ଗଣନା ପୁସ୍ତକ 27 : 1 (IRVOR)
ସଲଫାଦର କନ୍ୟାଗଣ ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
ଗଣନା ପୁସ୍ତକ 27 : 2 (IRVOR)
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
ଗଣନା ପୁସ୍ତକ 27 : 3 (IRVOR)
“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
ଗଣନା ପୁସ୍ତକ 27 : 4 (IRVOR)
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
ଗଣନା ପୁସ୍ତକ 27 : 5 (IRVOR)
ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
ଗଣନା ପୁସ୍ତକ 27 : 6 (IRVOR)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 27 : 7 (IRVOR)
“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।
ଗଣନା ପୁସ୍ତକ 27 : 8 (IRVOR)
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
ଗଣନା ପୁସ୍ତକ 27 : 9 (IRVOR)
ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
ଗଣନା ପୁସ୍ତକ 27 : 10 (IRVOR)
ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
ଗଣନା ପୁସ୍ତକ 27 : 11 (IRVOR)
ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।”
ଗଣନା ପୁସ୍ତକ 27 : 12 (IRVOR)
ମୋଶାଙ୍କର ଉତ୍ତରାଧିକାରୀ ଯିହୋଶୂୟ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
ଗଣନା ପୁସ୍ତକ 27 : 13 (IRVOR)
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ* ଅର୍ଥାତ୍ ତୁମ୍ଭର ମଧ୍ୟ ମୃତ୍ୟୁ ହେବ ।
ଗଣନା ପୁସ୍ତକ 27 : 14 (IRVOR)
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
ଗଣନା ପୁସ୍ତକ 27 : 15 (IRVOR)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
ଗଣନା ପୁସ୍ତକ 27 : 16 (IRVOR)
“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
ଗଣନା ପୁସ୍ତକ 27 : 17 (IRVOR)
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
ଗଣନା ପୁସ୍ତକ 27 : 18 (IRVOR)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
ଗଣନା ପୁସ୍ତକ 27 : 19 (IRVOR)
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
ଗଣନା ପୁସ୍ତକ 27 : 20 (IRVOR)
ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
ଗଣନା ପୁସ୍ତକ 27 : 21 (IRVOR)
ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
ଗଣନା ପୁସ୍ତକ 27 : 22 (IRVOR)
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
ଗଣନା ପୁସ୍ତକ 27 : 23 (IRVOR)
ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23