRVOR)
ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
ଗଣନା ପୁସ୍ତକ 19 : 22 (IRVOR)
ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22