ଗଣନା ପୁସ୍ତକ 23 : 1 (IRVOR)
ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
ଗଣନା ପୁସ୍ତକ 23 : 2 (IRVOR)
ତହିଁରେ ବାଲାକ ବିଲୀୟମ୍‍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍‍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
ଗଣନା ପୁସ୍ତକ 23 : 3 (IRVOR)
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।
ଗଣନା ପୁସ୍ତକ 23 : 4 (IRVOR)
ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
ଗଣନା ପୁସ୍ତକ 23 : 5 (IRVOR)
ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।”
ଗଣନା ପୁସ୍ତକ 23 : 6 (IRVOR)
ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
ଗଣନା ପୁସ୍ତକ 23 : 7 (IRVOR)
ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
ଗଣନା ପୁସ୍ତକ 23 : 8 (IRVOR)
ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?
ଗଣନା ପୁସ୍ତକ 23 : 9 (IRVOR)
କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
ଗଣନା ପୁସ୍ତକ 23 : 10 (IRVOR)
ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।
ଗଣନା ପୁସ୍ତକ 23 : 11 (IRVOR)
ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
ଗଣନା ପୁସ୍ତକ 23 : 12 (IRVOR)
ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍‍ ନୁହେଁ ? ବିଲୀୟମ୍‍ଙ୍କ ଦ୍ୱିତୀୟ ଭବିଷ୍ୟତବାଣୀ [PE][PS]
ଗଣନା ପୁସ୍ତକ 23 : 13 (IRVOR)
ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
ଗଣନା ପୁସ୍ତକ 23 : 14 (IRVOR)
ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
ଗଣନା ପୁସ୍ତକ 23 : 15 (IRVOR)
ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
ଗଣନା ପୁସ୍ତକ 23 : 16 (IRVOR)
ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”
ଗଣନା ପୁସ୍ତକ 23 : 17 (IRVOR)
ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?
ଗଣନା ପୁସ୍ତକ 23 : 18 (IRVOR)
ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”
ଗଣନା ପୁସ୍ତକ 23 : 19 (IRVOR)
ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
ଗଣନା ପୁସ୍ତକ 23 : 20 (IRVOR)
ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
ଗଣନା ପୁସ୍ତକ 23 : 21 (IRVOR)
ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
ଗଣନା ପୁସ୍ତକ 23 : 22 (IRVOR)
ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
ଗଣନା ପୁସ୍ତକ 23 : 23 (IRVOR)
ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
ଗଣନା ପୁସ୍ତକ 23 : 24 (IRVOR)
ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।
ଗଣନା ପୁସ୍ତକ 23 : 25 (IRVOR)
ଏଥିଉତ୍ତାରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
ଗଣନା ପୁସ୍ତକ 23 : 26 (IRVOR)
ତହିଁରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ” ?
ଗଣନା ପୁସ୍ତକ 23 : 27 (IRVOR)
ତହୁଁ ବାଲାକ ବିଲୀୟମ୍‍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
ଗଣନା ପୁସ୍ତକ 23 : 28 (IRVOR)
ଏଣୁ ବାଲାକ ବିଲୀୟମ୍‍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
ଗଣନା ପୁସ୍ତକ 23 : 29 (IRVOR)
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
ଗଣନା ପୁସ୍ତକ 23 : 30 (IRVOR)
ତହୁଁ ବାଲାକ ବିଲୀୟମ୍‍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: