ଗଣନା ପୁସ୍ତକ 25 : 1 (IRVOR)
ବାଲପିୟୋର ପ୍ରତି ଆସକ୍ତି ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
ଗଣନା ପୁସ୍ତକ 25 : 2 (IRVOR)
ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
ଗଣନା ପୁସ୍ତକ 25 : 3 (IRVOR)
ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
ଗଣନା ପୁସ୍ତକ 25 : 4 (IRVOR)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
ଗଣନା ପୁସ୍ତକ 25 : 5 (IRVOR)
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
ଗଣନା ପୁସ୍ତକ 25 : 6 (IRVOR)
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
ଗଣନା ପୁସ୍ତକ 25 : 7 (IRVOR)
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
ଗଣନା ପୁସ୍ତକ 25 : 8 (IRVOR)
ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।
ଗଣନା ପୁସ୍ତକ 25 : 9 (IRVOR)
ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
ଗଣନା ପୁସ୍ତକ 25 : 10 (IRVOR)
{ପୀନହସ୍ଙ୍କ ଅନ୍ତର୍ଜ୍ୱାଳା } ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 25 : 11 (IRVOR)
“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
ଗଣନା ପୁସ୍ତକ 25 : 12 (IRVOR)
ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
ଗଣନା ପୁସ୍ତକ 25 : 13 (IRVOR)
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।
ଗଣନା ପୁସ୍ତକ 25 : 14 (IRVOR)
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
ଗଣନା ପୁସ୍ତକ 25 : 15 (IRVOR)
ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
ଗଣନା ପୁସ୍ତକ 25 : 16 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 25 : 17 (IRVOR)
“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
ଗଣନା ପୁସ୍ତକ 25 : 18 (IRVOR)
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18