ଗଣନା ପୁସ୍ତକ 8 : 1 (IRVOR)
ଦୀପବୃକ୍ଷର ପ୍ରତିଷ୍ଠା ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 8 : 2 (IRVOR)
“ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”
ଗଣନା ପୁସ୍ତକ 8 : 3 (IRVOR)
ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
ଗଣନା ପୁସ୍ତକ 8 : 4 (IRVOR)
ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
ଗଣନା ପୁସ୍ତକ 8 : 5 (IRVOR)
ଲେବୀୟମାନଙ୍କ ଶୁଚିକରଣ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 8 : 6 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।”
ଗଣନା ପୁସ୍ତକ 8 : 7 (IRVOR)
ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
ଗଣନା ପୁସ୍ତକ 8 : 8 (IRVOR)
ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।
ଗଣନା ପୁସ୍ତକ 8 : 9 (IRVOR)
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
ଗଣନା ପୁସ୍ତକ 8 : 10 (IRVOR)
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
ଗଣନା ପୁସ୍ତକ 8 : 11 (IRVOR)
ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
ଗଣନା ପୁସ୍ତକ 8 : 12 (IRVOR)
ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 8 : 13 (IRVOR)
ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 8 : 14 (IRVOR)
ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ୍ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
ଗଣନା ପୁସ୍ତକ 8 : 15 (IRVOR)
ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
ଗଣନା ପୁସ୍ତକ 8 : 16 (IRVOR)
କାରଣ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
ଗଣନା ପୁସ୍ତକ 8 : 17 (IRVOR)
ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
ଗଣନା ପୁସ୍ତକ 8 : 18 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
ଗଣନା ପୁସ୍ତକ 8 : 19 (IRVOR)
ଆଉ ଇସ୍ରାଏଲ ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।
ଗଣନା ପୁସ୍ତକ 8 : 20 (IRVOR)
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
ଗଣନା ପୁସ୍ତକ 8 : 21 (IRVOR)
ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
ଗଣନା ପୁସ୍ତକ 8 : 22 (IRVOR)
ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
ଗଣନା ପୁସ୍ତକ 8 : 23 (IRVOR)
ଲେବୀୟମାନଙ୍କ ଅବସର ଗ୍ରହଣ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 8 : 24 (IRVOR)
“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
ଗଣନା ପୁସ୍ତକ 8 : 25 (IRVOR)
ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
ଗଣନା ପୁସ୍ତକ 8 : 26 (IRVOR)
ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”
❮
❯