ଗଣନା ପୁସ୍ତକ 7 : 1 (IRVOR)
ଆବାସ ସ୍ଥାପନାର୍ଥେ ନୈବେଦ୍ୟ ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
ଗଣନା ପୁସ୍ତକ 7 : 2 (IRVOR)
ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।
ଗଣନା ପୁସ୍ତକ 7 : 3 (IRVOR)
ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
ଗଣନା ପୁସ୍ତକ 7 : 4 (IRVOR)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 7 : 5 (IRVOR)
“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
ଗଣନା ପୁସ୍ତକ 7 : 6 (IRVOR)
ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।
ଗଣନା ପୁସ୍ତକ 7 : 7 (IRVOR)
ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ।
ଗଣନା ପୁସ୍ତକ 7 : 8 (IRVOR)
ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।
ଗଣନା ପୁସ୍ତକ 7 : 9 (IRVOR)
ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।
ଗଣନା ପୁସ୍ତକ 7 : 10 (IRVOR)
ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
ଗଣନା ପୁସ୍ତକ 7 : 11 (IRVOR)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
ଗଣନା ପୁସ୍ତକ 7 : 12 (IRVOR)
ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
ଗଣନା ପୁସ୍ତକ 7 : 13 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ;* ପ୍ରାୟ 770 ଗ୍ରାମ୍ ରୂପା ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 14 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ† ପ୍ରାୟ 110 ଗ୍ରାମ୍ ;
ଗଣନା ପୁସ୍ତକ 7 : 15 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 16 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
ଗଣନା ପୁସ୍ତକ 7 : 17 (IRVOR)
ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।
ଗଣନା ପୁସ୍ତକ 7 : 18 (IRVOR)
ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
ଗଣନା ପୁସ୍ତକ 7 : 19 (IRVOR)
ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ‡ ପ୍ରାୟ 1,430 ଗ୍ରାମ୍ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ § ପ୍ରାୟ 770 ଗ୍ରାମ୍ ଓଜନ ରୂପାର ଏକ କୁଣ୍ଡ , ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 20 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ* ପ୍ରାୟ 110 ଗ୍ରାମ୍ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 21 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 22 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 23 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।
ଗଣନା ପୁସ୍ତକ 7 : 24 (IRVOR)
ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା;
ଗଣନା ପୁସ୍ତକ 7 : 25 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ† ପ୍ରାୟ 1,430 ଗ୍ରାମ୍ ଓଜନ ରୂପାର ଏକ ଥାଳୀ ରୂପାର ଏକ ଥାଳୀ ଓ ସତୁରି ଶେକଲ ‡ ପ୍ରାୟ 770 ଗ୍ରାମ୍ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 26 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ§ ପ୍ରାୟ 110 ଗ୍ରାମ୍ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 27 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 28 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 29 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍ର ଉପହାର।
ଗଣନା ପୁସ୍ତକ 7 : 30 (IRVOR)
ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
ଗଣନା ପୁସ୍ତକ 7 : 31 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ* 7:25 ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ † 7:13 ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 32 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ‡ 7:14 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 33 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 34 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
ଗଣନା ପୁସ୍ତକ 7 : 35 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।
ଗଣନା ପୁସ୍ତକ 7 : 36 (IRVOR)
ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
ଗଣନା ପୁସ୍ତକ 7 : 37 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ§ 7:13 ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 38 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ* 7:14 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 39 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 40 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 41 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।
ଗଣନା ପୁସ୍ତକ 7 : 42 (IRVOR)
ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;
ଗଣନା ପୁସ୍ତକ 7 : 43 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ† ପ୍ରାୟ 1,430 ଗ୍ରାମ୍ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ‡ 7:19 ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 44 (IRVOR)
ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ§ 7:14 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 45 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 46 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
ଗଣନା ପୁସ୍ତକ 7 : 47 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର।
ଗଣନା ପୁସ୍ତକ 7 : 48 (IRVOR)
ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
ଗଣନା ପୁସ୍ତକ 7 : 49 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 50 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 51 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 52 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
ଗଣନା ପୁସ୍ତକ 7 : 53 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।
ଗଣନା ପୁସ୍ତକ 7 : 54 (IRVOR)
ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
ଗଣନା ପୁସ୍ତକ 7 : 55 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 56 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 57 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 58 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 59 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।
ଗଣନା ପୁସ୍ତକ 7 : 60 (IRVOR)
ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା;
ଗଣନା ପୁସ୍ତକ 7 : 61 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 62 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 63 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 64 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 65 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।
ଗଣନା ପୁସ୍ତକ 7 : 66 (IRVOR)
ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
ଗଣନା ପୁସ୍ତକ 7 : 67 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 68 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 69 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ମେଷବତ୍ସ;
ଗଣନା ପୁସ୍ତକ 7 : 70 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 71 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।
ଗଣନା ପୁସ୍ତକ 7 : 72 (IRVOR)
ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
ଗଣନା ପୁସ୍ତକ 7 : 73 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 74 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 75 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
ଗଣନା ପୁସ୍ତକ 7 : 76 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 77 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।
ଗଣନା ପୁସ୍ତକ 7 : 78 (IRVOR)
ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
ଗଣନା ପୁସ୍ତକ 7 : 79 (IRVOR)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
ଗଣନା ପୁସ୍ତକ 7 : 80 (IRVOR)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
ଗଣନା ପୁସ୍ତକ 7 : 81 (IRVOR)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ,
ଗଣନା ପୁସ୍ତକ 7 : 82 (IRVOR)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
ଗଣନା ପୁସ୍ତକ 7 : 83 (IRVOR)
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।
ଗଣନା ପୁସ୍ତକ 7 : 84 (IRVOR)
ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
ଗଣନା ପୁସ୍ତକ 7 : 85 (IRVOR)
ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
ଗଣନା ପୁସ୍ତକ 7 : 86 (IRVOR)
ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
ଗଣନା ପୁସ୍ତକ 7 : 87 (IRVOR)
ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
ଗଣନା ପୁସ୍ତକ 7 : 88 (IRVOR)
ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।
ଗଣନା ପୁସ୍ତକ 7 : 89 (IRVOR)
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
❮
❯