ଗଣନା ପୁସ୍ତକ 34 : 1 (IRVOR)
{ଦେଶର ସୀମା} [PS] ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 34 : 2 (IRVOR)
“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
ଗଣନା ପୁସ୍ତକ 34 : 3 (IRVOR)
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
ଗଣନା ପୁସ୍ତକ 34 : 4 (IRVOR)
ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।
ଗଣନା ପୁସ୍ତକ 34 : 5 (IRVOR)
ଏଉତ୍ତାରେ ସେହି ସୀମା ଅସ୍‍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
ଗଣନା ପୁସ୍ତକ 34 : 6 (IRVOR)
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
ଗଣନା ପୁସ୍ତକ 34 : 7 (IRVOR)
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
ଗଣନା ପୁସ୍ତକ 34 : 8 (IRVOR)
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।
ଗଣନା ପୁସ୍ତକ 34 : 9 (IRVOR)
ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
ଗଣନା ପୁସ୍ତକ 34 : 10 (IRVOR)
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।
ଗଣନା ପୁସ୍ତକ 34 : 11 (IRVOR)
ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
ଗଣନା ପୁସ୍ତକ 34 : 12 (IRVOR)
ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”
ଗଣନା ପୁସ୍ତକ 34 : 13 (IRVOR)
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
ଗଣନା ପୁସ୍ତକ 34 : 14 (IRVOR)
କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
ଗଣନା ପୁସ୍ତକ 34 : 15 (IRVOR)
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।” [PS]
ଗଣନା ପୁସ୍ତକ 34 : 16 (IRVOR)
{ଦେଶ ବିତରଣ ଦାୟିତ୍ୱରେ ଥିବା ନେତୃବୃନ୍ଦ} [PS] ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 34 : 17 (IRVOR)
“ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।
ଗଣନା ପୁସ୍ତକ 34 : 18 (IRVOR)
ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
ଗଣନା ପୁସ୍ତକ 34 : 19 (IRVOR)
ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
ଗଣନା ପୁସ୍ତକ 34 : 20 (IRVOR)
ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶେମୂୟେଲ।
ଗଣନା ପୁସ୍ତକ 34 : 21 (IRVOR)
ବିନ୍ୟାମୀନ୍ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍।
ଗଣନା ପୁସ୍ତକ 34 : 22 (IRVOR)
ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍‍ଲିର ପୁତ୍ର ବୁକ୍‍କି।
ଗଣନା ପୁସ୍ତକ 34 : 23 (IRVOR)
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
ଗଣନା ପୁସ୍ତକ 34 : 24 (IRVOR)
ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
ଗଣନା ପୁସ୍ତକ 34 : 25 (IRVOR)
ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଶାଫନ୍‍,
ଗଣନା ପୁସ୍ତକ 34 : 26 (IRVOR)
ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍‍ସନର ପୁତ୍ର ପଲ୍‍ଟୀୟେଲ,
ଗଣନା ପୁସ୍ତକ 34 : 27 (IRVOR)
ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍।
ଗଣନା ପୁସ୍ତକ 34 : 28 (IRVOR)
ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।
ଗଣନା ପୁସ୍ତକ 34 : 29 (IRVOR)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: