ଗଣନା ପୁସ୍ତକ 3 : 1 (IRVOR)
{ହାରୋଣଙ୍କ ପୁତ୍ରଗଣ} [PS] ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
ଗଣନା ପୁସ୍ତକ 3 : 2 (IRVOR)
ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
ଗଣନା ପୁସ୍ତକ 3 : 3 (IRVOR)
ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
ଗଣନା ପୁସ୍ତକ 3 : 4 (IRVOR)
ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ। [PS]
ଗଣନା ପୁସ୍ତକ 3 : 5 (IRVOR)
{ଲେବୀୟମାନଙ୍କ ଦାୟିତ୍ୱ} [PS] ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 3 : 6 (IRVOR)
“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
ଗଣନା ପୁସ୍ତକ 3 : 7 (IRVOR)
ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
ଗଣନା ପୁସ୍ତକ 3 : 8 (IRVOR)
ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।”
ଗଣନା ପୁସ୍ତକ 3 : 9 (IRVOR)
ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
ଗଣନା ପୁସ୍ତକ 3 : 10 (IRVOR)
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।
ଗଣନା ପୁସ୍ତକ 3 : 11 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 3 : 12 (IRVOR)
“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।
ଗଣନା ପୁସ୍ତକ 3 : 13 (IRVOR)
କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
ଗଣନା ପୁସ୍ତକ 3 : 14 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 3 : 15 (IRVOR)
“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
ଗଣନା ପୁସ୍ତକ 3 : 16 (IRVOR)
ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
ଗଣନା ପୁସ୍ତକ 3 : 17 (IRVOR)
ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ‍, କହାତ ଓ ମରାରି।
ଗଣନା ପୁସ୍ତକ 3 : 18 (IRVOR)
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
ଗଣନା ପୁସ୍ତକ 3 : 19 (IRVOR)
ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
ଗଣନା ପୁସ୍ତକ 3 : 20 (IRVOR)
ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।
ଗଣନା ପୁସ୍ତକ 3 : 21 (IRVOR)
ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
ଗଣନା ପୁସ୍ତକ 3 : 22 (IRVOR)
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।
ଗଣନା ପୁସ୍ତକ 3 : 23 (IRVOR)
ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
ଗଣନା ପୁସ୍ତକ 3 : 24 (IRVOR)
ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
ଗଣନା ପୁସ୍ତକ 3 : 25 (IRVOR)
ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
ଗଣନା ପୁସ୍ତକ 3 : 26 (IRVOR)
ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
ଗଣନା ପୁସ୍ତକ 3 : 27 (IRVOR)
ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
ଗଣନା ପୁସ୍ତକ 3 : 28 (IRVOR)
ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
ଗଣନା ପୁସ୍ତକ 3 : 29 (IRVOR)
କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
ଗଣନା ପୁସ୍ତକ 3 : 30 (IRVOR)
ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।
ଗଣନା ପୁସ୍ତକ 3 : 31 (IRVOR)
ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
ଗଣନା ପୁସ୍ତକ 3 : 32 (IRVOR)
ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
ଗଣନା ପୁସ୍ତକ 3 : 33 (IRVOR)
ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।
ଗଣନା ପୁସ୍ତକ 3 : 34 (IRVOR)
ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
ଗଣନା ପୁସ୍ତକ 3 : 35 (IRVOR)
ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
ଗଣନା ପୁସ୍ତକ 3 : 36 (IRVOR)
ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,
ଗଣନା ପୁସ୍ତକ 3 : 37 (IRVOR)
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
ଗଣନା ପୁସ୍ତକ 3 : 38 (IRVOR)
ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
ଗଣନା ପୁସ୍ତକ 3 : 39 (IRVOR)
ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ। [PS]
ଗଣନା ପୁସ୍ତକ 3 : 40 (IRVOR)
{ପ୍ରଥମଜାତ ପରିବର୍ତ୍ତେ ଲେବୀୟ} [PS] ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।”
ଗଣନା ପୁସ୍ତକ 3 : 41 (IRVOR)
ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।
ଗଣନା ପୁସ୍ତକ 3 : 42 (IRVOR)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
ଗଣନା ପୁସ୍ତକ 3 : 43 (IRVOR)
ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
ଗଣନା ପୁସ୍ତକ 3 : 44 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 3 : 45 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
ଗଣନା ପୁସ୍ତକ 3 : 46 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
ଗଣନା ପୁସ୍ତକ 3 : 47 (IRVOR)
ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ [* ପ୍ରାୟ 55 ଗ୍ରାମ୍ ରୂପା] ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
ଗଣନା ପୁସ୍ତକ 3 : 48 (IRVOR)
ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।
ଗଣନା ପୁସ୍ତକ 3 : 49 (IRVOR)
ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
ଗଣନା ପୁସ୍ତକ 3 : 50 (IRVOR)
ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
ଗଣନା ପୁସ୍ତକ 3 : 51 (IRVOR)
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51

BG:

Opacity:

Color:


Size:


Font: